ପ୍ରମୂଖ ଖବର
  • ଶେଖ୍ ହସିନା ଦେଇଥିଲେ ନରସଂହାର ଆଦେଶ ! ବାଂଲାଦେଶୀ ଟ୍ରିବ୍ୟୁନାଲରେ ଶୁଣାଣି, ହୋଇପାରେ ମୃତ୍ୟୁ ଦଣ୍ଡାଦେଶ
  • ||
  • ସମ୍ବଲପୁର: ସମ୍ବଲପୁର ‘କୃଷି ଭବନ’ର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ, କୃଷି କ୍ଷେତ୍ରକୁ ନୂଆ ପରିଚୟ ଦେବ କୃଷି ଭବନ
  • ||
  • ଶ୍ରୀମନ୍ଦିରର ଡ୍ରୋନ୍ ଭିଡିଓ ପୁଣି ଭାଇରାଲ୍‌, ଚୁନରା ସେବକଙ୍କ ସମ୍ପୃକ୍ତି ନେଇ ସନ୍ଦେହ
  • ||
  • ଭୁବନେଶ୍ୱର: ରାଜ୍ୟରେ ପୁଣି ବ୍ୟାପିଲାଣି କରୋନା, ୧୧ରେ ପହଞ୍ଚିଲା ଆକ୍ରାନ୍ତ ସଂଖ୍ୟା
  • ||
  • ସୁନ୍ଦରଗଡ଼ : ଆଇଇଡି ବିସ୍ଫୋରଣରେ ଯୁବକ ଆହତ
  • ||
  • ଭୁବନେଶ୍ୱର : ରାଜଧାନୀରେ ସିରିଜ୍‌ ଦୁର୍ଘଟଣା: ପଛକୁ ପଛ ପିଟିହେଲା ୪ ଗାଡ଼ି, ଏକାଧିକ ଆହତ
  • ||
  • ପାକ୍ ଗୁପ୍ତଚର ମାମଲାରେ NIAର ବଡ଼ କାର୍ଯ୍ୟାନୁଷ୍ଠାନ, ୮ଟି ରାଜ୍ୟର ୧୫ଟି ସ୍ଥାନରେ ରେଡ୍
  • ||
  • ଅନୁଗୁଳ : ମସୁଣିହତା ଗାଁରେ ଯୁବକଙ୍କୁ ଗଳା କାଟି ହତ୍ୟା, ଅଭିଯୁକ୍ତ ଗିରଫ
  • ||
  • ସୁପର୍ ସନ୍‌ଡେ'ରେ ଦ୍ୱିତୀୟ କ୍ୱାଲିଫାୟର: ପ୍ରତିଶୋଧ ପାଇଁ ପ୍ରସ୍ତୁତ ମୁମ୍ବାଇ ଇଣ୍ଡିଆନ୍ସ, ଫାଇନାଲ୍‌ ଲକ୍ଷ୍ୟରେ ପଞ୍ଜାବ କିଙ୍ଗ୍‌ସ
  • ||
  • ନୟାଗଡ଼ : ଡାକ୍ତରଙ୍କ ଅବହେଳାରୁ ପ୍ରସୂତିଙ୍କ ମୃତ୍ୟୁ, ଡାକ୍ତରଖାନାରେ ଚାପା ଉତ୍ତେଜନା
  • ||
  • ଭୟଙ୍କର ଟ୍ରେନ ଦୁର୍ଘଟଣା; ପୋଲ ଭାଙ୍ଗି ଟ୍ରାକରୁ ଖସିଲା ଟ୍ରେନ, ୭ ମୃୃତ ୩୦ ଆହତ
  • ||
  • କଳାହାଣ୍ଡି : ବନମାଳୀପୁର ରାସ୍ତାରୁ ବାଇକ୍‌ ସହ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ରୁଷ-ୟୁକ୍ରେନ୍ ସୀମା ନିକଟରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା, ୭ ମୃତ, ୩୦ ଆହତ,ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା
  • ||
  • ରାଜ୍ୟରେ ପ୍ରଥମ କୋଭିଡ୍‌ ମୃତ୍ୟୁ ଅଭିଯୋଗ, କୋଭିଡ୍‌ ସହ ବହୁବିଧ ରୋଗରେ ଆକ୍ରାନ୍ତ ଥିଲେ ମୃତକ ବୃଦ୍ଧ
  • ||
  • Miss World 2025: ବିଶ୍ୱ ସୁନ୍ଦରୀ ମୁକୁଟ ପିନ୍ଧିଲେ ଥାଇଲାଣ୍ଡର ଓପଲ ସୁଚାତା, ଭାଙ୍ଗିଲା ଭାରତର ନନ୍ଦିନୀ ଗୁପ୍ତାଙ୍କ ସ୍ୱପ୍ନ
  • ||
  • ଲୁଚକାଳି ଖେଳୁଛି ମୌସୁମୀ ! ରାଜ୍ୟରେ କମିଛି ବର୍ଷା, ୨ରୁ ୪ ଡିଗ୍ରୀ ବଢ଼ିପାରେ ତାତି
  • ||

ଉଷାକୋଠି ଅଭୟାରଣ୍ୟର ସୁରକ୍ଷା ସହ ବିକାଶ ନେଇ ହେବ ଯୋଜନା : ଧର୍ମେନ୍ଦ୍ର ପ୍ରଧାନ

Published By : Suraj Kumar | May 31, 2025 5:01 PM

ଜମନକିରା/ସମ୍ବଲପୁର, ୩୧।୫ :ସମ୍ବଲପୁର ଜମନକିରା ବ୍ଲକ ବଡ଼ରମା ସ୍ଥିତ ଉଷାକୋଠି ଅଭୟାରଣ୍ୟ ଶନିବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପରିଦର୍ଶନ କରିଛନ୍ତି । ଏହାର ସୁରକ୍ଷା ଏବଂ ବିକାଶ ନେଇ ଜିଲ୍ଲା ପ୍ରଶାସନିକ ଅଧିକାରୀ ଏବଂ ବନ ବିଭାଗର ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । 

ଅଭୟାରଣ୍ୟରେ ଥିବା ନିରୀକ୍ଷଣ ଅଟ୍ଟାଳିକା ଓ ବଡରମା ଠାରେ ଶିକାରୀ ନିରୋଧ ତନଖି ଫାଟକ ଓ ତନଖି ଗୃହ ସହିତ ପର୍ଯ୍ୟଟକ ସୁବିଧା କେନ୍ଦ୍ର କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପରିଦର୍ଶନ କରିଥିଲେ । ଏଠାରେ ଥିବା ସମସ୍ୟା ଓ ସମ୍ଭାବନା ନେଇ   ଜିଲ୍ଲା ପ୍ରଶାସନିକ ଅଧିକାରୀ ଏବଂ ବନ ବିଭାଗର ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ।  

ଏହି ଅବସରରେ ସେ କହିଥିଲେ, ବାମରା ବନ୍ୟପ୍ରାଣୀ ବନଖଣ୍ଡ ବଡରମା ବନାଞ୍ଚଳ ଅଧୀନ ଏହି ଅଭୟାରଣ୍ୟରେ ଅନେକ ବନ୍ୟଜନ୍ତୁ ଥିବାବେଳେ ଅନେକ ମୂଲ୍ୟବାନ ବୃକ୍ଷ ସମୂହ ବହୁପରିମାଣରେ ରହିଛି । ଜଙ୍ଗଲ, ଝରଣା, ସବୁଜିମାରେ ପରିପୂର୍ଣ୍ଣ ଏହି ଅଭୟାରଣ୍ୟ ପ୍ରକୃତିପ୍ରେମୀ ତଥା ପର୍ଯ୍ୟଟକଙ୍କ ପାଇଁ ଏକ ଆକର୍ଷଣୀୟ ସ୍ଥାନରେ ପରିଣତ ହୋଇଛି । ନିରୀକ୍ଷଣ ଅଟ୍ଟାଳିକା ମାଧ୍ୟମରେ ପର୍ଯ୍ୟଟକମାନଙ୍କ ପାଇଁ ନିରାପଦରେ ବନ୍ୟଜନ୍ତୁ ଦେଖିବା ସହିତ ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କରିବାର ଏକ ଭଲ ବ୍ୟବସ୍ଥା ରହିଛି । ପର୍ଯ୍ୟଟନ ଆମର ସମ୍ପଦ । ଏହି ଅଭୟାରଣ୍ୟର ସୁରକ୍ଷା, ଅବାଧ ଶିକାରକୁ ରୋକିବା, ପର୍ଯ୍ୟଟକଙ୍କ ସୁବିଧା ବଢାଇବା ପାଇଁ ଡବଲ ଇଞ୍ଜିନ ସରକାର ନିରନ୍ତର କାର୍ଯ୍ୟ କରୁଛନ୍ତି । ଉଷାକୋଠି ଅଭୟାରଣ୍ୟର ବିକାଶ ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତାବ ଅନୁସାରେ କେନ୍ଦ୍ର ସରକାର ସହଯୋଗୀ ହେବେ ବୋଲି ସେ କହିଛନ୍ତି । 

ଉଷାକୋଠି ଅଭୟାରଣ୍ୟରେ ଥିବା କୁତବ ଗ୍ରାମର ସ୍ଥାନୀୟ ଲୋକମାନଙ୍କୁ ଭେଟି ସେମାନଙ୍କର ସମସ୍ୟା ବିଷୟରେ ଆଲୋଚନା କରିଥିଲେ କେନ୍ଦ୍ରମନ୍ତ୍ରୀ । ସେ କହିଥିଲେ ଏହି ଅଞ୍ଚଳରେ ଜଙ୍ଗଲ ବିଭାଗ ନିୟମ ପାଇଁ ରାସ୍ତା ହୋଇପାରିନଥିବା ବେଳେ କିପରି ନୀତିଦିନିଆ ରାସ୍ତା ତିଆରି କରାଯିବ, ତାହାର ବ୍ୟବସ୍ଥା କରାଯିବ । ପିଲାମାନଙ୍କୁ ଶିକ୍ଷା ସହ ଲୋକମାନଙ୍କ ସ୍ୱାସ୍ଥ୍ୟସେବା, ପାନୀୟ ଜଳ, ଗମନାଗମନ ଏବଂ ଆନୁଷଙ୍ଗିକ ମୌଳିକ ବ୍ୟବସ୍ଥା ଯୋଗାଇ ଦେବା ନେଇ ଯୋଜନା କରିବା ଉପରେ ଜିଲ୍ଲା ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା ହୋଇଛି । ଏହି ଅଞ୍ଚଳରେ ଲୋକଙ୍କ ପାଇଁ ଆମ୍ବୁଲାନ୍ସର ବ୍ୟବସ୍ଥା କରିବା ପାଇଁ ମଧ୍ୟ ସେ ବନବିଭାଗକୁ ପରାମର୍ଶ ଦେଇଥିଲେ । ଅଭୟାରଣ୍ୟ ପରିସରରେ ଥିବା ଲୋକଙ୍କୁ ଉପଯୁକ୍ତ ସୁବିଧା ଯୋଗାଇବା ସହ ସେମାନଙ୍କର ସାମଗ୍ରିକ ବିକାଶ ପାଇଁ ଆମ ସରକାର ବଦ୍ଧ ପରିକର ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.