ପ୍ରମୂଖ ଖବର
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଟ୍ରକ୍‌ ଓ ଟ୍ରାକ୍ଟର ମଧ୍ୟରେ ମୁହାଁମୁହିଁ ଧକ୍କା;୧୦ ମୃତ,୩ ଗୁରୁତର

Published By : Anindita Ratha | October 4, 2024 8:31 AM

ନୂଆଦିଲ୍ଲୀ,୦୪ /୧୦:  ଉତ୍ତରପ୍ରଦେଶରରେ ଭୟଙ୍କର ସଡ଼କ ଦୁର୍ଘଟଣା ।  ଟ୍ରକ୍‌ ଓ ଟ୍ରାକ୍ଟର ମଧ୍ୟରେ ମୁହାଁମୁହିଁ ଧକ୍କା । ଫଳରେ  ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତେବେ ଗୁରୁତରମାନଙ୍କୁ ଚିକିତ୍ସା ନିମନ୍ତେ ବାରାଣାସୀସ୍ଥିତ ହସ୍ପିଟାଲକୁ ପଠାଯାଇଛି। ଏଥିସହ ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ପାଇଁ ପଠାଇ ଦିଆଯାଇଛି। ତେବେ ଉତ୍ତରପ୍ରଦେଶର ମିର୍ଜାପୁରରେ ଏହି ଦୁର୍ଘଟଣା ଘଟିଛି ।

ସୂଚନା ମୁତାବକ, ଟ୍ରାକ୍ଟରରେ ସମୁଦାୟ ୧୩ ଜଣ ଥିଲେ। ସେମାନେ ଶ୍ରମିକ ଭାବେ କାମ କରୁଥିବା ବେଳେ ପାଖ ଗାଁରୁ କାମ ସାରି ଘରକୁ ଫେରୁଥିଲେ। ମାତ୍ର ବିପରୀତ ଦିଗରୁ ଆସୁଥିବା ଟ୍ରକ୍‌ଟି ଟ୍ରାକ୍ଟରକୁ ଖୁବ୍‌ ଜୋରରେ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ୧୦ ଜଣଙ୍କ ମୃତ୍ୟୁ ହୋଇଥିଲା ଓ ୩ ଗୁରୁତର ହୋଇଥିଲେ। ଏନେଇ ଖବର ପାଇ ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚିଥିଲା। ଗୁରୁତରମାନଙ୍କୁ ତୁରନ୍ତ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି। ଏହି ଖବର ପ୍ରଚାରିତ ହେବା ପରେ ବହୁ ସଂଖ୍ୟାରେ ଲୋକ ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ ଦୀର୍ଘ ସମୟ ଜାତୀୟ ରାଜପଥ ଅବରୋଧ କରିବାରୁ ଯାନବାହନ ଚଳାଚଳ ବ୍ୟାହତ ହୋଇଥିଲା। ବରିଷ୍ଠ ଅଧିକାରୀ ଓ ପୁଲିସ୍‌ ଫୋର୍ସ ପହଞ୍ଚି ବୁଝାଶୁଝା କରିବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ଏନେଇ ପୋଲିସ୍‌ ଏକ ମାମଲା ରୁଜୁ କରି ଦୁଇ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.