ପ୍ରମୂଖ ଖବର
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଚାଷ ଜମିରେ ପାଣି ମଡ଼ାଉଥିବା ବେଳେ ଅଘଟଣ, ବିଦ୍ୟୁତ ଆଘାତରେ ୨ ଚାଷୀ ମୃତ

Published By : Harapriya Sethi | July 10, 2025 12:10 PM

କୋକସରା,୧୦/୦୭: ଚାଷ ଜମିରେ ପାଣି ମଡାଉଥିବା ବେଳେ ଅଘଟଣ । ବିଦ୍ୟୁତ ଆଘାତରେ ୨ ଚାଷୀଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ କୋକସରା ବ୍ଲକ ବଡ଼ ପୋଡ଼ାଗୁଡା ଗାଁର ଚାଷୀ ଧନୁର୍ଯ୍ୟ ମଶ୍ରା ଓ କଛାର ପଡା ଗାଁର ଅନିରୁଦ୍ଧ ନାଏକ । ସେମାନେ ସମ୍ପର୍କରେ ଶଳା ଭିଣୋଇ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ୍‌ରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଗୁରୁବାର ସକାଳେ ଦୁଇ ଜଣ ଚାଷୀ ବଡ଼ ପୋଡ଼ାଗୁଡା ନିକଟରେ ଥିବା ମୁଣ୍ଡୁରା ନଦୀ କୂଳରେ ଥିବା ଚାଷ ଜମିକୁ ମୋଟର ସାହାଯ୍ୟରେ ପାଣି ମଡ଼ାଉଥିଲେ । ଏତିକି ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ହୋଇଥିଲା । ଘଟଣା ପରେ ପରିବାର ଲୋକେ ଉଦ୍ଧାର କରି ସ୍ଥାନୀୟ ଆମପାଣି ପୁଲିସକୁ ସୂଚନା ଦେଇଥିଲେ । ଖବର ପାଇ ଆମପାଣି ପୁଲିସ ଘଟଣାସ୍ଥଳରେ ପହଞ୍ଚି ପାରିପାର୍ଶ୍ୱିକ ଅବସ୍ଥା ଅନୁଧ୍ୟାନ କରିବା ସହ ମୃତଦେହ ଜବତ କରିଛି ଓ ଘଟଣାର ତଦନ୍ତ ଜାରି ରଖିଛି। ୨ ଚାଷୀଙ୍କ ଦୁଃଖଦ ମୃତ୍ୟୁ ପରେ ପରିବାର ଲୋକେ କ୍ଷତିପୂରଣ ଦାବି କରିଛନ୍ତି।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.