ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ବିଚାରାଧୀନ କଏଦୀ ମୃତ, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଫୁଲବାଣୀ,୧୭/୪ : ସ୍ଥାନୀୟ ମଣ୍ଡଳ କାରାଗାରରେ ବିଚାରାଧୀନ ଥିବା ଜଣେ କଏଦୀଙ୍କ ମୃତ୍ୟୁ ହୋଇଛି । ଏ ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଉତ୍ତେଜନା ଦେଖା ଦେବା ସହ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଜେଲ୍ କର୍ତ୍ତୃପକ୍ଷ ମାଡ଼ ମାରି ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ମୃତକ ଜଣକ ହେଲେ ଫିରିଙ୍ଗିଆ ଥାନା ଅନ୍ତର୍ଗତ ଡିମିରିଗୁଡା ଗ୍ରାମର ଅଭିରାମ ଦିଗାଲ ।

ସୂଚନା ଅନୁଯାୟୀ, ଅଭିରାମଙ୍କ ବିରୋଧରେ ଏକ ଗଞ୍ଜେଇ କାରବାର ଜନିତ ମାମଲା ରହିଥିଲା । ତେବେ ସେ କୋର୍ଟ ସମନକୁ ବାରମ୍ବାର ଅମାନ୍ୟ କରିବାରୁ ତାଙ୍କ ନାଁରେ ଓ୍ବାରେଣ୍ଟ କରାଯାଇଥିଲା । ଗତ ୧୫ତାରିଖରେ ସେ ଅଦାଲତରେ ଆତ୍ମ ସମର୍ପଣ କରିବା ପରେ ତାଙ୍କୁ ଜେଲ୍ ପଠାଇ ଦିଆଯାଇଥିଲା । ମଙ୍ଗଳବାର ତାଙ୍କୁ ଅସୁସ୍ଥ ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ଜେଲ୍ କର୍ତ୍ତୃପକ୍ଷ । ତେବେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ହୋଇଛି । ଅପରପକ୍ଷେ, ଅଭିରାମଙ୍କୁ ଜେଲ୍ କର୍ତ୍ତୃପକ୍ଷ ମାଡ଼ ମାରି ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ । ମୃତକଙ୍କ ଭାଇ ମିଖାଏଲ ନାୟକ ଟାଉନ ଥାନାରେ ଏତଲା ଦେଇ ଘଟଣାର ତଦନ୍ତ ଦାବି କରିଛନ୍ତି । ମୃତ ଅଭିରାମଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ଥିବାରୁ ଜେଲରେ ତାଙ୍କୁ ପ୍ରବଳ ମାଡ଼ ଦିଆ ଯାଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ । ଆଜି ଏହି ଘଟଣାକୁ ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ କିଛି ସମୟ ପାଇଁ ଉତ୍ତେଜନା ଦେଖା ଦେଇଥିଲା । ଏହି ଘଟଣାକୁ ନେଇ ଟାଉନ ଥାନାରେ ଏତଲା ହୋଇଥିବା ଏବଂ ଏତାଲା ଆଧାରରେ ତଦନ୍ତ ଚାଲିଥିବା ପ୍ରକାଶ କରିଛନ୍ତି ସଦର ଏସଡିପିଓ ସୁପ୍ରସନ୍ନ ମଲ୍ଲିକ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.