ପ୍ରମୂଖ ଖବର
  • ବାଟବାଟୀ ବ୍ୟାଟଲ ; ଟସ୍ ଜିତି ଇଂଲଣ୍ଡର ବ୍ୟାଟିଂ ନିଷ୍ପତ୍ତି, ବୋଲିଂ କରିବ ଭାରତ, ଫେରିଲେ କୋହଲି
  • ||
  • ଯାଜପୁର : ଶୋଇଥିବା ବେଳେ ଷ୍ଟୁଡିଓ ମାଲିକଙ୍କୁ ନିର୍ମମ ହତ୍ୟା, ପୋଲିସର ତଦନ୍ତ ଆରମ୍ଭ
  • ||
  • ଛତିଶଗଡ଼ ବିଜାପରୁରେ ଏନ୍‌କାଉଣ୍ଟ, ଯବାନଙ୍କ ଗୁଳିରେ ଟଳିଲେ ୧୨ ମାଓବାଦୀ
  • ||
  • ନକଲି ଗୁଟଖା ଫ୍ୟାକ୍ଟ୍ରିରେ ଦିଲ୍ଲୀ, ଆନ୍ଧ୍ର ଜିଏସ୍‌ଟି ଟିମ୍‌ର ଚଢ଼ାଉ, ବିଭିନ୍ନ ସାମଗ୍ରୀ ଜବତ
  • ||
  • ଜଗତସିଂହପୁର ପିଏନ୍‌ବି ବ୍ୟାଙ୍କରେ ଅଗ୍ନିକାଣ୍ଡ, ନିଆଁ ଆୟତ୍ତ କରିବାକୁ ଉଦ୍ୟମ ଜାରି
  • ||
  • ହେଲିକପ୍ଟର ଯୋଗେ କଟକ ଯିବେ ମୁଖ୍ୟମନ୍ତ୍ରୀ, ବାରବାଟୀରେ ଭାରତ- ଇଂଲଣ୍ଡ ଲଢ଼େଇ ଦେଖିବେ
  • ||
  • ବାରବାଟୀ ଲଢ଼େଇ: ସୁପର ସନ୍‌ଡେ'ରେ ଭାରତ-ଇଂଲଣ୍ଡ ଦ୍ୱିତୀୟ ଦିନିକିଆ, ଟିମ୍‌କୁ ଫେରିବେ କୋହଲି, ରିଷଭ
  • ||
  • ରବିବାରଠୁ ଉପରମୁହାଁ ହେବ ପାରଦ,୨ରୁ ୪ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା
  • ||

ଦୁଇଟି ପର୍ଯ୍ୟାୟରେ ହେବ ସଂସଦର ବଜେଟ ଅଧିବେଶନ, ଲଗାତାର ଅଷ୍ଟମ ଥର ପାଇଁ ଉପସ୍ଥାପନ କରିବେ ନିର୍ମଳା ସୀତାରମଣ

Published By : Anindita | January 18, 2025 9:32 AM

ନୂଆଦିଲ୍ଲୀ, ୧୮/୦୧: ଆସନ୍ତା ୩୧ରୁ ସଂସଦର ବଜେଟ ଅଧିବେଶନ। ସଂସଦ ବଜେଟ ଅଧିବେଶନର ପ୍ରଥମ ଦିନରେ ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।  ଏହାପରେ ଫେବୃୟାରୀ ୧ ତାରିଖରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲଗାତାର ଅଷ୍ଟମ ଥର ପାଇଁ ବଜେଟ ଉପସ୍ଥାପନ କରିବେ । ତେବେ ଦୁଇଟି ପର୍ଯ୍ୟାୟରେ ହେବ ଏହି ବଜେଟ ଅଧିବେଶନ । ପ୍ରଥମ ଅଧିବେଶନ ଜାନୁଆରୀ ୩୧ରୁ ଆରମ୍ଭ ହୋଇ ଫେବୃଆରୀ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ସେହିପରି ଦ୍ୱିତୀୟ ଭାଗ ମାର୍ଚ୍ଚ ୧୦ରୁ ଏପ୍ରିଲ ୪ ତାରିଖ ପର୍ଯ୍ୟନ୍ତ ଚାଲିବ।

ସୂଚନା  ଅନୁଯାୟୀ,ଅଧିବେଶନର ପ୍ରଥମ ପର୍ୟ୍ୟାୟରେ ଉଭୟ ଗୃହରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ବିତର୍କ ହେବ ଏବଂ ସଂସଦର ଉଭୟ ଗୃହରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର ସହିତ ଶେଷ ହେବ।  ଦିଲ୍ଲୀ ଭୋଟ ଦିନ ବଜେଟ ଅଧିବେଶନ ଚାଲିବ ନାହିଁ ।  ୩ ଫେବୃଆରୀରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଚର୍ଚ୍ଚା ହେବ ।  ବଜେଟରେ ଏଥର ପୁରୁଣା ଟାକ୍ସ ବ୍ୟବସ୍ଥା ଉପରେ କିଛି ପରିବର୍ତ୍ତନ ଆସିପାରେ । ପୁରୁଣା ଆୟକର ବ୍ୟବସ୍ଥାରେ ପରିବର୍ତ୍ତନ ନେଇ ପ୍ରଥମରୁ ଚର୍ଚ୍ଚା ଲାଗି ରହିଛି । ଏହି ଟ୍ଯାକ୍ସ ବ୍ୟବସ୍ଥା ୧ ଏପ୍ରିଲ ୨୦୨୦ରେ ଲାଗୁ କରାଯାଇଥିଲା । 

ଏହା ମଧ୍ୟ ପଢନ୍ତୁ- କୁମ୍ଭରେ ରାଜ୍‌ କରୁଥିଲା ବ୍ରିଟିଶ୍‌ ଇଷ୍ଟ ଇଣ୍ଡିଆ କଂପାନି, ମେଳାକୁ ଆସୁଥିବା ଲୋକଙ୍କଠୁ ଟିକସ ନେଉଥିଲା ୧ ଟଙ୍କା

ଅଷ୍ଟାଦଶ ଲୋକସଭା ନିର୍ବାଚନ ପରେ ସରକାର ପୂର୍ଣ୍ଣ ବଜେଟ ଉପସ୍ଥାପନ କରିବେ । ଅଷ୍ଟାଦଶ ଲୋକସଭା ନିର୍ବାଚନ ପରେ ସରକାର ପୂର୍ଣ୍ଣ ବଜେଟ ଉପସ୍ଥାପନ କରିବେ ।  ଏହାପରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଆଗତ ହେବ । ତେବେ ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ କାର୍ୟ୍ୟକାଳର ପ୍ରଥମ ବଜେଟ୍ ଅଧିବେଶନ ହେବ। ୧୮ତମ ଲୋକସଭା ନିର୍ବାଚନ ପରେ, ମୋଦି ସରକାର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବେ।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜାନୁଆରୀ ୩୧ ତାରିଖ ଦିନ ସକାଳ ୧୧ ଟାରେ ସଂସଦର ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ।  ଗତବର୍ଷ ଅନୁଷ୍ଠିତ ଶୀତକାଳୀନ ଅଧିବେଶନରେ ବହୁତ ହଙ୍ଗାମା ଦେଖିବାକୁ ମିଳିଥିଲା। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.