ପ୍ରମୂଖ ଖବର
  • ତାଳଚେର ହାଣ୍ଡିଧୁଆ ସ୍କୁଲର ରୂପାନ୍ତରଣ ପ୍ରକଳ୍ପର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • ତାଳଚେରରେ “ଏକ୍ ପେଡ୍ ମା’ କେ ନାମ ୨.୦” ଅଭିଯାନ ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • କଟକ : ଟ୍ରକ୍ ଧକ୍କାରେ ମହିଳା ହୋମଗାର୍ଡଙ୍କ ମୃତ୍ୟୁ, ଚାଳକ ଥାନାରେ ଅଟକ
  • ||
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

'ଅନେକ ସ୍ମୃତି ଏହି ସ୍କୁଲ ସହ ଜଡ଼ିତ'; ହାଣ୍ଡିଧୁଆ ବିଦ୍ୟାଳୟର ରୂପାନ୍ତରଣ ପ୍ରକଳ୍ପ ଶୁଭାରମ୍ଭ କରି ଏମିତି କହିଲେ କେନ୍ଦ୍ରମନ୍ତ୍ରୀ

Published By : Harapriya Sethi | July 3, 2025 2:11 PM

ତାଳଚେର,୦୩/୦୭:  ତାଳଚେର ହାଣ୍ଡିଧୁଆ ସ୍କୁଲର ରୂପାନ୍ତରଣ ପ୍ରକଳ୍ପ ଶୁଭାରମ୍ଭ । ଗୁରୁବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ହାଣ୍ଡିଧୁଆ ସରକାରୀ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଦତ୍ତ ୧ କୋଟି ୩୭ ଲକ୍ଷ ଟଙ୍କାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି । ଏହି ଅବସରରେ ସେ ଛାତ୍ରଛାତ୍ରୀଙ୍କ ସହ ସମୟ ଅତିବାହିତ କରିବା ସହ ପିଲାଦିନର ସ୍ମୃତିକୁ ମନେପକାଇଥିଲେ । 

ସେ କହିଛନ୍ତି ଯେ, ଏହି ସ୍କୁଲରେ ମୁଁ ମୋ ଜୀବନର ପ୍ରାଥମିକ ଶିକ୍ଷା ଗ୍ରହଣ କରିଛି । ପିଲାଦିନର ଅନେକ ସ୍ମୃତି ଏହି ସ୍କୁଲ ସହ ଜଡ଼ିତ । ଏହା ମୋର ଘର ପରି ମନେହୁଏ । ଏହି ବିଦ୍ୟାଳୟ ସ୍ଥାନୀୟ ଅଞ୍ଚଳରେ ପ୍ରାଥମିକ ଶିକ୍ଷାରେ ଏକ ସମ୍ମାନସ୍ପଦ ଅନୁଷ୍ଠାନ ଭାବରେ ଉଭା ହୋଇଛି । ସ୍କୁଲର ଉନ୍ନତି ପାଇଁ ମୋର ବହୁତ ଦିନରୁ ଇଚ୍ଛା ଥିଲା । ଆଜି ଏଠାରେ ସ୍ମାର୍ଟ କ୍ଲାସରୁମ, ରୋଷେଇ ଘର, ନୂଆ ଭବନ, ଡାଇନିଂ ହଲ ଆଦି ତିଆରି ହୋଇଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହଯୋଗରେ ଆଜି ଉଦଘାଟିତ ହୋଇଥିବା ବିକାଶମୂଳକ ପ୍ରକଳ୍ପ ଗୁଡ଼ିକ ଦ୍ୱାରା ଛାତ୍ରଛାତ୍ରୀମାନେ ବିଶେଷ ଭାବରେ ଉପକୃତ ହେବେ । 

ନୂତନ ଜାତୀୟ ଶିକ୍ଷା ନୀତି ମାଧ୍ୟମରେ ଆମେ ଯେଉଁ ସାମଗ୍ରିକ, ମୂଳ ଏବଂ ଭବିଷ୍ୟତବାଦୀ ଶିକ୍ଷା ବ୍ୟବସ୍ଥାର କଳ୍ପନା କରୁଛୁ ତାହା ଏହି ବିଦ୍ୟାଳୟଗୁଡ଼ିକ ମାଧ୍ୟମରେ ସାକାର ହେବ । ଯେଉଁଠାରେ ଶିକ୍ଷା କେବଳ ପରୀକ୍ଷା ନୁହେଁ ବରଂ ବ୍ୟକ୍ତିତ୍ୱ ଏବଂ ରାଷ୍ଟ୍ର ନିର୍ମାଣର ଏକ ମାଧ୍ୟମ ହେବ । ହାଣ୍ଡିଧୁଆ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଯେଉଁ ଆତ୍ମବିଶ୍ୱାସ ଅଛି, ତାହା ୨୦୪୭ ସୁଦ୍ଧା ବିକଶିତ ଭାରତର ଏକ ଆଲୋକବର୍ତ୍ତିକା ଭାବରେ କାମ କରିବ । ସ୍କୁଲର ଉତ୍ତରୋତ୍ତର ଉନ୍ନତି ସହ ଅଧ୍ୟୟନରତ ସମସ୍ତ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଏହି ଅବସରରେ ସେ ସ୍କୁଲର ମଧ୍ୟାହ୍ନ ଭୋଜନ ସ୍ଥିତି ପରଖିବା ସହ ଅନ୍ୟାନ୍ୟ ବ୍ୟବସ୍ଥା ବିଷୟରେ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ।

ପ୍ରକାଶ ଥାଉ କି, ସ୍କୁଲ ଶିକ୍ଷା ସହ ଭିତ୍ତିଭୂମିକୁ ମଜବୁତ କରିବା ଦିଗରେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଷ୍ଟାର୍ସ ତଥା ଅନ୍ୟ ଯୋଜନା ଅନ୍ତର୍ଗତ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଏହି ହାଣ୍ଡିଧୁଆ ସରକାରୀ ସ୍କୁଲକୁ ୧ କୋଟି ୧୦ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିଲା । ଏହି ଅର୍ଥ ସ୍କୁଲର ଶ୍ରେଣୀଗୃହ, ସ୍ମାର୍ଟ କ୍ଲାସରୁମ, ପାନୀୟ ଜଳ, ଖେଳପଡ଼ିଆ ତଥା ସ୍କୁଲର ଆନୁଷଙ୍ଗିକ ବିକାଶ ପାଇଁ ଖର୍ଚ୍ଚ କରାଯାଇଥାଏ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.