ପ୍ରମୂଖ ଖବର
  • ରାୟଗଡ଼ା: ଏଏନଏମଙ୍କ ଘରୁ ବିପୁଳ ପରିମାଣର ଗଞ୍ଜେଇ ଜବତ, ମହିଳା ଗିରଫ
  • ||
  • ଗଞ୍ଜାମ : ଅଟୋ-ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର
  • ||
  • ସୁବର୍ଣ୍ଣପୁର: ବାରମ୍ୱାର ଅଭିଯୋଗ ସତ୍ତ୍ୱେ ଜମିରେ ଖୋଳା ହେଉନି ବୋରୱେଲ୍‌, ଉଠା ଜଳସେଚନ କାର୍ଯ୍ୟାଳୟ ବାରଣ୍ଡାରେ ଚାଷୀଙ୍କ ଧାରଣା
  • ||
  • କଂଗ୍ରେସର ସବୁ ବିଧାୟକ ସସପେଣ୍ଡ୍, ତାରା ବାହିନୀପତି ଓ ରମେଶ ଜେନା ୭ ଦିନ ପାଇଁ ଗୃହରୁ ନିଲମ୍ଵିତ
  • ||
  • ବିଧାନସଭାରେ ହାଇଡ୍ରାମା: ଗେଟ୍‌ ଭାଙ୍ଗି ଭିତରକୁ ପଶିଲେ ବିରୋଧୀ, ପୋଲିସ-କଂଗ୍ରେସ କର୍ମୀ ଧସ୍ତାଧସ୍ତି
  • ||
  • ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ହରିଶ୍‌ ଟଣ୍ଡନ, ଶପଥ ପାଠ କରାଇଲେ ରାଜ୍ୟପାଳ
  • ||
  • ନୟାଗଡ : ଧାନଚେଙ୍ଗଡ଼ା ଡବଲ ମର୍ଡର ଘଟଣା, ଅଭିଯୁକ୍ତ ବାପାକୁ ଧରି ସିନ୍‌ ରିକ୍ରିଏସନ୍‌ କରୁଛି କ୍ରାଇମ୍‌ବ୍ରାଞ୍ଚ
  • ||
  • ବର୍ଷା ହେଲେ ବଡ଼ଦାଣ୍ଡରେ ଭାସୁଛି ପଙ୍କ: ନଳା ପାଣି ମାଡ଼ି ଶ୍ରୀମନ୍ଦିର ଗଲେ ଭକ୍ତ, ସଫା ହେଲା ପରିକ୍ରମା ମାର୍ଗ ଭୂତଳ ନଳା
  • ||
  • କଟକ : ସରିଗଲା ଶିକ୍ଷା ବର୍ଷ: ମିଳିଲାନି ବହି, ବିନା ବହିରେ ପରୀକ୍ଷା ଦେଲେ ଛାତ୍ରଛାତ୍ରୀ
  • ||

ନାଳରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Published By : Harapriya Sethi | February 24, 2025 9:02 AM

ଭୁବନେଶ୍ୱର, ୨୪/୦୨: ନାଳରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଯୁବକଙ୍କ ପରିଚୟ ଏବଂ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ତାଙ୍କୁ ହତ୍ୟା କରାଯାଇଥିବା ନେଇ ପୋଲିସ ସନ୍ଦେହ କରୁଛି । ରାୟଗଡ଼ା ଜିଲ୍ଲା ଗୁଣପୁର ଥାନା ଅନ୍ତର୍ଗତ ଅଞ୍ଚଳରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଗୁଣପୁର ଥାନା ଅନ୍ତର୍ଗତ ଆଚବା ନାଳରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ଗୁଣପୁର ପୋଲିସ ପହଞ୍ଚିଥିଲା । ସେଠାରେ ପହଞ୍ଚି ଯୁବକଙ୍କ ମୃତଦେହକୁ ନାଳରୁ ଉଦ୍ଧାର କରିଛି । ପରେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ଏହା ସହ ଯୁବକଙ୍କ ପରିଚୟ ଏବଂ ମୃତ୍ୟୁର କାରଣ ଖୋଜି ଘଟଣାର ତଦନ୍ତ ଚଳାଇଛି ପୋଲିସ । ତେବେ କେହି ଦୁର୍ବୃତ୍ତ ଯୁବକଙ୍କୁ ହତ୍ୟା କରି ନାଳରେ ଫିଙ୍ଗି ଦେଇଥିବା ନେଇ ପୋଲିସ ସନ୍ଦେହ କରୁଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.