ପ୍ରମୂଖ ଖବର
  • ବୟକଟ୍ ଇଣ୍ଡିଆରୁ ୱେଲକମ୍ ମୋଦି, ମାଳଦ୍ଵୀପ ବିମାନ ବନ୍ଦରରେ ମୋଦିଙ୍କୁ ସ୍ଵାଗତ କଲେ ମୁଇଜ୍ଜୁ
  • ||
  • ଉପରାଷ୍ଟ୍ରପତି ନିର୍ବାଚନ ପ୍ରକ୍ରିୟା ଆରମ୍ଭ : ରିଟର୍ଣ୍ଣିଂ ଏବଂ ଆସିଷ୍ଟାଣ୍ଟ ରିଟର୍ଣ୍ଣିଂ ଅଫିସରଙ୍କୁ ନିଯୁକ୍ତ କଲେ ନିର୍ବାଚନ ଆୟୋଗ
  • ||
  • ଅଶ୍ଳୀଳ କଣ୍ଟେଣ୍ଟ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ : ୨୫ ଭିଡିଓ ପ୍ଲାଟଫର୍ମକୁ ବ୍ୟାନ୍ କଲେ କେନ୍ଦ୍ର ସରକାର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣାରେ ନୂଆ ଟୁଇଷ୍ଟ, ପୀଡ଼ିତାଙ୍କ ସାଙ୍ଗ କିଣିଥିଲେ ରୁପା ମୁଦି
  • ||
  • ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌, ବାମ ପାର୍ଶ୍ୱରେ ୮ଟି ଏବଂ ଡାହାଣ ପାର୍ଶ୍ୱରେ ୪ଟି ଗେଟ୍ ଦେଇ ଜଳ ନିଷ୍କାସିତ
  • ||
  • ଜୟପୁର: ଭିଜିଲାନ୍ସ ପଞ୍ଝାରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ, ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ରେଡ୍
  • ||
  • ବିକାଶ ହେବ ୬ ବୟନଶିଳ୍ପ ପାର୍କ, ଆଜି ‘ଓଡ଼ିଶା ଟେକ୍ସ ୨୦୨୫’କୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • କାମ୍ବୋଡିଆ-ଥାଇଲାଣ୍ଡ ଭୟଙ୍କର ଯୁଦ୍ଧ, ଆକାଶରୁ ବର୍ଷୁଛି ବୋମା, ଗୁଳିମାଡ଼ରେ ୧୩ ଥାଇ ନାଗରିକଙ୍କ ମୃତ୍ୟୁ
  • ||
  • ଭାରତ-ବ୍ରିଟେନ୍‌ ମୁକ୍ତ ବାଣିଜ୍ୟ ରାଜିନାମା ସ୍ୱାକ୍ଷର, ଶସ୍ତା ହେବ ବ୍ରିଟେନ୍‌ ହ୍ୱିସ୍କି, କାର୍‌, ସଫ୍ଟଡ୍ରିଙ୍କ, ଫୁଟ୍‌ୱେର୍‌
  • ||
  • ମଣିପୁରରେ ଆଉ ୬ ମାସ ବଢ଼ିଲା ରାଷ୍ଟ୍ରପତି ଶାସନ, ସଂସଦରେ ପ୍ରସ୍ତାବକୁ ମଞ୍ଜୁରୀ, ଅଗଷ୍ଟ ୧୩ରୁ ଲାଗୁ
  • ||
  • ଅବପାତ ରୂପ ନେବ ଲଘୁଚାପ, ୩୦ ଯାଏ ପ୍ରବଳ ବର୍ଷିବ, ସମୁଦ୍ର ଅଶାନ୍ତରୁ ଥିବାରୁ ମତ୍ସ୍ୟଜୀବୀଙ୍କୁ ବାରଣ
  • ||

୨ ନାବାଳିକା ଛାତ୍ରୀ ଗର୍ଭବତୀ, ଥାନାରେ ଏତଲା

Published By : Suraj Kumar | July 24, 2025 11:21 PM

ଫୁଲବାଣୀ,୨୪/୭: କନ୍ଧମାଳ ଜିଲାରେ ପୁଣି ଦୁଇଜଣ ନାବାଳିକା ଛାତ୍ରୀ ଗର୍ଭବତୀ ହୋଇଥିବା ଜଣାପଡିଛି। ଏନେଇ ବିଦ୍ୟାଳୟ କର୍ତ୍ତୃପକ୍ଷ ଭିନ୍ନ ଭିନ୍ନ ଦୁଇଟି ଥାନାରେ ଏତଲା ଦେଇଛନ୍ତି । ଉଭୟ ପିଡ଼ିତା କନ୍ଧମାଳ ଜିଲ୍ଲାର ଗୋଟିଏ ଆବାସିକ ବିଦ୍ୟାଳୟର ବୋଲି ଜଣାପଡ଼ିଛି।  ବିଦ୍ୟାଳୟ କର୍ତ୍ତୃପକ୍ଷ ଉଭୟ ଛାତ୍ରୀଙ୍କ ପରିବାରକୁ   ଏ  ସମ୍ପର୍କରେ ଅବଗତ କରିଥିବା  କହିଛନ୍ତି ।

 ପ୍ରତିମାସ ପରି ଚଳିତ ମାସରେ ଛାତ୍ରୀ ମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ବେଳେ ଏହି ଘଟଣା ଜଣାପଡ଼ିଥିଲା। ପରେ ସଂପୃକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଏନେଇ କୋଟଗଡ଼ ଏବଂ ବେଲଘର ଥାନାରେ ଦୁଇଟି ଏତଲା ଦେଇଛନ୍ତି । ଉଭୟ ଥାନାରେ ପୁଲିସ୍ ମାମଲା ରୁଜୁକରି ଘଟଣାର ତଦନ୍ତ ଚଳାଇଥିବା ବାଲିଗୁଡ଼ା ଏସ୍‌ଡ଼ିପିଓ ପ୍ରକାଶ କରିଛନ୍ତି ।  ଗ୍ରୀଷ୍ମ ଛୁଟିରେ ଉଭୟ ନିଜ ନିଜ ଘରକୁ ଯାଇଥିଲେ ଓ ବିଦ୍ୟାଳୟ ଖୋଲିବାର କିଛିଦିନ ପରେ ବିଦ୍ୟାଳୟ ଫେରିଥିଲେ ।  ଖବର ଜଣାପଡ଼ିବା ପରେ ବିଭାଗର କିଛି କର୍ମଚାରୀ ବିଦ୍ୟାଳୟରେ ପହଂଚି ଘଟଣାର ଅନୁଧ୍ୟାନ କରିଛନ୍ତି। 

 ସୂଚନାଯୋଗ୍ୟ, ମାତ୍ର ୬ ଦିନ ତଳେ ଏକ ଆବାସିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀ ଗର୍ଭବତୀ ଥିବା ଜଣାପଡ଼ିବା ପରେ ବିଦ୍ୟାଳୟ କର୍ତ୍ତୃପକ୍ଷ  ତୁମୁଡ଼ିବନ୍ଧ ଥାନାରେ ଏକ ଏତଲା ଦେଇଛନ୍ତି। ଯାହାର ତଦନ୍ତ ତୁମୁଡ଼ିବନ୍ଧ ପୁଲିସ୍ ଚଳାଇଛି । ତେବେ ଏନେଇ ଜିଲା ମଙ୍ଗଳ ଅଧିକାରୀଙ୍କୁ ଫୋନ୍ ଯୋଗେ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ୍ ଉଠାଇ ନଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.