ପ୍ରମୂଖ ଖବର
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ସାଇବର୍‌ କର୍ମଚାରୀ ପରିଚୟ ଦେଇ ଲୁଟୁଥିଲେ ଟଙ୍କା, ୨ଜଣଙ୍କୁ ବନ୍ଧିଲା ପୋଲିସ

Published By : Harapriya Sethi | January 19, 2025 12:17 PM

ଛତ୍ରପୁର,୧୯।୦୧: ବଢୁଛି ସାଇବର ଠକେଇ । ନିଜକୁ ପୋଲିସ କର୍ମଚାରୀଙ୍କ ପରିଚୟ ଦେଇ ଠକୁଛନ୍ତି ଟଙ୍କା । ଦୁଇ ଜଣ ଠକକୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗିରଫ ଦୁଇ ଜଣ ହିଞ୍ଜିଳ ଅଞ୍ଚଳ ପବିତ୍ର କୁମାର ପ୍ରଧାନ ଓ ପୋଲିସର ବର୍ତ୍ତିନ ଅଞ୍ଚଳର ମଣ୍ଟୁ ପାତ୍ର ବୋଲି ଜଣାପଡ଼ିଛି । ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଦୁଇ ଠକ ନିଜକୁ ସାଇବର ପୋଲିସର କର୍ମଚାରୀଙ୍କ ପରିଚୟ ଦେଇ ଟଙ୍କା ଲୁଟି ଥିଲେ । ଛତ୍ରପୁର ଦେବୀନଗର ଅଞ୍ଚଳ ସ୍ୱାଗତ ମିଶ୍ର ୫ ନଭେମ୍ବର ୨୦୨୩ରେ ନିଜର କ୍ରେଡିଟ୍‌ କାର୍ଡରୁ କୌଣସି କାରଣରୁ ୨ ଲକ୍ଷ ୭୪ ହଜାର ଟଙ୍କା ଠକାମିର ଶିକାର ହୋଇଥିଲେ । ଏହାପରେ ସେ ଏହି ଦୁଇ ଜଣ ଠକଙ୍କ ସଂସ୍ପର୍ଶରେ ଆସିଥିଲେ । ଉଭୟ ଠକ ନିଜକୁ ସାଇବର କର୍ମଚାରୀ ବୋଲି ପରିଚୟ ଦେଇଥିଲେ । ପରେ ଏହି ଦୁଇ ଜଣ ସ୍ୱାଗତକୁ ଠକିବାର ଲାଗିଥିଲେ । ବିଭିନ୍ନ ସମୟରେ ସ୍ୱାଗତ ଠାରୁ ୧ ଲକ୍ଷ ୬୪ ହଜାର ଟଙ୍କା ନେଇଥିଲେ । ସ୍ୱାଗତ ୨ ଲକ୍ଷ ୭୪ ହଜାର ଟଙ୍କା ଫେରିପାଇବା ଆଶାରେ ୧ ଲକ୍ଷ ୬୪ ହଜାର ହରାଇଥିଲେ । ଶେଷରେ ଛତ୍ରପୁର ଥାନାରେ ଅଭିଯୋଗ କରିଥିଲେ । ପୋଲିସ ଘଟଣାର ତଦନ୍ତ କରି ଦୁଇ ନକଲି ସାଇବର ପୋଲିସକୁ ଗିରଫ କରିବାରେ ସଫଳ ହୋଇଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.