ପ୍ରମୂଖ ଖବର
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଜଙ୍ଗଲରୁ ୨ କ୍ଷତାକ୍ତ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ

Published By : Harapriya Sethi | April 16, 2025 2:13 PM

ଭୁବନେଶ୍ୱର,୧୬/୦୪: ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମଠଖାଇ ମନ୍ଦିର ନିକଟସ୍ଥ ଜଙ୍ଗଲରୁ ଏକ ବାଇକ ସହ ଦୁଇ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର ହୋଇଛି । ଦୁଇ ଯୁବକଙ୍କ ପରିଚୟ ଅସ୍ପଷ୍ଟ ରହିଛି । ଏହା ଦୁର୍ଘଟଣା ନା ଯୁବକଙ୍କୁ ହତ୍ୟା କରିବା ପରେ ଫିଙ୍ଗି ଦିଆ ଯାଇଛି, ସେନେଇ ଖୋଳତାଡ଼ କରୁଛି ସଦର ପୋଲିସ । 

ସୂଚନା ମୁତାବକ, ବୁଧବାର ଅପରାହ୍ନରେ ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମଠଖାଇ ମନ୍ଦିର ନିକଟସ୍ଥ ଜଙ୍ଗଲରେ ଏକ ବାଇକ୍‌ ସହ ଦୁଇ ଯୁବକଙ୍କ କ୍ଷତାକ୍ତ ମୃତଦେହ ପଡ଼ିଥିବା ଦେଖିଥିଲେ ସ୍ଥାନୀୟଲୋକେ । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଉଭୟ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ତେବେ ଏହା କୌଣସି ଦୁର୍ଘଟଣା ନା ହତ୍ୟା, ତାହାର ତଦନ୍ତ ଚଳାଇଛି ବଲାଙ୍ଗୀର ସଦର ଥାନା ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.