ପ୍ରମୂଖ ଖବର
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ମହାନଦୀ ପଠାରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ

Published By : Harapriya Sethi | March 20, 2025 1:36 PM

କଟକ, ୨୦/୦୩: କଟକ ମହାନଦୀ ଭୁଆସୁଣୀ ପଠା ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କ ପରିଚୟ ବର୍ତ୍ତମାନ ଅସ୍ପଷ୍ଟ ରହିଛି । ବିଡାନାସୀ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । କଟକ ଜିଲ୍ଲାରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, କଟକ ମହାନଦୀ ଭୁଆସୁଣୀ ପଠା ନିକଟରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ବିଡାନାସୀ ଥାନା ପୋଲିସ ଏବଂ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚିଛି । ସେଠାରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ । ପୋଲିସ ମୃତ ବ୍ୟକ୍ତିଙ୍କ ପରିଚୟ ଖୋଜିବା ପାଇଁ ତଦନ୍ତ ଆରମ୍ଭ କରିଛି । ତେବେ ମୃତ ବ୍ୟକ୍ତି ଜଣକ କେଉଁଠୁ ନିଖୋଜ ହୋଇଛନ୍ତି କିମ୍ୱା ଏନେଇ କୌଣସି ଥାନାରେ ଅଭିଯୋଗ ହୋଇଛି କି ନାହିଁ, ତାହା ଜାଣିବା ପାଇଁ ପୋଲିସ ଚେଷ୍ଟା ଚଳାଇଛି । ନିକଟସ୍ଥ ସମସ୍ତ ଥାନା ସହ ଯୋଗାଯୋଗ କରି ଘଟଣାର ତଦନ୍ତ ଚଳାଇଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.