ପ୍ରମୂଖ ଖବର
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଦୁଇ ପୃଥକ ସ୍ଥାନରୁ ଦୁଇ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

Published By : Harapriya Sethi | October 17, 2024 11:30 AM

ପାଟଣା,୧୭/୧୦: କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅଞ୍ଚଳର ଦୁଇ ପୃଥକ ସ୍ଥାନରୁ ଦୁଇ ଜଣଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକ ଦ୍ୱୟ ଦାମାହୁଦା ପଞ୍ଚାୟତ ବେଲସରେଇ ଗାଁର ବୃଦ୍ଧା ସୁଶୀଳା ମହାନ୍ତ ଏବଂ ଦୁଧନାଳୀ ଗ୍ରାମର ଜଗବନ୍ଧୁ ମୁଣ୍ଡା ବୋଲି ଜଣାପଡ଼ିଛି । ଉଭୟଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି ।

ସୂଚନା ମୁତାବକ, କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅଞ୍ଚଳରେ ଅଘଟଣ । ଦୁଇଟି ପୃଥକ ସ୍ଥାନରୁ ଦୁଇ ଜଣଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା । ତନ୍ମଧ୍ୟରୁ ପ୍ରଥମଟି ଦାମାହୁଦା ପଞ୍ଚାୟତ ବେଲସରେଇ ଗାଁରେ ଘର ଭିତରୁ ଜଣେ ବୃଦ୍ଧାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା । ମୃତକ ଶତ୍ରୁଘ୍ନ ମହାନ୍ତଙ୍କ ସ୍ତ୍ରୀ ସୁଶୀଳା ମହାନ୍ତ ବୋଲି ଜଣାପଡ଼ିଛି । ତେବେ ଦ୍ବିତୀୟଟି ଦୁଧନାଳୀ ଗ୍ରାମରେ ଘର ନିକଟ ପଣସ ଗଛରୁ ଜଣେ ବିବାହିତ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା । ମୃତକ ହେଲେ ଜଗବନ୍ଧୁ ମୁଣ୍ଡା । ଉଭୟଙ୍କ ପରିବାର ଲୋକେ ଆତ୍ମହତ୍ୟା କରିଥିବା ଦେଖି ପାଟଣା ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଉଭୟ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଦ୍ୱୟ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ତେବେ ଉଭୟଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଘଟଣାର ଚତଦନ୍ତ ଚଳାଇଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.