ପ୍ରମୂଖ ଖବର
  • ବଜେଟ୍ ୨୦୨୪: ସଂସଦରେ ଜାମ୍ମୁ-କାଶ୍ମୀର ବଜେଟ୍ ଉପସ୍ଥାପିତ
  • ||
  • ବଜେଟ ୨୦୨୪: ଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବଡ଼ ଘୋଷଣା, ପର୍ଯ୍ୟଟନର ବିକାଶ ପାଇଁ ମିଳିବ ଆର୍ଥିକ ସହାୟତା
  • ||
  • ବଜେଟ୍ ୨୦୨୪: ସରକାରୀ ସହାୟତାରେ ଛାତ ଉପରେ ଲାଗିବ ସୋଲାର ପ୍ୟାନେଲ, ପ୍ରତି ଘରୁ ମାସିକ ୩ଶହ ୟୁନିଟ ବିଜୁଳି ଉତ୍ପାଦନ ଲକ୍ଷ୍ୟ
  • ||
  • ବଜେଟ ୨୦୨୪:୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ,ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନାରେ ମିଳିବ ସୁବିଧା
  • ||
  • ବଜେଟ୍୨୦୨୪: ବନ୍ୟା ମୁକାବିଲା ପାଇଁ ବିହାରକୁ ୧୧, ୫୦୦ କୋଟିର ସହାୟତା,ଆସାମ, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ସିକିମ୍‌କୁ ମିଳିବ ସହାୟତା
  • ||
  • ବଜେଟ ୨୦୨୪: ବନ୍ୟା ନିୟନ୍ତ୍ରଣ ପାଇଁ ସହାୟତା ଘୋଷଣା,ବନ୍ୟା କ୍ଷତିଗ୍ରସ୍ତ ୫ଟି ରାଜ୍ୟକୁ ସ୍ୱତନ୍ତ୍ର ସହାୟତାର ଘୋଷଣା
  • ||
  • ବଜେଟ ୨୦୨୪: ଜମିବାଡ଼ି ସୁବ୍ୟବସ୍ଥିତ କରିବାକୁ ଆରମ୍ଭ ହେବ ଭୂ-ଆଧାର, ଭୂ-ଆଧାର ଜରିଆରେ ଜମିବାଡ଼ି ଡିଜିଟାଇଜେସନ ହେବ
  • ||
  • ବଜେଟ୍ ୨୦୨୪: ମୁଦ୍ରା ଲୋନ୍‌ ୨୦ ଲକ୍ଷକୁ ବୃଦ୍ଧି ଘୋଷଣା କଲେ ଅର୍ଥମନ୍ତ୍ରୀ,ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଲୋନ୍‌ ପାଇପାରିବେ
  • ||
  • ବିଜେଟ୍ ୨୦୨୪-୨୫: ଗୟାରେ ହେବ ଇଣ୍ଡଷ୍ଟିଆଲ୍ କରିଡ଼ିର, ୧ ହଜାର ଆଇଟିଆଇକୁ ଅପଗ୍ରେଡ୍ କରାଯିବ
  • ||
  • ବିହାର, ଆନ୍ଧ୍ରପ୍ରଦେଶ ପାଇଁ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ପୋଲାଭରମ ପ୍ରକଳ୍ପ ଶୀଘ୍ର ସମାପ୍ତ ହେବ, ବିହାରରେ ଏୟାରପୋର୍ଟ, ମେଡିକାଲ କଲେଜ ବିକାଶ
  • ||
  • ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ବିଧାନସଭା ଅଧିବେଶନର ଦ୍ବିତୀୟ ଦିନ, ୪ଟା ଯାଏଁ ଗୃହ ମୁଲତବି
  • ||

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାଇଁ ଅଣସର ପଣା

ପୁରୀ ୨୫/୬ :  ‘ନୀଳାଦ୍ରି ମହୋଦୟ’ର ପଞ୍ଚଦଶ ଅଧ୍ୟାୟରେ ଏ ସଂପର୍କରେ ସୂଚନା ଅଛି l  ସେଥିରେ ରାଜା ଇନ୍ଦ୍ରଦ୍ୟୁମ୍ନ ବ୍ରହ୍ମାଙ୍କୁ ପଚାରିଛନ୍ତି- ହେ ବ୍ରହ୍ମନ୍! ଅଣସର ଘରେ ଦାରୁରୂପୀ ଚାରିଠାକୁରଙ୍କର ଏହି ବିଧି କିପରି ହୁଏ, ମୋ ପ୍ରତି ଅନୁଗ୍ରହ ଥିଲେ ଅତିଶୀଘ୍ର କହନ୍ତୁ ! ରାଜା ଇନ୍ଦ୍ରଦ୍ୟୁମ୍ନଙ୍କର ଏହି ଆଗ୍ରହ ଓ ଅନୁରୋଧର ଉତ୍ତରରେ ବ୍ରହ୍ମା କହିଛନ୍ତି- ହେ ରାଜା ! ତୁମ୍ଭେ ନୀଳାଦ୍ରିସିଂହ (ଶ୍ରୀଜଗନ୍ନାଥ)ଙ୍କର ପରମ ଭକ୍ତ ଅଟ l ଏଣୁ ତୁମ୍ଭଙ୍କୁ ବିଷ୍ଣୁଙ୍କର ଏହି ଗୋପନୀୟ ତଥ୍ୟ ସଂକ୍ଷେପରେ କହୁଛି l 

 ଏହି ପ୍ରସଙ୍ଗରେ ଅଣସର ଘରେ ଜରରେ ପଡ଼ିଥିବା ଠାକୁରମାନଙ୍କର ପଣାଭୋଗ କଥା କୁହାଯାଇଛି l ବ୍ରହ୍ମା ଇନ୍ଦ୍ରଦ୍ୟୁମ୍ନଙ୍କୁ କହିଛନ୍ତି, ହେ ରାଜା ! ଅଣସର ଘରେ ବିଦ୍ୟାପତି ବଂଶର ସେବକମାନେ ପନ୍ଦରଦିନ ଧରି କର୍ପୂର ମିଶା ମିଶ୍ରିପଣା ବିଷ୍ଣୁଙ୍କୁ ଭୋଗ ଲଗାଇ ପୂଜା କରିବେ l  ମିଶ୍ରିପଣାରେ କ୍ଷୀର-ସର ମିଶାଇ, ପରଂବ୍ରହ୍ମଙ୍କୁ ଚିନ୍ତା କରି ସମର୍ପଣ କରିବେ l ଆମେ ଯେପରି ଜର ହେଲେ ସାଗୁ, ବାର୍ଲି ଆଦି ତରଳ ଖାଦ୍ୟ ଖାଇଥାଉ, ଏହା ସେହିପରି ବ୍ୟବସ୍ଥା l 

ଏହି ସମୟର ଅଣସର ତାଟି ଭିତରେ ଥିବା ଠାକୁରମାନେ ଅସୁସ୍ଥ ଥିବାରୁ, ସେମାନେ ସଂକ୍ଷିପ୍ତ ଶୁକ୍ଳବସ୍ତ୍ର ପରିଧାନ କରିଥାଆନ୍ତି ଏବଂ ସେମାନଙ୍କୁ କେବଳ ଶୁକ୍ଳ ଫୁଲ ଲାଗି ହୋଇଥାଏ l ଏହାର ବିଧି ଓ ନିଷେଧ ସଂପର୍କରେ ‘ନୀଳାଦ୍ରି ମହୋଦୟ’ରେ କୁହାଯାଇଛି- ହେ ରାଜା ! ଯେତେ ଶ୍ରଦ୍ଧା ଭକ୍ତି ଥିଲେ ମଧ୍ୟ ପ୍ରଭୁଙ୍କ ଶ୍ରୀଅଙ୍ଗର ମାଳ ଚନ୍ଦନ ଆଦି ନିର୍ମାଲ୍ୟ କଦାପି ବାହାରକୁ ନେବ ନାହିଁ l 

ଏ ପ୍ରସଙ୍ଗରେ ଉଲ୍ଲେଖନୀୟ ଯେ ଏହି କ୍ଷୀର-ସର ମିଶା ମିଶ୍ରିପଣା ପତି ମହାପାତ୍ର ସେବକ ଅଣସର ତାଟି ଭିତରେ ଦାରୁଦେବତାମାନଙ୍କୁ ସମର୍ପଣ କରନ୍ତି l ପରେ ଦଇତାସେବକମାନେ ସେହି ଭୋଗରେ ଅଧିକ କ୍ଷୀର-ସର ଓ ମିଶ୍ରି ମିଶାଇ, ତାହାକୁ ଭକ୍ତମାନଙ୍କୁ ବିତରଣ କରିଥାଆନ୍ତି l ଏହା ‘ଅଣସର ପଣା’ ଭାବରେ ପ୍ରସିଦ୍ଧ l  

  ପ୍ରତିବର୍ଷ ଅଣସର ବେଳେ, ଏହି ପଣା ପାଇବାକୁ ଭକ୍ତମାନଙ୍କ ମଧ୍ୟରେ ପ୍ରବଳ ଆଗ୍ରହ ପରିଲକ୍ଷିତ ହୋଇଥାଏ l କିନ୍ତୁ ଅଣସର ତାଟି ଭିତରର ପ୍ରକୃତ ଗୁପ୍ତସେବା ଅତ୍ୟନ୍ତ ରହସ୍ୟମୟ l ବଡ଼ବାଡ଼ ର ବାଡ଼ଗ୍ରାହୀ ହଳଧର ଦାସମହାପାତ୍ର ଙ୍କ ଦ୍ୱାରା ଅଣସର ପଣା ପ୍ରସ୍ତୁତ ହେଉଛି l

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.