ପ୍ରମୂଖ ଖବର
  • ଏଫଏମ କଲେଜରେ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା , କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
  • ||
  • ଲର୍ଡସ୍ ଟେଷ୍ଟ: ଦ୍ୱିତୀୟ ଇନିଂସରେ ଇଂଲଣ୍ଡ ଅଲଆଉଟ୍, ଭାରତ ଆଗରେ ୧୯୩ ରନର ବିଜୟ ଲକ୍ଷ୍ୟ
  • ||
  • ନିର୍ବାଚନ ପୂର୍ବରୁ ନୀତୀଶ କୁମାରଙ୍କ ବଡ଼ ଘୋଷଣା, ଆସନ୍ତା ୫ ବର୍ଷ ମଧ୍ୟରେ ଏକ କୋଟି ଚାକିରି ଦେବେ ସରକାର
  • ||
  • ଆଇପିଏସ୍ ସୋନାଲି ମିଶ୍ର ଆରପିଏଫର ପ୍ରଥମ ମହିଳା ମହାନିର୍ଦ୍ଦେଶକ
  • ||
  • କୋଲାକାତା ଆଇଆଇଏମରେ ଦୁଷ୍କର୍ମ ମାମଲା, ତଦନ୍ତ ଲାଗି ଏସ୍ଆଇଟି ଗଠିତ
  • ||
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଓ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ, ଓଡିଶାରେ ଖୋଲିବ ୮…

Published By : Ladu Kishor | December 6, 2024 9:30 PM

ନୂଆଦିଲ୍ଲୀ/ଭୁବନେଶ୍ୱର ୦୬/୧୨ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ଓଡ଼ିଶାରେ ୮ଟି ଏବଂ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ଏବଂ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଞ୍ଜୁର କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  

ଶ୍ରୀ ପ୍ରଧାନ କହିଛନ୍ତି ଯେ ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ଓଡ଼ିଶା ସମେତ ସମଗ୍ର ଦେଶରେ ଉତ୍ତମ ଗୁଣାତ୍ମକ ମାନର ଶିକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ଏହି ନୂଆ ବିଦ୍ୟାଳୟ ମଞ୍ଜୁର ପ୍ରଦାନ କରାଯାଇଛି । ଆଗାମୀ ଦିନରେ ଭାରତ ସରକାର ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ଓ ଗୋଟିଏ କେନ୍ଦ୍ରୀୟ ବିଦ୍ୟାଳୟର ସମ୍ପ୍ରସାରଣ ପାଇଁ ପ୍ରାୟ ୫୮୭୨ କୋଟି ଟଙ୍କା ଏବଂ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ପ୍ରାୟ ୨୩୫୯ କୋଟି ଟଙ୍କା ଖର୍ଚ୍ଚ କରିବେ।ଏହା ଦ୍ୱାରା ଏକବିଂଶ ଶତାବ୍ଦୀର ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଉଜ୍ଜ୍ୱଳ ହେବ। ପ୍ରତିଷ୍ଠା ହେବାକୁ ଥିବା ସ୍ଥାନରେ ଶିକ୍ଷାର ଭିତ୍ତିଭୂମିର ବିକାଶ ହେବ । ଛାତ୍ରଛାତ୍ରୀ ବିଶେଷ ଭାବରେ ଏସସି, ଏସଟି ଓ ଓବିସି ବର୍ଗର ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ । ବିଦ୍ୟାଳୟ ସ୍ତରରେ ଶିକ୍ଷାର ମାନରେ ଉନ୍ନତି ହେବ । ଛାତ୍ରଛାତ୍ରୀଙ୍କ ମାନସିକ, ଶାରିରୀକ, କ୍ରିଟିକାଲ ଥିଙ୍କିଂ ସହ ବୌଦ୍ଧିକ କ୍ଷମତା ବିକଶିତ ହେବ । ସ୍ଥାନୀୟ ଅଞ୍ଚଳରେ ଅନେକ ନିଯୁକ୍ତି ସୃଷ୍ଟି ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି । 

ଓଡ଼ିଶାର ସମ୍ବଲପୁର ଜିଲ୍ଲାର କୁଚିଣ୍ଡା, ଅନୁଗୋଳ ଜିଲ୍ଲାର ତାଳଚେର ଓ ଆଠମଲ୍ଲିକ, ଢେଙ୍କାନାଳର କାମାକ୍ଷାନଗର, ଖୋର୍ଦ୍ଧା ଜିଲ୍ଲାର ଆଇଟିବିପି ଖୋର୍ଦ୍ଧା, କୋରାପୁଟ ଜିଲ୍ଲାର ଜୟପୁର, ବଲାଙ୍ଗୀର ଜିଲ୍ଲାର ରେଲଓ୍ୱେ ଟିଟିଲାଗଡ଼ ଓ ପାଟଣାଗଡ଼ରେ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନା ହେବାର ନିଷ୍ପତି ଦ୍ୱାରା ସ୍ଥାନୀୟ ଲୋକମାନଙ୍କର ଥିବା ଦୀର୍ଘ ଦିନର ଆଶା ଓ ଆପେକ୍ଷା ପୂରଣ ହେବାକୁ ଯାଉଛି । ଓଡ଼ିଶାରେ ଶିକ୍ଷାର ବିକାଶ ଓ  ଛାତ୍ରଛାତ୍ରୀମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରିବା ଦିଗରେ ଏହି ନିର୍ଣ୍ଣୟ ନେଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଶ୍ରୀ ପ୍ରଧାନ କୃତଜ୍ଞତା ଜଣାଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.