ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ବାଇକ୍‌ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ

Published By : Harapriya Sethi | March 16, 2025 9:56 AM

ଟିକାବାଲି,୧୬/୦୩: ପାବୁରିଆ-ଜି ଉଦୟଗିରି ରାସ୍ତାର କୁଟିଗୁଡା ଠାରେ ବାଇକ୍ ଦୁର୍ଘଟଣା । ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ । ମୃତକଙ୍କ ପରିଚୟ ବର୍ତ୍ତମାନ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ସାରଂଗଡ ପୋଲିସ ପହଞ୍ଚି ତଦନ୍ତ କରୁଛି । କନ୍ଧମାଳ ଜିଲ୍ଲା ଜି. ଉଦୟଗିରି ପାବୁରିଆ-ଜି ଉଦୟଗିରି ରାସ୍ତାର କୁଟିଗୁଡା ଠାରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଶନିବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି । ରବିବାର ସକାଳୁ ସ୍ଥାନୀୟ ଲୋକେ ଜଣେ ଅଜଣା ଯୁବକଙ୍କ ମୃତଦେହ ଏବଂ ଏକ ନମ୍ବର ବିହୀନ ନୂଆ ଗାଡି ପଡ଼ି ରହିଥିବା ଦେଖିବାକୁ ପାଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ସାରଂଗଡ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ସାରଂଗଡ ପୋଲିସ ପହଞ୍ଚି ଯୁବକଙ୍କ ମୃତଦେହ ଜବତ କରିଛି । ତେବେ ଯୁବକ ଜଣକ କ୍ଷୀପ୍ର ଗତିରେ ଆସୁଥିବା ବେଳେ ଭାରସାମ୍ୟ ହରାଇ ଛିଟିକି ପଡ଼ି ମୃତ୍ୟୁ ହୋଇଥିବାର ଅନୁମାନ କରାଯାଉଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.