ଭୁବନେଶ୍ୱର ୦୮/୧୨: ପ୍ରୟାଗରାଜ ମହାକୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଆମନ୍ତ୍ରଣ। ନିମନ୍ତ୍ରଣ ପତ୍ର ପଠାଇଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ। ବାସଭବନ ଯାଇ ନିମନ୍ତ୍ରଣ ଦେଲେ ୟୁପିର ୨ ମନ୍ତ୍ରୀ। ଜାନୁଆରୀ ୧୩ରୁ ଫେବ୍ରୁଆରୀ ୨୬ ଯାଏଁ ଚାଲିବ ମହାକୁମ୍ଭ।
ଆଜି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଉତ୍ତର ପ୍ରଦେଶର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଶ୍ରୀ ଅନୀଲ ରାଜଭର ଏବଂ ଖାଦ୍ୟ ଓ ଯୋଗାଣ ରାଷ୍ଟ୍ର ମନ୍ତ୍ରୀ ଶ୍ରୀ ସତୀଶ ଚନ୍ଦ୍ର ଶର୍ମା ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପ୍ରଦାନ କରିଛନ୍ତି। ସିଏମ୍ ଶ୍ରୀ ମାଝୀଙ୍କୁ ଗଙ୍ଗା ଜଳରେ ପରିପୂର୍ଣ୍ଣ ଏକ ଶୁଭ କଳସ ଏବଂ ମହାକୁମ୍ଭର ଏକ ଲୋଗୋ ମଧ୍ୟ ପ୍ରଦାନ କରିଥିଲେ।ଏହି ନିମନ୍ତ୍ରଣ ସମୟରେ ରାଜ୍ୟ ଭାଷା, ସାହିତ୍ୟ ଓ ସଂସ୍କୃତି, ଉଚ୍ଚ ଶିକ୍ଷା ତଥା କ୍ରୀଡା ମନ୍ତ୍ରୀ ଶ୍ରୀ ସୂରଜ୍ ସୂର୍ଯ୍ୟବଂଶୀ ଉପସ୍ଥିତ ଥିଲେ।