ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଦୁଇ ହଜାର ଲିଟର ଚୋରା ଦେଶୀ ମଦ ଜବତ, ୨ ଗିରଫ

Published By : Harapriya Sethi | November 27, 2024 1:38 PM

ଭଦ୍ରକ, ୨୭/୧୧: କାଦବରାଙ୍ଗ ନିକଟରୁ ଏକ ମଦ ବୋଝେଇ ବୋଲେରୋ ପିକଅପ୍ ଗାଡ଼ି ଜବତ କରାଯାଇଛି । ଉକ୍ତ ଗାଡ଼ିରୁ ୨୦୦୦ ଲିଟର ଦେଶୀ ରନ୍ଧା ମଦ ଜବତ କରାଯାଇଛି । ଏହା ସହ ପୁରୁଣାବଜାର ଥାନା ଅନ୍ତର୍ଗତ ଗରଦପୁର ଗ୍ରାମର ରିଆଜ୍ ଅହମଦ କାଦ୍ରୀ ଓ ମିର୍ଜାପୁର ପଠାଣ ସାହିର ସେହବାଜ୍ କାଦ୍ରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ଏଭଳି ଘଟଣା ଘଟିଛି ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବରପଦା ନିକଟରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ବରପଦା ନିକଟରେ ପାଟ୍ରୋଲିଂ କରୁଥିବା ସମୟରେ ଏକ ବିଶେଷ ସୂତ୍ରରୁ ଦେଶୀ ମଦ ତିଆରି ହେଉଥିବା ନେଇ ଖବର ପାଇଥିଲା ପୋଲିସ । ଖବର ପାଇ ଆଗରପଡା ଥାନା ଅନ୍ତର୍ଗତ କାଦବରାଙ୍ଗ ନିକଟରୁ ଏକ ମଦ ବୋଝେଇ ବୋଲେରୋ ପିକଅପ୍ ଜବତ କରିଥିଲା ପୋଲିସ । ଉକ୍ତ ଗାଡିରୁ ୨୦୦୦ ଲିଟର ଦେଶୀ ରନ୍ଧା ମଦ ଜବତ କରିବା ସହିତ ଘଟଣାରେ ସମ୍ପୃକ୍ତ ଥିବା ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ଜବତ ହୋଇଥିବା ମଦ ଓ ଗାଡ଼ିର ଆନୁମାନିକ ମୂଲ୍ୟ ଦଶ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଏନେଇ ଭଦ୍ରକ ଭ୍ରାମ୍ୟମାଣ ୟୁନିଟ୍ ପକ୍ଷରୁ କେସ ନମ୍ୱର ମୂଳେ ଏକ ମାମଲା ରୁଜୁ କରାଯାଇଛି l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.