ପ୍ରମୂଖ ଖବର
  • କାଲିମେଳା: ଲଗାଣ ବର୍ଷାରେ ବେହାଲ ଜନଜୀବନ, ପାହାଡ ଧସିବାରୁ ରାସ୍ତା ବନ୍ଦ
  • ||
  • ସପ୍ତଦଶ ବିଧାନସଭାର ବଜେଟ୍ ଅଧିବେଶ ଆରମ୍ଭ, ପ୍ରଥମ ଦିନରେ ଅଭିଭାଷଣ ରଖିଲେ ରାଜ୍ୟପାଳ ରଘୁବର ଦାସ
  • ||
  • ଯାଜପୁର : ଭାରସାମ୍ୟ ହରାଇ ଓଲଟିଲା ​କାଉଡିଆଙ୍କୁ ନେଇ ଯାଉଥିବା ବସ୍, ୫ରୁ ଉର୍ଦ୍ଧ୍ଵ ଆହତ
  • ||

ଜୁଲାଇ ୨୩ରେ ଉପସ୍ଥାପନ ହେବ କେନ୍ଦ୍ର ବଜେଟ

ନୂଆଦିଲ୍ଲୀ,୭/୭:ଜୁଲାଇ ୨୩ରେ ଆସିବ କେନ୍ଦ୍ର ବଜେଟ । ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ନିର୍ମଳା ସୀତାରମଣ । ଏନେଇ ଗତକାଲି ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ସୂଚନା ଦେଇଛନ୍ତି ସେହିପରି । ଜୁଲାଇ ୨୨ ତାରିଖରୁ ସଂସଦର ବଜେଟ ଅଧିବେଶନ ଆରମ୍ଭ ହେବ। ଏହା ଅଗଷ୍ଟ ୧୨ ପର୍ଯ୍ୟନ୍ତ ଚାଲିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳିର ଏହା ପ୍ରଥମ ବଜେଟ ଅଧିବେଶନ ହେବ। ସେପଟେ  କେନ୍ଦ୍ରମନ୍ତ୍ରୀ ଏହାକୁ ନେଇ ସୋସିଆଲ ମିଡିଆ 'X'ରେ କହିଛନ୍ତି ଯେ,''ଭାରତ ସରକାରଙ୍କ ସୁପାରିଶ କ୍ରମେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୁଲାଇ ୨୨ରୁ ଅଗଷ୍ଟ ୧୨ ତାରିଖ ପର୍ଯ୍ୟନ୍ତ ବଜେଟ ଅଧିବେଶନ ପାଇଁ ସଂସଦର ଉଭୟ ଗୃହକୁ ଡାକିବା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଜୁଲାଇ ୨୩ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ହେବ ।'' 

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କ୍ରମାଗତ ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନ କରିବେ । ଏହି ରେକର୍ଡ ହାସଲ କରିବାରେ ସେ ଭାରତର ପ୍ରଥମ ଅର୍ଥମନ୍ତ୍ରୀ ହେବେ । ସାଧାରଣ ନିର୍ବାଚନ ଥିବାରୁ ଫେବୃଆରୀ ୧ରେ କେନ୍ଦ୍ର ଅର୍ଥମନ୍ତ୍ରୀ କାମଚଳା ବଜେଟ ଉପସ୍ଥାପନ କରିଥିଲେ । ଏବେ କେନ୍ଦ୍ରରେ ନୂଆ ସରକାର ଗଠନ ହେବା ପରେ ଆସିବ ପୂର୍ଣ୍ଣାଙ୍ଗ ବଜେଟ । ମୋଦି ସରକାରଙ୍କ ତୃତୀୟ ପାଳିର ଏହା ପ୍ରଥମ ବଜେଟ ହୋଇଥିବାରୁ ଏହା ଉପରେ ସମସ୍ତଙ୍କର ନଜର ରହିବ ।




  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.