ପ୍ରମୂଖ ଖବର
  • କଳାହାଣ୍ଡି : ଗାଁ ରାସ୍ତାରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
  • ||
  • ରାଇରଙ୍ଗପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଆଜି ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ ଉତ୍ସବରେ ଯୋଗ ଦେବେ
  • ||
  • ଆଗାମୀ ୪ ଦିନ ପ୍ରଚଣ୍ଡ ତାତି: ବୁଧବାର ୪୫ ଡିଗ୍ରୀ ଛୁଇଁବ ପାରଦ, ତତଲା ଲୌହପିଣ୍ଡ ପାଲଟିବ ପଶ୍ଚିମ ଓଡ଼ିଶା
  • ||

ମହାନଦୀରେ ବୁଡ଼ି ଚାଲିଗଲା ଦୁଇ ଜଣଙ୍କ ଜୀବନ

Published By : Prameya | April 24, 2025 4:16 PM

କଟକ, ୨୪/୪ :  କଟକ ଶିଖରପୁରଠାରେ ମହାନଦୀରେ ବୁଡ଼ି ଚାଲିଗଲା ଦୁଇ ଜଣଙ୍କ ଜୀବନ। ଆଜି ପ୍ରାୟ ଦିନ ୨ଟା ସମୟରେ ଜୋବ୍ରା ଅଞ୍ଚଳର ୬ଜଣ ଯୁବକ ନଦୀକୁ ଗାଧୋଇବାକୁ ଆସିଥିବାବେଳେ ତିନି ଜଣ ବୁଡ଼ି ଯାଇଥିଲେ । ଏହି ସମୟରେ ସ୍ଥାନୀୟ ଲୋକେ ଉଦ୍ଧାର କରିବା ସହ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ସଙ୍ଗେ ସଙ୍ଗେ ଅଗ୍ନିଶମ ବାହିନୀର କର୍ମଚାରୀ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ । 

ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଥିବାବେଳେ ଦୁଇ ଜଣଙ୍କ ମୃତଦେହ ଉଦ୍ଧାର କରିଥିଲେ ଅଗ୍ନିଶମ ବାହିନୀର କର୍ମଚାରୀମାନେ । ମୃତକଙ୍କ ମଧ୍ୟରୁ ଜଣେ ନାବାଳକ ହୋଇଥିବାବେଳେ ଜଣେ ସାବାଳକ । ତେବେ ନଦୀରେ ଗାଧୋଇବାକୁ ଯିବାବେଳେ ସତର୍କତା ଅବଲମ୍ବନ କରିବାକୁ ନିବେଦନ କରିଛନ୍ତି କଟକ ଡିସିପି ଋଷିକେଶ ଖିଲାରୀ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.