ପ୍ରମୂଖ ଖବର
  • ବଲାଙ୍ଗୀର : ଲାଞ୍ଚ ନେଇ ଧରାପଡିଲେ କନିଷ୍ଠ ଯନ୍ତ୍ରୀ, ହରେକୃଷ୍ଣ ସାହୁଙ୍କ ଠାରୁ ୭ ହଜାର ଟଙ୍କା ଜବତ କଲା ଭିଜିଲାନ୍ସ
  • ||
  • ବୌଦ୍ଧ : ସାମାନ୍ୟ ବଚସାକୁ ନେଇ ଛୁରା ମାଡ, ଯୁବକ ମୃତ
  • ||
  • ଉଦଳା : ମରିଗଲା ମାନବିକତା, ପୋଲ ତଳେ ନବଜାତକକୁ ଛାଡି ଚାଲିଗଲା ମା
  • ||
  • ଗୁଣପୁର : ପିକ୍‌ଅପ୍ ଭ୍ୟାନ୍ ସହ ୨୫ ଟି ଶାଳ କାଠ ଜବତ, ୨ ଗିରଫ
  • ||
  • ୧୦,୩୦୦ କୁଇଣ୍ଟାଲ୍ ଅର୍ପଣ ଚାଉଳ ନିଲାମ; ୨ କୋଟି ୮୬ ହଜାର ଟଙ୍କାରେ ନିଲାମ, ଶ୍ରୀମନ୍ଦିର ପାଣ୍ଠିରେ ଜମା ହେବ ଟଙ୍କା
  • ||
  • ରାଜଧାନୀରେ ପୋଲିସକୁ ଛୁରାମାଡ଼, କନେଷ୍ଟବଳ ଆହତ
  • ||
  • ଭୁବନେଶ୍ୱର ବିମାନ ବନ୍ଦରରେ ନିର୍ମାଣ ହେବ ତୃତୀୟ ଟର୍ମିନାଲ, ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ
  • ||
  • ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ କୋରାପୁଟ ବନ୍ଦ ଡାକରା, ୩୨୬ ନମ୍ବର ରାଞ୍ଚି – ବିଜାଓ୍ବାଡା ଜାତୀୟ ରାଜପଥ ଅବରୋଧ
  • ||
  • ପାଟଣା : ଗାଧୋଇବା ବେଳେ ଅଘଟଣ, ପୋଖରୀରେ ବୁଡି ୪ ବର୍ଷର ଶିଶୁପୁତ୍ରର ମୃତ୍ୟୁ
  • ||
  • ଚୌଦ୍ବାର : ରେଳ ଧାରଣରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • ଉଦଳା : ସିସିଟିଭିରେ ଗାମୁଛା ଗୁଡ଼ାଇ ଚୋରି, ଦେଢ଼ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ୨୦ ହଜାରରୁ ଉର୍ଦ୍ଧ୍ୱ ଟଙ୍କା ଲୁଟ୍
  • ||
  • ବଣାଇ : ରେଡ଼ିଓକୁଲାର ଲଗାଇବା ପରେ ଦନ୍ତାର ଉତ୍ପାତ, ଘରେ ପଶି ବ୍ୟକ୍ତିଙ୍କୁ କଚାଡ଼ି ମାରିଲା ହାତୀ
  • ||
  • ସୁନ୍ଦରଗଡ : ଘରେ ପଶି ଦୁଇ ଗାଡି ଜାଳିଦେଲେ ଦୁର୍ବୃତ୍ତ; ଜଣେ ଅଟକ
  • ||
  • ମହିଳା ଟି-ଟ୍ୱେଣ୍ଟି ବିଶ୍ୱକପ୍‌: ଆଜି ଦକ୍ଷିଣ ଆଫ୍ରିକା - ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଟକ୍କର, ସ୍ୱତନ୍ତ୍ର ଜର୍ସି ପିନ୍ଧି ଖେଳିବ ଦ.ଆଫ୍ରିକା
  • ||
  • ଜିଲ୍ଲାଭିତ୍ତିକ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ ନବରଙ୍ଗପୁର ବନ୍ଦ: ଯାତାୟାତ ଠପ୍‌, ଯାତ୍ରୀ ହନ୍ତସନ୍ତ
  • ||
  • ଦଶହରାରେ ବର୍ଷା ନାହିଁ, ରହିବ ଗୁଳୁଗୁଳି ପାଗ: ଓଡ଼ିଶା ଉପରେ ପଡିବନି ଲଘୁଚାପ ପ୍ରଭାବ
  • ||
  • ସମ୍ବଲପୁର ମଣ୍ଡଳ ଜେଲ୍‌ରେ ରେଡ୍‌, ବିପୁଳ ପରିମାଣର ମାଦକ ଦ୍ରବ୍ୟ ଜବତ
  • ||

ଉତ୍ତରପ୍ରଦେଶର ହାଥରସ୍‌ରେ ଭୟଙ୍କର ଦୁର୍ଘଟଣା, ୧୨ ମୃତ, ୧୦ ରୁ ଅଧିକ ଆହତ…

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ହାଥରସ୍‌ରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ରୋଡ୍ ଓ୍ବେଜ୍ ବସ୍ ଏବଂ ଏକ ମ୍ୟାକ୍ସ ମଧ୍ୟରେ ଜୋରଦାର୍ ଧକ୍କା ହୋଇଛି । ଏହି ଭୟଙ୍କର ଦୁର୍ଘଟଣାରେ ବର୍ତ୍ତମାନ ପର୍ଯ୍ୟନ୍ତ ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ ରୁ ଅଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି । ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି । କୁହାଯାଉଛି ଯେ, ତ୍ରୟୋଦଶ ଦିନର ଭୋଜି ଖାଇ ଫେରିବା ବାଟରେ ମ୍ୟାକ୍ସ ଲୋଡରକୁ ଏକ ରୋଡୱେ ବସ୍ ଧକ୍କା ଦେଇଛି । 

ଏହି ଦୁର୍ଘଟଣା ଚାନ୍ଦପା ଥାନା ଅଂଚଳର ଆଗ୍ରା-ଆଲିଗଡ ବାଇପାସ୍ ଅବସ୍ଥିତ ମେଟାଇ ଗ୍ରାମ ନିକଟରେ ହୋଇଥିବା ସୂଚନା ରହିଛି । ଏହି ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ଡିଏମ୍ ଏବଂ ଏସପି ଜିଲ୍ଲା ଡାକ୍ତରଖାନାରେ ପହଞ୍ଚିଛନ୍ତି । ଦୁର୍ଘଟଣାକୁ ସମ୍ପର୍କରେ ଡିଏମ ଆଶିଷ କୁମାର କହିଛନ୍ତି ଯେ, ମ୍ୟାକ୍ସ କାରରେ ଯାତ୍ରା କରୁଥିବା ଚାରି ପିଲାଙ୍କ ସମେତ ୧୨ ଜଣଙ୍କର ଦୁଃଖଦ ମୃତ୍ୟୁ ଘଟିଛି ଏବଂ ୧୬ ଜଣ ଆହତ ହୋଇଛନ୍ତି । ଏହି ଚାରିଜଣ ଆହତଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଜିଲ୍ଲା ଡାକ୍ତରଖାନାରୁ ଆଲିଗଡକୁ ପଠାଯାଇଛି । ଅବଶିଷ୍ଟ ଆହତମାନେ ଜିଲ୍ଲା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।

ଦୁର୍ଘଟଣାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି । ଯୋଗୀ X ରେ ପୋଷ୍ଟ କରି ଲେଖିଛନ୍ତି ଯେ "ହାଥରସ୍ ଜିଲ୍ଲାରେ ଘଟିଥିବା ସଡ଼କ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ । ମୃତକଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା । ଉପଯୁକ୍ତ ଚିକିତ୍ସା ପାଇଁ ଜିଲ୍ଲା ପ୍ରଶାସନିକ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଆହତମାନେ ଶୀଘ୍ର ସୁସ୍ଥ ହେବା ପାଇଁ କାମନା କରୁଛି । 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.