ଭୁବନେଶ୍ୱର,୨୪/୦୨: ରାତି ଅଧରେ ଜମିବାଡ଼ି ବିବାଦକୁ ନେଇ ଗଣ୍ଡଗୋଳ । ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଗଣ୍ଡଗୋଳ ହେବା ଯୋଗୁଁ ୭ଜଣ ଗୁରୁତର ହୋଇଛନ୍ତି । ଗୁରୁତର ଆହତଙ୍କୁ ଚିକିତ୍ସା ପାଇଁ ପ୍ରଥମେ ଆଳି ମେଡ଼ିକାଲ ଏବଂ ପରେ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । କେନ୍ଦ୍ରାପଡା ଜିଲ୍ଲା ଆଳି ବ୍ଲକ ମାଣିକପଟଣା ପଞ୍ଚାୟତରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।
ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ ଜମିବାଡ଼ି ବିବାଦକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ପ୍ରଥମେ ପାଟିତୁଣ୍ଡ ଆରମ୍ଭ ହୋଇଥିଲା । ପରେ ଏହା ଉଗ୍ରରୂପ ନେଇଥିଲେ । ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଗଣ୍ଡଗୋଳ ହେବାରୁ ୭ ଜଣ ଗୁରୁତର ମଧ୍ୟ ହୋଇଥିଲେ । ଏହା ଦେଖି ମାଣିକପଟଣା ପଞ୍ଚାୟତର ଅନ୍ୟ ଲୋକମାନେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ସମସ୍ତ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଆଳି ମେଡିକାଲରେ ଭର୍ତ୍ତି କରିଥିଲା । ପରେ ସେମାନଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସେପଟେ ଘଟଣା ସ୍ଥଳରେ ଉତ୍ତେଜନା ଲାଗି ରହିଥିବାରୁ ପୋଲିସ ମୁତୟନ ରିହିଛି ।