ପ୍ରମୂଖ ଖବର
  • ରାୟଗଡ଼ା : ଲାଞ୍ଚ ନେବା ବେଳ ଭିଜିଲାନ୍ସ ହାତରେ ଧରାପଡିଲେ ସିଡିପିଓ, କିରାଣୀ
  • ||
  • ବାଲେଶ୍ୱର : ସାପ କାମୁଡ଼ାରେ ଅଷ୍ଟମ ଶ୍ରେଣୀ ଛାତ୍ରୀ ମୃତ
  • ||
  • ଖୋର୍ଦ୍ଧା : ବାଇକ୍‌ ପଛରେ ପିଟିହେଲା ମାଲବାହୀ ଟ୍ରକ୍‌; ମହିଳା ମୃତ, ଜଣେ ଆହତ
  • ||
  • ରଥ ଖଳା ହାଲ୍‌ଚାଲ୍... ରଥତ୍ରୟରେ ଲାଗିଲା ୧୨ ଦୁଆରଘଡ଼ା, କଳସ ଉଠି ଓଲଟ ଶୁଆ ସ୍ଥାପନ
  • ||
  • ୩ ବିଧାୟକଙ୍କୁ ବହିଷ୍କାର କଲା ସମାଜବାଦୀ ପାର୍ଟି, ଦଳ ବିରୋଧୀ କାର୍ଯ୍ୟ ପାଇଁ ଆକ୍ସନ
  • ||
  • ସୁନ୍ଦରଗଡ଼ : ବାଇକ୍‌କୁ ପଛରୁ ପିଟିଲା ଟ୍ରକ୍‌; ୨ ମୃତ, ଜଣେ ଗୁରୁତର
  • ||
  • ଅନବସର ତ୍ରୟୋଦଶୀ ତିଥି, ମହାପ୍ରଭୁଙ୍କୁ ଘଣା ଓ ଖଳି ପ୍ରସାଦ ଲାଗି ହେବ
  • ||
  • ସିରିଆର ଏକ ଚର୍ଚ୍ଚରେ ଆତ୍ମଘାତୀ ବିସ୍ଫୋରଣ, ୨୦ ମୃତ
  • ||
  • ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଯୁବ ଶକ୍ତି ସମାବେଶରେ ଦେବେ ଯୋଗ
  • ||
  • ୨୫ରେ ଆଉ ଏକ ଘୂର୍ଣ୍ଣିବଳୟ, ୨୭ଯାଏ ବର୍ଷା ସମ୍ଭାବନା: ଆଜି ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||

ଡ୍ରପ୍ ଆଉଟ୍ ହାର ରୋକିବା ପାଇଁ ଓଡ଼ିଶାର ଘରକୁ ଘର ବୁଲି ସର୍ବେକ୍ଷଣ ଦେଶ ପାଇଁ ଉଦାହରଣ : କେନ୍ଦ୍ର ଶିକ୍ଷାମନ୍ତ୍ରୀ

Published By : Suraj Kumar | May 19, 2025 4:38 PM

ଭୁବନେଶ୍ଵର, ୧୮ ।୫ : ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କାର୍ଯ୍ୟାନ୍ୱୟନ ସମୀକ୍ଷା କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜ୍ୟର ବିଦ୍ୟାଳୟ ଶିକ୍ଷା ପରିପୃଷ୍ଠ, ସ୍କୁଲ ଭିତ୍ତିଭୂମିର ଉନ୍ନତିକରଣ, ଜାତୀୟ ପାଠ୍ୟକ୍ରମ ରୂପରେଖ ସହିତ ସମନ୍ୱୟ ରଖି ପାଠ୍ୟପୁସ୍ତକ ଏବଂ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ କରିବା, ଶିକ୍ଷକଙ୍କ ଦକ୍ଷତା ବିକାଶ, ଜାତୀୟ ଶିକ୍ଷା ନୀତି ୨୦୨୦ ର କାର୍ଯ୍ୟାନ୍ୱୟନ, ପ୍ରଧାନମନ୍ତ୍ରୀ ପୋଷଣ ଏବଂ ସମଗ୍ର ଶିକ୍ଷା ସମେତ ଅନ୍ୟାନ୍ୟ କ୍ଷେତ୍ରୀୟ ଯୋଜନାଗୁଡ଼ିକର ସମୀକ୍ଷା କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ । ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉପସ୍ଥିତ ଥିବା ସହ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟର ସଚିବ ସଞ୍ଜୟ କୁମାର, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ ଶାଳିନୀ ପଣ୍ଡିତ, ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶିକା ଅନନ୍ୟା ଦାସଙ୍କ ସମେତ କେନ୍ଦ୍ର ସରକାରଙ୍କ ଉଚ୍ଚ ପଦସ୍ଥ ଅଧିକାରୀ ଓ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପିଏମ-ପୋଷଣ ନିର୍ଦ୍ଦେଶକ ଅନୁଜ ଦାସ ପଟ୍ଟନାୟକ, ଏସସିଇଆରଟି ନିର୍ଦ୍ଦେଶକ ମନୋଜ କୁମାର ପାଢ଼ୀ, ଉଚ୍ଚ ମାଧ୍ୟମିକ ନିର୍ଦ୍ଦେଶକ ରଘୁରାମ୍ ଆର୍ ଆୟର ପ୍ରମୁଖ ଯୋଗ ଦେଇଥିଲେ ।

 ବୈଠକରେ ଓଡ଼ିଶାରେ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନାର ସଫଳ କାର୍ଯ୍ୟାନ୍ୱୟନ ସମ୍ପର୍କରେ ଆଲୋଚନା କରାଯାଇଥିଲା । ରାଜ୍ୟରେ ଜାତୀୟ ଶିକ୍ଷା ନୀତି ୨୦୨୦ର କାର୍ଯ୍ୟକାରିତାକୁ ତ୍ବରାନ୍ବିତ କରିବା ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋଚନା କରାଯାଇଛି । ରାଜ୍ୟରେ ପ୍ରତ୍ୟେକ ପ୍ରାଥମିକ ବିଦ୍ୟାଳୟରେ ଖୋଲାଯାଇଥିବା ଶିଶୁ ବାଟିକାର ସୁପରିଚାଳନା, ଜାତୀୟ ପାଠ୍ୟକ୍ରମ ରୂପରେଖର ସମନ୍ବୟରେ ରାଜ୍ୟ ପାଠ୍ୟକ୍ରମକୁ ବିକଶିତ କରିବା ଏବଂ ଏଥିରେ ସ୍ଥାନୀୟ ପ୍ରାସଙ୍ଗୀକରଣକୁ ପ୍ରାଧାନ୍ୟ ଦେବା ଉଦ୍ଦେଶ୍ୟରେ ଏକ ଷ୍ଟିୟରିଂ କମିଟି ଗଠନ କରାଯାଇଥିବା ନେଇ ଆଲୋଚନା କରାଯାଇଛି । 

ପ୍ରାଥମିକ ଶିକ୍ଷାଠାରୁ ଆରମ୍ଭ କରି ଉଚ୍ଚ ମାଧ୍ୟମିକ ଶିକ୍ଷା ପର୍ଯ୍ୟନ୍ତ ସମସ୍ତ ଭିତ୍ତିଭୂମିର ବିକାଶ, ରାଜ୍ୟରେ ପିଏମ-ଶ୍ରୀ ଯୋଜନାର ସଫଳ କାର୍ଯ୍ୟକାରିତା, ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଆବାସିକ ବିଦ୍ୟାଳୟ ଓ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟକୁ ଅଧିକରୁ ଅଧିକ ପିଲାଙ୍କ ନିକଟରେ ପହଞ୍ଚାଇବା, ପ୍ରାକ୍-ବିଦ୍ୟାଳୟ ଶିକ୍ଷାକୁ ଗୁରୁତ୍ବ ଦେବା, ପାଠ୍ୟପୁସ୍ତକ ପ୍ରସ୍ତୁତିରେ ରାଜ୍ୟର ଯୋଗଦାନ, ଆଇସିଟି ଓ ଡିଜିଟାଲ ଶିକ୍ଷାର ପ୍ରସାର, ପ୍ରାଥମିକ ଠାରୁ ଉଚ୍ଚ ମାଧ୍ୟମିକ ପର୍ଯ୍ୟନ୍ତ ଉନ୍ନୀତ କରି ଅଧିକରୁ ଅଧିକ ସଂଯୁକ୍ତ ବିଦ୍ୟାଳୟ ଗଠନ ସମ୍ପର୍କରେ ଆଲୋଚନା କରାଯାଇଥିଲା । ଏଥିସହ ଚଳିତ ଶିକ୍ଷା ବର୍ଷରୁ ପିଏମ-ପୋଷଣ ସମନ୍ବୟରେ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାକୁ ଗ୍ରହଣ କରିଥିବା ନେଇ ସୂଚନା ଦିଆଯାଇଥିଲା, ଯେଉଁଥିରେ ଶିଶୁ ବାଟିକାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମଧ୍ୟାହ୍ନ ଭୋଜନ, ସପ୍ତାହକୁ ତିନି ଦିନ ପୁଷ୍ଟିକର ଲଡ଼ୁ ପ୍ରଦାନ ଏବଂ ଗୋଟିଏ ଅତିରିକ୍ତ ଅଣ୍ଡା ପ୍ରଦାନ କରାଯାଉଛି ।

ଏହି ଅବସରରେ ଶ୍ରୀ ପ୍ରଧାନ ରାଜ୍ୟରେ ଶିକ୍ଷାର ସମୃଦ୍ଧ ଯୋଜନା ପ୍ରସ୍ତୁତି ଓ ଡ୍ରପ୍ ଆଉଟ୍ ହାର ରୋକିବା ପାଇଁ ଘରକୁ ଘର ବୁଲି ୦-୧୮ ବର୍ଷ ବୟସ ପର୍ଯ୍ୟନ୍ତ ପିଲାମାନଙ୍କର ଚାଲିଥିବା ସର୍ବେକ୍ଷଣର ଉଚ୍ଚ ପ୍ରଶଂସା କରିଛନ୍ତି । ଏହି ସର୍ବେକ୍ଷଣ ଦ୍ବାରା ବିଦ୍ୟାଳୟ ବାହାରେ ଥିବା ପିଲାମାନଙ୍କୁ ଚିହ୍ନଟ କରିବା ସଙ୍ଗେ ସଙ୍ଗେ ସେମାନଙ୍କୁ ଶିକ୍ଷାର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମ ଦେଶ ପାଇଁ ଉଦାହରଣ ସୃଷ୍ଟି କରିବ । ଏହି ସର୍ଭେ ଦ୍ବାରା ପିଲାଙ୍କ ମାତୃଭାଷା ତଥା ଭିନ୍ନକ୍ଷମ ଶିଶୁ ସମ୍ପର୍କିତ ସୂଚନା ମଧ୍ୟ ଉପଲବ୍ଧ ହୋଇପାରିବ ଓ ଆଗାମୀ ବର୍ଷରେ ବିଦ୍ୟାଳୟରେ ନାମ ଲେଖାଇବାକୁ ଥିବା ପିଲାଙ୍କ ସୂଚନା ମିଳିପାରିବ । 

ସୂଚନାନୁସାରେ, ତିନି ଦିନ ଧରି ନୂଆଦିଲ୍ଲୀସ୍ଥିତ ଆଇସିଏଆର୍ ଠାରେ ସମସ୍ତ ରାଜ୍ୟର ଶିକ୍ଷା ସଚିବଙ୍କୁ ନେଇ ଜାତୀୟ ସମ୍ମିଳନୀର ଆୟୋଜନ କରାଯାଇଥିଲା । ଏହି ସମ୍ମିଳନୀରେ ଶିକ୍ଷା ସମ୍ପର୍କିତ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ସମ୍ପର୍କରେ ଆଲୋଚନା କରାଯାଇଛି । ଏହି ବୈଠକରେ ବିଭିନ୍ନ ରାଜ୍ୟଗୁଡ଼ିକ ନିଜ ନିଜର ସଫଳ ଯୋଜନାକୁ ଉପସ୍ଥାପନ କରିଥିଲେ ।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.