ପ୍ରମୂଖ ଖବର
  • ଶେରଗଡ଼ : ଚୁଡି ଦୋକାନରୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣା: ରିମାଣ୍ଡରେ ଆସିବ ଅଭିଯୁକ୍ତ ପୁରୁଷ ବନ୍ଧୁ
  • ||
  • କୂଅରୁ ମିଳିଲା ବଲାଙ୍ଗୀର : ୱାର୍ଡ଼ ମେମ୍ବରଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • କିଟ୍ ଛାତ୍ରୀ ମୃତ୍ୟୁ ମାମଲା: ପୋଲିସକୁ ମିଲିଲା ସୁଇସାଇଡ୍‌ ନୋଟ୍‌
  • ||
  • AIIMSରେ ସିବିଆଇ ରେଡ୍‌, ନିଯୁକ୍ତି ସ୍କାମ୍‌ର ଚାଲିଛି ତାନାଘନା
  • ||
  • ବିରୋଧୀଙ୍କ ହଟ୍ଟଗୋଳରେ ଧୋଇଗଲା ପ୍ରଶ୍ନକାଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ
  • ||
  • କଟକ : ପରକୀୟା ପ୍ରୀତିକୁ ନେଇ ହତ୍ୟା, ଶାବଳରେ ପିଟି ପିଟି ୬୨ ବର୍ଷିୟ ବୃଦ୍ଧଙ୍କୁ ହତ୍ୟା କଲା ସ୍ୱାମୀ
  • ||
  • ବୋରିଗୁମ୍ମା : ରାସ୍ତା ମଝିରେ ଥିବା ଟ୍ରକ୍‌କୁ ପିଟିଲା ବାଇକ୍‌, ୨ ମୃତ
  • ||
  • ବାଲେଶ୍ୱର : ଭାରସାମ୍ୟ ହରାଇ ବରଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ, ୫ ଆହତ
  • ||
  • କଟକ : ଦେହରେ ଡିଜେଲ ଢାଳି ନିଜକୁ ଜାଳିଦେଲା ନାବାଳକ, କାରଣ ଅସ୍ପଷ୍ଟ
  • ||

ଡ୍ରେନ୍‌ରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ

Published By : Harapriya Sethi | January 9, 2025 10:43 AM

ବ୍ରହ୍ମପୁର,୦୯/୦୧: ବ୍ରହ୍ମପୁର ନୂଆ ବସ୍‌ ଷ୍ଟାଣ୍ଡ ପେଟ୍ରୋଲ ପମ୍ପ ନିକଟସ୍ଥ ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକଙ୍କ ପରିଚୟ ଏବଂ ମୃତ୍ୟୁର କାରଣ ବର୍ତ୍ତମାନ ଜଣା ପଡ଼ିନାହିଁ । ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଅଞ୍ଚଳରେ ଏବଳି ଘଟଣା ଘଟିଛି । 

ସୂଚନା ମୁତାବକ, ବ୍ରହ୍ମପୁର ଅଞ୍ଚଳର ନୂଆ ବସ୍‌ ଷ୍ଟାଣ୍ଡ ପେଟ୍ରୋଲ ପମ୍ପ ପାଖରେ ଥିବା ଡ୍ରେମନ୍‌ରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ପଡ଼ି ରିହଥିବାର ଦେଖିଥିଲେ ସ୍ଥ୍ନୀୟଲୋକେ । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ବୈଦ୍ୟନାଥପୁର ପୋଲିସ ପହଞ୍ଚି ଶବକୁ ଜବତ କରିଛି । ପରେ ଉକ୍ତ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ବଡ଼ ମେଡିକାଲ୍‌କୁ ପଠାଇଛି ପୋଲିସ । ତେବେ କେଉଁ କାରଣରୁ ବ୍ୟକ୍ତିଙ୍କ ମୃତ୍ୟୁ ହୋଉଛି ଏବଂ ଡ୍ରେନ ଭିତରେ କେମିତି ପଡିଥିଲା, ସେ ନେଇ ପୋଲିସ ଅଧିକ ତଦନ୍ତ କରୁଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.