ପ୍ରମୂଖ ଖବର
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ଗାଡ଼ି ସାଇଡ୍ ମରାକୁ ନେଇ ଛାତ୍ର ଏବଂ ଅଣଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ, ଉଭୟଙ୍କ ପକ୍ଷରୁ ଖଣ୍ଡଗିରି ଥାନାରେ ଏତଲା

Published By : Harapriya Sethi | April 2, 2025 9:58 AM

ଭୁବନେଶ୍ୱର,୦୨/୦୪: ଗାଡ଼ି ସାଇଡ୍‌ମରା ନେଇ ଛାତ୍ର ଓ ଅଣଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ । ଗଣ୍ଡଗୋଳରେ ଦୁଇ ଜଣ ଛାତ୍ର ଓ ଦୁଇ ଜଣ ଅଣଛାତ୍ର ଆହତ ହୋଇଛନ୍ତି । ଖଣ୍ଡଗିରି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତ ଛାତ୍ରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଛି । 

ସୂଚନା ମୁତାବକ, ଓୟୁଏଟି ପାଚେରୀ କଡରେ ଓୟୁଏଟି ଛାତ୍ର ଯାଉଥିବା ବେଳେ ଅଣଛାତ୍ରଙ୍କ ଗାଡ଼ିକୁ ସାଇଡ୍‌ ବାଜିଯାଇଥିଲା । ଯାହାକୁ କେନ୍ଦ୍ର କରି ଉଭୟ ଛାତ୍ର ଓ ଅଣଛାତ୍ରଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ଅଣଛାତ୍ରମାନେ ଧମକ ଚମକ ଦେଇ ସେଠାଇ ଚାଲିଯାଇଥିଲେ । ହେଲେ ସେମାନେ ସେହି ରାସ୍ତା ଦୁଇ ଯାଉଥିବା ବେଳେ ଭେଟେନାରୀ ଛାତ୍ରଙ୍କ ହାବୁଡ଼ରେ ପଡିଯାଇଥିଲେ । ଏହାପରେ ଦୁଇ ଅଣ ଛାତ୍ରଙ୍କୁ କଲେଜ ଭିତରକୁ ନେଇ ନିର୍ଘାତ ପିଟିଥିଲେ । ଯେଉଁଥିରେ ଦୁଇ ଜଣ ଛାତ୍ର ଏବଂ ଅଣ ଛାତ୍ରମାନେ ଆହତ ହୋଇଥିଲେ । ଯାହାପରେ ତୁରନ୍ତ ସ୍ଥାନୀୟ ଲୋକେ ଖଣ୍ଡଗିରି ପୋଲିସକୁ ଖବର ଦେଇଥିଲେ । ଖଣ୍ଡିଗିରି ପୋଲିସ ଓୟୁଏଟି ଭିତରକୁ ଯାଇ ଆହତମାନଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତଖାନାରେ ଭର୍ତ୍ତି କରିଛି । ଉଭୟଙ୍କ ପକ୍ଷରୁ ଖଣ୍ଡଗିରି ଥାନାରେ ଅଭିଯୋଗ କରାଯାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.