ପ୍ରମୂଖ ଖବର
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

୯ରୁ ପୁଣି ଅସମ୍ଭାଳ ତାତି, ୧୩ରେ ଦକ୍ଷିଣ ଆଣ୍ଡାମାନ ଛୁଇଁବ ମୌସୁମୀ

Published By : Rasmita Pradhan | May 7, 2025 7:29 AM

ଭୁବନେଶ୍ୱର, ୦୭/୦୫ : ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ଅସମ୍ଭାଳ ତାତି ବଢ଼ିବ । ପରବର୍ତ୍ତୀ ଦୁଇ ଦିନରେ ପୂର୍ବ ଭାରତରେ ତାତି ୩ରୁ ୫ ଡିଗ୍ରୀ ବଢ଼ିବା ସମ୍ଭାବନା ରହିଛି । ୮ରୁ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ । ୯ରେ ସମ୍ବଲପୁର ଓ ଝାରସୁଗୁଡ଼ାରେ ଗ୍ରୀଷ୍ମପ୍ରବାହ ହୋଇପାରେ । ୯ରୁ ୧୨ ତାରିଖ ଯାଏ ଗ୍ରୀଷ୍ମପ୍ରବାହ ଜାରି ରହିବ ବୋଲି ପାଣିପାଗ ବିଜ୍ଞାନୀ ଡ. ଉମାଶଙ୍କର ଦାସ ପୂର୍ବାନୁମାନ କରିଛନ୍ତି । 

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ କହୁଛି, ୮ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ପ୍ରବଳ ଗରମ ଓ ଗୁଳୁଗୁଳି ହେବ । ୯ ଓ ୧୦ ତାରିଖରେ ବି ଏହି ସବୁ ଜିଲ୍ଲାରେ ଗୁଳୁଗୁଳି ଜାରି ରହିବ । ୯ ତାରିଖରେ ସମ୍ବଲପୁର ଓ ଝାରସୁଗୁଡ଼ାରେ ଗ୍ରୀଷ୍ମପ୍ରବାହ ହେବ । ୧୧ ଓ ୧୨ ତାରିଖରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ଏଥର ମୌସୁମୀ ଆଗୁଆ ଆସିବ ବୋଲି ପାଣିପାଗ ବିଜ୍ଞାନୀ ଡ. ଦାସ ଆକଳନ କରିଛନ୍ତି । 

ଆସନ୍ତା ୧୩ ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ଛୁଇଁବ । ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ବଙ୍ଗୋପସାଗରର କିଛି ଅଞ୍ଚଳ ଓ ନିକୋବର ଦ୍ୱୀପପୁଞ୍ଜ ଅଞ୍ଚଳକୁ ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଛି । ସାଧାରଣତଃ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ମେ ୧୮ରୁ ୧୯ ଭିତରେ ଆଣ୍ଡାମାନ ସାଗର ଛୁଇଁଥାଏ । ଜୁନ୍‌ ୧ ତାରିଖ ବେଳକୁ କେରଳ ପାଖରେ ଦେଶର ମୁଖ୍ୟ ଭୂଖଣ୍ଡକୁ ସ୍ପର୍ଶ କରେ । କେରଳ ଛୁଇଁବାର ୧୦ରୁ ୧୨ ଦିନ ମଧ୍ୟରେ ମୌସୁମୀ ବାୟୁ ଓଡ଼ିଶାକୁ ଅଗ୍ରସର ହୋଇଥାଏ ।

ଏହି ଖବରଟିକୁ ପଢନ୍ତୁ-ଆଜି ସିଭିଲ୍‌ ଡିଫେନ୍ସ ମକ୍‌ ଡ୍ରିଲ୍‌, ୪ଟାରେ ଯୁଦ୍ଧ ସାଇରନ୍‌, ବିମାନ ଆକ୍ରମଣରୁ ବର୍ତ୍ତିବା ପାଇଁ ଦିଆଯିବ ପ୍ରଶିକ୍ଷଣ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.