ପ୍ରମୂଖ ଖବର
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ମହାକାଳପଡ଼ା ବାନ୍ଧକୁଦ ଗାଁରେ ଅଘଟଣ, ପୋଖରୀରେ ବୁଡି ଦୁଇ ଛାତ୍ରଙ୍କ ମୃତ୍ୟୁ

Published By : Harapriya Sethi | March 5, 2025 8:27 AM

ଭୁବନେଶ୍ୱର,୦୫/୦୩: ଖେଳିବାକୁ ଯାଇ ଘରକୁ ଫେରିଲେନି ଦୁଇ ସାଙ୍ଗ । ଗାଁ ପାଖ ପୋଖରୀରୁ ମିଳିଲା ମୃତଦେହ । ମୃତ ନାବାଳକ ଦ୍ୱୟ ଦୁର୍ଗା ପ୍ରସାଦ ମହାପାତ୍ର ,ଦିପାଂଶୁ ମହାପାତ୍ର ବୋଲି ଜଣାପଡ଼ିଛି । ଉଭୟ ଷଷ୍ଠ ଶ୍ରେଣୀରେ ପାଠ ପଢୁଥିଲେ । କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଅଞ୍ଚଳର ମହାକାଳପଡ଼ା ବାନ୍ଧକୁଦ ଗାଁରେ ଏଭଳି ଦୁଃଖଦ ଘଟଣା ଘଟିଛି ।

ପୂର୍ବ ଶତ୍ରୁତାକୁ ନେଇ ଦୁଇ ପରିବାର ମୁହାଁମୁହିଁ: ଜଣେ ମୃତ, ୪ ଗୁରୁତର

ସୂଚନା ମୁତାବକ, ମଙ୍ଗଳବାର ଅପରାହ୍ନ ୪ଟା ବେଳେ ଦୁର୍ଗା ପ୍ରସାଦ ମହାପାତ୍ର ଏବଂ ଦିପାଂଶୁ ମହାପାତ୍ର ଖେଳିବା ପାଇଁ ଯାଇଥିଲେ । ହେଲେ ଆଉ ଘରକୁ ଫେରି ନଥିଲେ । ଘରକୁ ନଫେରିବାରୁ ରାତିରେ ଖୋଜା ଖୋଜି କରିଥିଲେ ଉଭୟଙ୍କ ପରିବାର ଲୋକେ । ପରେ ବ୍ରାହ୍ମଣୀ ମନ୍ଦିର ପାଖ ପୋଖରୀରେ ଜଣଙ୍କର ମୃତଦେହ ଭାସୁଥିବାର ଦେଖିଥିଲେ । ଏହା ଦେଖି ତାଙ୍କୁ ପାଣିରୁ ଉଦ୍ଧାର କରି ସେହି ସ୍ଥାନରେ ଖୋଜା ଖୋଜି କରିଥିଲେ । ପରେ ଆଉ ଜଣଙ୍କ ମୃତଦେହ ପାଣିରୁ ଉଦ୍ଧାର କରିଥିଲେ ଗାଁଲୋକେ । ଉଭୟଙ୍କୁ ପୋଖରୀରୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାକୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏନେଇ ଖବର ପାଇବା ପରେ ସ୍ଥାନୀୟ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି । ଏହି ଘଟଣା ପରେ ଗାଁରେ ଶୋକର ଛାୟା ଖେଳିଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.