ପ୍ରମୂଖ ଖବର
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ରେଲ୍‌ୱେ ଟ୍ରାକ୍‌ରୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

Published By : Harapriya Sethi | May 3, 2025 10:03 AM

ଭୁବନେଶ୍ୱର, ୦୩/୦୫: ବଲାଙ୍ଗୀର ଜିଲ୍ଲା ରହେନଭଟା ଗାଁ ନିକଟ ରେଲ୍ ୱେ ଟ୍ରାକ୍‌ରେ ପଡ଼ିଛି ଯୁବକଙ୍କ ମୃତଦେହ । ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି ଜିଆରପି ପୋଲିସ । ମୃତ ଯୁବକଙ୍କ ପରିଚୟ ଅସ୍ପଷ୍ଟ ଥିବା ବେଳେ ତାଙ୍କ ମୃତ୍ୟୁର କାରଣ ମଧ୍ୟ ଜଣାପଡ଼ି ନାହିଁ । 

ସୂଚନା ମୁତାବକ, ରହେନଭଟା ଗାଁ ନିକଟ ରେଲୱେ ଟ୍ରାକ୍‌ରେ ଜଣେ ଅଜଣା ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ ସ୍ଥାନୀୟଲୋକେ । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ଜିଆରପି ପୋଲିସ ପହଞ୍ଚି ଯୁବକଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଜିଆରପି ପୋଲିସ ଘଟଣାର ତଦନ୍ତ ଚଳାଇଛି । ତେବେ ରେଲ୍‌ ୱେ ଟ୍ରାକ୍‌ରେ ମୃତଦେହ ପଡ଼ି ରହିଥିବା ବେଳେ ଅନତି ଦୂରରେ ଏକ ବୁଲେଟ୍‌ ଗାଡ଼ି ଥିବା ମଧ୍ୟ ଦେଖିବାକୁ ମିଳିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.