ପ୍ରମୂଖ ଖବର
  • ୬ ମାସରେ ୫ ବଡ଼ ଅଘଟଣ, ଲିଭିଛି ୩୫୭ ଜୀବନ ଦୀପ
  • ||
  • ମାଲକାନଗିରି ପୁଲିସକୁ ବଡ଼ ସଫଳତା, ୨ ଦୁର୍ଦ୍ଦାନ୍ତ ମାଓବାଦୀ ଗିରଫ
  • ||
  • ମୁଖ୍ୟମନ୍ତ୍ରୀଙ୍କ ରଜ ଭେଟି, ଗୃହରକ୍ଷୀ ଏବଂ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀମାନଙ୍କର ବଢିଲା ଭତ୍ତା
  • ||
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

ପ୍ରଧାନାଚାର୍ଯ୍ୟ ସମ୍ମିଳନୀରେ ଯୋଗଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଲୋକଙ୍କ ସମ୍ମୁଖରେ କାର୍ଯ୍ୟର ହିସାବ ରଖିଲା ଦଳ

Published By : Harapriya Sethi | June 12, 2025 2:05 PM

କଟକ ସଦର,୧୨/୦୬ : କଟକ ଗତିରାଉତପାଟଣା ସ୍ଥିତ କେଶବଧାମ ବିଦ୍ୟା ମନ୍ଦିର ପରିସରରେ ଚଳିତ ମାସ ୧୦ରୁ ପ୍ରାଦେଶିକ ପ୍ରଧାନ ଆଚାର୍ଯ୍ୟ ସମ୍ମିଳନୀ ଆରମ୍ଭ ହୋଇଛି । ଗୁରୁବାର ଏହି ସମ୍ବିଳନୀର ଉଦଯାପନ ଉତ୍ସବରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସମ୍ମାନିତ ଅତିଥି ଭାବେ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ପ୍ରାନ୍ତ କାର୍ଯ୍ୟବାହକ ଡ. ଅନୀଲ କୁମାର ମିଶ୍ର ଓ ବିଦ୍ୟା ଭାରତୀ,ଅଖିଳ ଭାରତୀୟ ଶିକ୍ଷା ସଂସ୍ଥାନର ସଂଗଠନ ମନ୍ତ୍ରୀ ଗୋବିନ୍ଦ ଚନ୍ଦ୍ର ମହାନ୍ତ, ମୁଖ୍ୟବକ୍ତା ଭାବେ ବିଦ୍ୟାଭାରତୀ, ଅଖିଳ ଭାରତୀୟ ଶିକ୍ଷା ସଂସ୍ଥାନର ଅଧ୍ୟକ୍ଷ ଡ.ରବିନ୍ଦ୍ର କହ୍ନେରେ, ଶିକ୍ଷା ବିକାଶ ସମିତିର ଅଧ୍ୟକ୍ଷ ଡ. କିଶୋର ଚନ୍ଦ୍ର ମହାନ୍ତି ପ୍ରମୁଖ ଯୋଗଦେଇଥିଲେ । 

ସୂଚନା ଯୋଗ୍ୟ ଯେ, ଏହି ସମ୍ମିଳନୀର ଉଦ୍ଦେଶ୍ୟ ହେଉଛି ରାଷ୍ଟ୍ରୀୟ ଶିକ୍ଷାନୀତି-୨୦୨୦ ଅନୁଯାୟୀ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଗୁଡିକରେ ଶିକ୍ଷଣ ଗତିବିଧିର ଗୁଣାତ୍ମକ ମାନ ବୃଦ୍ଧି ନିମନ୍ତେ ଚଳିତ ବର୍ଷ ପ୍ରଦେଶ ସ୍ତରରେ ସମସ୍ତ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟମାନଙ୍କୁ ନେଇ ପ୍ରାଦେଶିକ ପ୍ରଧାନ ଆଚାର୍ଯ୍ୟ ସମ୍ମିଳନୀ ଅନୁଷ୍ଠିତ ହେଉଛି ।

ରାଜ୍ୟରେ ବିଜେପି ସରକାରର ଏକ ବର୍ଷ ଓ କେନ୍ଦ୍ର ସରକାରଙ୍କ ୧୧ ବର୍ଷ ପୂର୍ତ୍ତି ଅବସରରେ ସାମ୍ବାଦିକ ସମ୍ମିଳନୀ ଜରିଆରେ ଲୋକଙ୍କ ସମ୍ମୁଖରେ ସମସ୍ତ କାର୍ଯ୍ୟର ହିସାବ ରଖିଲା ଦଳ । ରାଜ୍ୟ ଆଇନ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଓ ପୂର୍ବତନ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଧନରେ ଏମଏସପି ବୃଦ୍ଧି, ସୁଭଦ୍ରା, ଲକ୍ଷପତି ଦିଦି, ମାଇକ୍ରୋ ଏକୋନୋମୀ, ୪୨ ହଜାର ନିଯୁକ୍ତି, ୧୭ ଲକ୍ଷ କୋଟି ଟଙ୍କାର ଶିଳ୍ପ ପାଇଁ ଏମଓୟୁ, ୬୮ ଟି ବ୍ଲକରେ ଗ୍ରାମୀଣ କୋର୍ଟ ନିର୍ମାଣ ହୋଇଛି । ତେବେ ୧୯୩୬ ମସିହା ବେଳକୁ ମୁଣ୍ଡ ପିଛା ଆୟ ସାଢେ ୯ ଲକ୍ଷ, ରାଜ୍ୟ ଜିଡିପି ୯.୩ ପ୍ରତିଶତ ଓ ୫୦୦ ବିଲିଅନ ଡଲାର ରାଜ୍ୟ ଅର୍ଥନୀତି କରାଯିବାକୁ ଲକ୍ଷ୍ୟ ରଖାଯାଇଥିବା ଆଇନ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.