ପ୍ରମୂଖ ଖବର
  • ଦୟାନଦୀରେ ବୁଡ଼ିଗଲେ ଦୁଇ ନାବାଳକ; ଜଣଙ୍କ ମୃତଦେହ ଉଦ୍ଧାର, ଜଣେ ନିଖୋଜ
  • ||
  • ଭବାନୀପାଟଣା : ମାଣିକେଶ୍ଵରୀ ହାଇସ୍କୁଲର ଛାତ୍ରଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଅଗଷ୍ଟ ୧୬ରେ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ, ଏସ୍‌ଓଏସ୍‌ସି ଫଳ; ମଧାହ୍ନ ୧୨ଟାରେ ୱେବ୍‌ସାଇଟ୍‌ରେ ଉପଲବ୍ଧ ହେବ ରେଜଲ୍ଟ
  • ||
  • ଭାରତକୁ ଆମେରିକାର ଧମକ, ରୁଷ ସହ କଥା ବିଗିଡ଼ିଲେ ଟାରିଫ୍‌ ବଢ଼ିବ: ଆଜି ଆଲାସ୍କାରେ ଟ୍ରମ୍ପ-ପୁଟିନ୍‌ ଆଲୋଚନା
  • ||
  • ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ନୀତି, ଶୁକ୍ରବାର ସାନ୍ଧ୍ୟା ୭ଟାରୁ ରାତି ୧୨ଟା ଯାଏ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • କୋଣାର୍କ : ରୋଷେଇ କରିବା ବେଳେ ଗ୍ୟାସ୍‌ରେ ଲାଗିଲା ନିଆଁ, ଦମ୍ପତିଙ୍କ ସମେତ ୩ ଗୁରୁତର
  • ||
  • ୭୯ତମ ସ୍ୱାଧୀନତା ଦିବସ, ଲାଲକିଲ୍ଲାରୁ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ
  • ||
  • ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ; ଆସୁଛି ଆଉ ଦୁଇ ଲଘୁଚାପ, ଭରଣା ହେବ ନିଅଣ୍ଟିଆ ବର୍ଷା
  • ||
  • ଦେଶ ପାଳୁଛି ୭୯ତମ ସ୍ବାଧୀନତା ଦିବସ, ଲାଲକିଲ୍ଲାରେ ତ୍ରିରଙ୍ଗା ଉଡ଼ାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||

କୋଣାର୍କ ହେଲିପ୍ୟାଡ ନିକଟରୁ ଅଚିହ୍ନା ମୃତଦେହ ଉଦ୍ଧାର, ଅପମୃତ୍ୟୁ ମାମଲା ରୁଜୁ

Published By : Harapriya Sethi | August 15, 2025 2:30 PM

କୋଣାର୍କ,୧୫/୦୮: କୋଣାର୍କ ହେଲିପ୍ୟାଡ ନିକଟ ସୁରକ୍ଷା ଜଙ୍ଗଲ ଭିତରୁ ଏକ ଅଚିହ୍ନା ମୃତଦେହ ଉଦ୍ଧାର ହୋଇଛି । ଏନେଇ କୋଣାର୍କ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି । ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଚାରିଛକ ହସ୍ପିଟାଲ ପଠାଯିବ ବୋଲି ଜଣାପଡ଼ିଛି । 

ସୂଚନା ମୁତାବକ, ଶୁକ୍ରବାର ହେଲିପ୍ୟାଡ ନିକଟ ଜଙ୍ଗଲରେ ଗୋଟିଏ ଗଛରେ ଅଚିହ୍ନା ଲୋକ ଆତ୍ମହତ୍ୟା କରିଥିବା ଖବର ପ୍ରଚାରିତ ହୋଇଥିଲା । ଏସମ୍ପର୍କରେ ଖବର ପାଇ ଘଟଣା ସ୍ଥଳରେ କୋଣାର୍କ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଥିଲା । ଲୋକଟି ଜିନ୍ସ ପ୍ୟାଣ୍ଟ ଓ ଫୁଲ ସାଟ ପିନ୍ଧିଥିବା ଦେଖିବାକୁ ମିଳିଛି । କୋଣାର୍କ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ଚାରିଛକ ହସ୍ପିଟାଲ ପଠାଯିବ ବୋଲି ପୁଲିସ ସୂଚନା ଦେଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.