ପ୍ରମୂଖ ଖବର
  • ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଜିଏସଟି ଆସିଷ୍ଟାଣ୍ଡ କମିଶନର
  • ||
  • ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା,ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ଗଞ୍ଜାମ; ଆକାଶରୁ ଖସିଲା ମୃତ୍ୟୁ, ବଜ୍ରପାତ ଘଟି ୩ ମହିଳାଙ୍କ ମୃତ୍ୟୁ
  • ||
  • ଶ୍ରୀମନ୍ଦିର ପରିଚାଳନା କମିଟି ଘୋଷଣା, ପ୍ରକାଶ ପାଇଲା ୧୦ଜଣ ସଦସ୍ୟଙ୍କ ନାଁ
  • ||
  • ଜୁଆ ଆଡ୍ଡା ଉପରେ ପୁଲିସର ଚଢ଼ାଉ; ଟଙ୍କା-ମୋବାଇଲ ଫୋନ ଜବତ, ୭ ଜୁଆଡ଼ି ଗିରଫ
  • ||
  • ‘ଆମ ଶାସନ’ ବ୍ୟବସ୍ଥାର ଶୁଭାରମ୍ଭ, ଲୋକଙ୍କ ମତାମତ ଆଧାରରେ ହେବ ନୀତି ନିର୍ଦ୍ଧାରଣ
  • ||
  • ନୂଆଦିଲ୍ଲୀ: ତଦନ୍ତରେ ଚାଞ୍ଚଲ୍ୟକର ଖୁଲାସା; ପାକିସ୍ତାନକୁ ପଠାଯାଉଥିଲା ଦେଶର ଗୁଇନ୍ଦା ସୂଚନା, ପାକିସ୍ତାନୀ ଗୁପ୍ତଚର ସମ୍ପର୍କରେ ଥିଲେ ଭାରତର ୧୫ ଅଧିକାରୀ
  • ||
  • ଟାଙ୍ଗୀ : ରୋଷେଇ ଚାଲିଥିବା ବେଳେ ଫାଟିଲା ଗ୍ୟାସ୍ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ଘର, ୬ଟି ପରିବାର ସର୍ବସ୍ବାନ୍ତ
  • ||
  • ଥମିଲା ଆନ୍ଦୋଳନ,୧୫ ଦିନ ପରେ ଅମଲା ଆନ୍ଦୋଳନ ସ୍ଥଗିତ
  • ||
  • ମହମ୍ମଦ ୟୁନୁସ୍‌ଙ୍କ ବଡ଼ ଘୋଷଣା : '୨୦୨୬ରେ ବାଂଲାଦେଶକୁ ମିଳିବ ଗଣତାନ୍ତ୍ରିକ ସରକାର, ଯିଏ ଜିତିବ ତା' ହାତରେ ଟେକିଦେବୁ ଶାସନ ଭାର'
  • ||
  • ଗାଜା ହସ୍ପିଟାଲରେ ଇସ୍ରାଏଲ ସେନାର ବୋମାମାଡ଼, ୫ ସାମ୍ବାଦିକଙ୍କ ସମେତ ୨୦ ଜଣଙ୍କ ମୃତ୍ୟୁ, ଅନେକ ଆହତ
  • ||
  • ଆଗାମୀ ୪୮ ଘଣ୍ଟା ଭିତରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ, ୨୯ ଯାଏ ବର୍ଷା ସମ୍ଭାବନା, ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • କାଣୀ ନଦୀରେ ଘାଈ ପରେ ଦୁର୍ଦ୍ଦଶା, ପାଣି ଘେରରେ ଦଶରଥପୁର ବ୍ଲକର ୧୫ ପଞ୍ଚାୟତ, ୫ ହଜାର ଲୋକେ ଜଳବନ୍ଦୀ
  • ||
  • ବଢି ଯନ୍ତ୍ରଣା : ବୈତରଣୀ ଓ ସୁବର୍ଣ୍ଣରେଖା କୋପରେ ଭାସୁଛି ଶତାଧିକ ଗାଁ, ଜଳବନ୍ଦୀ ଅବସ୍ଥାରେ ହଜାର ହଜାର ଲୋକେ
  • ||
  • ମଙ୍ଗଳବାର ଉଦୟଗିରି, ହିମଗିରିର ହେବ ଜଳାବତରଣ; ଶତ୍ରୁର ଜାହାଜକୁ ଖୋଜି ଖୋଜି କରିବ ଧ୍ୱଂସ
  • ||
  • ରୋଷେଇ ବେଳେ ଅଘଟଣ: ଆକସ୍ମିକ ଅଗ୍ନିକାଣ୍ଡରେ ଦମ୍ପତି ଜୀବନ୍ତ ଦଗ୍ଧ, ଅନାଥ ହୋଇଗଲା ୯ ମାସ ଶିଶୁ
  • ||

ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀଙ୍କ ଆଲୋଚନା, ଓଡିଶାରେ ସମବାୟ ବିକାଶ ପାଇଁ ବିଭିନ୍ନ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ

Published By : Suraj Kumar | August 25, 2025 7:20 PM


ଭୁବନେଶ୍ୱର, ୨୫।୮ : ଲୋକସେବା ଭବନରେ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀ ମୁରଲୀଧର ମୋହୋଲ୍ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋମବାର  ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀଙ୍କ ସହିତ ଓଡିଶାରେ ସମବାୟ କ୍ଷେତ୍ରର ଅଭିବୃଦ୍ଧି ବିଷୟରେ ଆଲୋଚନା କରିଛନ୍ତି।  ରାଜ୍ୟରେ ସମବାୟ କ୍ଷେତ୍ରର ଅଗ୍ରଗତି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋଚନା ହୋଇଥିଲା। ଏଥି ସହିତ ସମବାୟ କ୍ଷେତ୍ରରେ ହାସଲ କରାଯାଇଥିବା ସଫଳତା ଗୁଡିକ ମଧ୍ୟ କେନ୍ଦ୍ର ମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା। 

ବୈଠକରେ ମୁଖ୍ୟମନ୍ତ୍ରୀ ପ୍ୟାକ୍ସର ୠଣ ପରିଶୋଧ ସମୟସୀମାକୁ ୫ ବର୍ଷରୁ ୧୦ ବର୍ଷକୁ ବୃଦ୍ଧି କରିବା, ବଡମ୍ବା ଏବଂ ବଲାଙ୍ଗୀରର ଚିନିକଳକୁ କାର୍ଯ୍ୟକ୍ଷମ କରିବା, ଗୋପାଳପୁର ଠାରେ ଜାତୀୟ ତ୍ରିଭୁବନ ସମବାୟ ବିଶ୍ୱ ବିଦ୍ୟାଳୟର ଏକ ସାଟେଲାଇଟ୍ ସେଣ୍ଟର ପ୍ରତିଷ୍ଠା, ପ୍ରତି ଜିଲ୍ଲା ତଥା ସବ୍‌ଡିଭିଜନରେ ଶୀତଳ ଭଣ୍ଡାର ଏବଂ ପଣ୍ୟାଗାର ସ୍ଥାପନ, କୃଷକ ଉତ୍ପାଦକ ସଂଗଠନ (FPO) ବୃଦ୍ଧି କରିବା, ସମସ୍ତ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଗୁଡିକ ପାଇଁ ଆର୍ଥିକ ସହାୟତା ପ୍ରଦାନ କରିବା ଆଦି ବିଷୟରେ  ସମବାୟ ରାଷ୍ଟ୍ରମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରି କେନ୍ଦ୍ର ସରକାରଙ୍କ ସହଯୋଗ କାମନା କରିଥିଲେ। 

କେନ୍ଦ୍ର ମନ୍ତ୍ରୀ ଓଡିଶା ସରକାରଙ୍କ ସମବାୟ କ୍ଷେତ୍ରର ବିକାଶ ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସନ୍ତୋଷ ବ୍ୟକ୍ତ କରି କହିଥିଲେ ଯେ, ଭାରତ ସରକାର ବିଭିନ୍ନ ରାଜ୍ୟରେ ସମବାୟ ବିକାଶ ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରିଛନ୍ତି। କିଛି ରାଜ୍ୟକୁ ମଧ୍ୟ ପାଇଲଟ ପ୍ରୋଜେକ୍ଟ ଭାବେ ଗ୍ରହଣ କରାଯାଇଛି। ସେ  ସବୁ ରାଜ୍ୟ ଗୁଡିକର କାର୍ଯ୍ୟପ୍ରଣାଳୀକୁ ଅନୁଧ୍ୟାନ କରିବା ପାଇଁ ସେ ପରାମର୍ଶ ଦେଇଥିଲେ। ଏଥି ସହିତ ଓଡିଶା ସରକାରଙ୍କ ପକ୍ଷରୁ ସମବାୟ ବିକାଶ ପାଇଁ ଯାହା ଆବଶ୍ୟକ ହେବ କେନ୍ଦ୍ର ସରକାର ସମସ୍ତ ପ୍ରକାର ସହାୟତା ଯୋଗାଇଦେବେ ବୋଲି ସେ କହିଥିଲେ।

ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ସମବାୟ ସଚିବ ରାଜେଶ ପ୍ରଭାକର ପାଟିଲ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଟ, କେନ୍ଦ୍ର ସରକାରଙ୍କ ଯୁଗ୍ମ ସଚିବ ରମଣ କୁମାର, ଆନନ୍ଦ ଝା ଏବଂ ଓମ୍‌ଫେଡ୍‌ର ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତ କୁଲାଙ୍ଗେ ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.