ପ୍ରମୂଖ ଖବର
  • ବିହାର ଭୋଟର ତାଲିକାରୁ କଟିପାରେ ୩୪ ଲକ୍ଷ ମତଦାତାଙ୍କ ନାଁ, କାରଣ କହିଲେ ନିର୍ବାଚନ ଆୟୋଗ
  • ||
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍; ତଦନ୍ତ କରୁଛନ୍ତି ୪ ଜଣିଆ ଦଳ

Published By : Swapna Ray | July 18, 2025 12:36 PM

ବାଲେଶ୍ଵର, ୧୮। ୭: ଫକୀରମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣା । ଶୁକ୍ରବାର ପ୍ରାୟ ୧୨ଟା ସମୟରେ ତଦନ୍ତ ପାଇଁ ଗଠିତ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଏଫ୍ଏମ୍ କଲେଜରେ ପହଞ୍ଚିଛି । ପ୍ରଫେସର ରାଜ୍ କୁମାର ମିତ୍ତଲଙ୍କ ଅଧ୍ୟକ୍ଷତାରେ ୪ଜଣିଆ ଟିମ୍ ବାଲେଶ୍ୱର ଆସିଛନ୍ତି । ପ୍ରଫେସର ସୁଷମା ଯାଦବ, ଡକ୍ଟର ନିରଜା ଗୁପ୍ତା ଓ ୟୁଜିସିର ଯୁଗ୍ମ ସଚିବ ଡକ୍ଟର ଅସୀମା ମଙ୍ଗଲା ଟିମ୍‌ରେ ସଦସ୍ୟ ଭାବେ ଅଛନ୍ତି । ଏହି ଟିମ୍ ଏଫ୍ଏମ୍ କଲେଜରେ ପହଞ୍ଚିବା ପରେ ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ଫିରୋଜ ପାଢ଼ୀଙ୍କୁ ଭେଟିଥିଲେ । ପାରିପାର୍ଶ୍ଵିକ ସ୍ଥିତି ଯାଞ୍ଚ କରିବା ସହ କଲେଜରେ ଛାତ୍ରୀ ନିର୍ଯାତନା ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ତଦନ୍ତ ଆରମ୍ଭ କରିଛନ୍ତି । ଅଧ୍ୟକ୍ଷଙ୍କ ଚାମ୍ବରରେ ଦୀର୍ଘ ସମୟ ଧରି ବିଭିନ୍ନ ବିଷୟ ଆଲୋଚନା କରିଥିଲେ ।

ସେହିପରି ଦ୍ଵିତୀୟ ପର୍ଯ୍ୟାୟରେ ଆଇସିସି କମିଟିରେ ଥିବା ସମସ୍ତ ସଦସ୍ୟଙ୍କୁ ଭେଟି ସେମାନଙ୍କୁ ପଚରାଉଚରା କରିବେ । ଶୁକ୍ରବାର ଓ ଶନିବାର ଦୁଇଦିନ ଧରି ଏହି ପ୍ରକ୍ରିୟା ଚାଲିବ ବୋଲି ଜଣାପଡ଼ିଛି । ଏହା ପୂର୍ବରୁ ଗୁରୁବାର କ୍ରାଇମବ୍ରାଞ୍ଚ ଟିମ୍ କଲେଜରେ ତଦନ୍ତ କରିଥିଲେ ।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.