ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ହ୍ବାଇଟ ହାଉସ୍ ବିବାଦ ପରେ ଟ୍ରମ୍ପ-ଜେଲେନସ୍କିଙ୍କ ପ୍ରଥମ ସାକ୍ଷାତ, ଜାଣନ୍ତୁ କ’ଣ ହେଲା ଆଲୋଚନା ?

Published By : Harapriya Biswal | April 26, 2025 7:32 PM

ନୂଆଦିଲ୍ଲୀ,୨୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ହୋ ଟ୍ରମ୍ପ ଓ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲ୍ଡିମିର ଜେଲେନସ୍କିଙ୍କ ମଧ୍ୟରେ ପୁଣି  ସାକ୍ଷାତ। ତେବେ ଏହା କୌଣସି ରାଜନୈତିକ ସାକ୍ଷାତ ନଥିଲା। ଶୁକ୍ରବାର ଇଶାଇ ଧର୍ମଗୁରୁ ପୋପ୍ ଫ୍ରାସିସ୍‌ଙ୍କ ଅନ୍ତିମ ସଂସ୍କାରରେ ଦୁହେଁ ଯୋଗ ଦେଇଥିଲେ। ଏହି ସମୟରେ ଟ୍ରମ୍ପ-ଜେଲେନସ୍କିଙ୍କ ମଧ୍ୟ ଔପଚାରିକ ସାକ୍ଷାତ ହୋଇଥିଲା। ହ୍ବାଇଟ ହାଉସରେ ଦୁଇ ନେତାଙ୍କ ମଧ୍ୟରେ ଯୁକ୍ତିତର୍କ ପରେ ଏହା ପ୍ରଥମ ସାକ୍ଷାତ ଥିଲା। ହ୍ବାଇଟ ହାଉସ ଅଧିକାରୀଙ୍କ କହିବା ଅନୁସାରେ, ରୋମରେ ଟ୍ରମ୍ପ-ଜେଲେନସ୍କିଙ୍କ ସାକ୍ଷାତ ହୋଇଥିଲା। ଜେଲେନସ୍କିଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ସେଣ୍ଟ ପିଟର ବୋସାଲିକାରେ ପ୍ରାୟ ୧୫ ମିନିଟ୍ ପର୍ଯ୍ୟନ୍ତ ଦୁହିଁଙ୍କର ଆଲୋଚନା ହୋଇଥିଲା। ଏହି ସମୟରେ ଦୁଇ ନେତା ଆଉ ଏକ ବୈଠକ କରିବା ନେଇ ସହମତି ପ୍ରକାଶ କରିଛନ୍ତି। ଏଥିପାଇଁ ସବୁ ପ୍ରକାର ପ୍ରସ୍ତୁତି ଚାଲିଛି। 

ଜେଲେନସ୍କିଙ୍କ ଚିଫ୍ ଅଫ୍ ଷ୍ଟାଫ୍ ଆଣ୍ଡ୍ରେ ୟେରମାକ୍, ସୋସିଆଲ ମିଡିଆରେ ଏହାକୁ ଏକ ‘ରଚନାତ୍ମକ’ ବୈଠକ କହିଛନ୍ତି। ଜେଲେନସ୍କିଙ୍କ କାର୍ଯ୍ୟାଳୟ ରୋମାନ ବୈଠକର କିଛି ଫଟୋ ଜାରି କରିଛି।  ଫଟୋରେ, ଆମେରିକୀୟ ଏବଂ ୟୁକ୍ରେନୀୟ  ଏକ ବଡ଼ ମାର୍ବଲ ହଲରେ ପରସ୍ପରର ସାମନାରେ ବସିଥିବାର ଦେଖିବାକୁ ମିଳୁଛି। ଦୁଇ ନେତାଙ୍କ ମଧ୍ୟରେ ପ୍ରାୟ ଦୁଇ ଫୁଟ ଦୂରତା ଅଛି, କିନ୍ତୁ ସେମାନେ ପରସ୍ପର ଆଡ଼କୁ ଝୁଙ୍କି ଆଲୋଚନା କରୁଛନ୍ତି।

ୟୁକ୍ରେନୀୟ ରାଷ୍ଟ୍ରପତି ଜେଲେନ୍ସକିଙ୍କ କାର୍ଯ୍ୟାଳୟର ଜଣେ ମୁଖପାତ୍ରଙ୍କ ଅନୁଯାୟୀ, ଦୁଇ ନେତା ଶନିବାର ପରେ ଆଉ ଏକ ବୈଠକ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସେମାନଙ୍କର ଦଳ ଏହାକୁ ଆୟୋଜନ କରିବା ପାଇଁ କାମ କରୁଛନ୍ତି। ଏହି ବୈଠକ ଏପରି ଏକ ସମୟରେ ହେଉଛି ଯେତେବେଳେ ୟୁକ୍ରେନ ଏବଂ ରୁଷ ମଧ୍ୟରେ ବିବାଦର ଅନ୍ତ ପାଇଁ ଆଲୋଚନା ଚାଲିଛି। ଏହି ବୈଠକକୁ ବହୁତ ଗୁରୁତ୍ୱପୂର୍ଣ୍ଣ ବୋଲି ମନେକରା କରାଯାଉଛି।

ଫେବୃଆରୀରେ  ୱାଶିଂଟନର ଓଭାଲ ଅଫିସରେ ହୋଇଥିବା ବିତର୍କ ପରେ ଏହି ବୈଠକ ସେମାନଙ୍କର ପ୍ରଥମ ବୈଠକ ଥିଲା। ବିଶେଷଜ୍ଞମାନେ ବିଶ୍ୱାସ କରନ୍ତି ଯେ ଏହି ଆଲୋଚନା ରୁଷ-ୟୁକ୍ରେନ ବିବାଦର ଅନ୍ତ ଘଟାଇବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହୋଇପାରେ। ରୋମରେ ଅନୁଷ୍ଠିତ ଏହି ବୈଠକ ଦୁଇ ଦେଶ ମଧ୍ୟରେ ସହଯୋଗ ଏବଂ ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ଦିଗରେ ଗୁରୁତ୍ୱପୂର୍ଣ୍ଣ ପ୍ରମାଣିତ ହୋଇପାରେ। ଏହାକୁ ଅନ୍ତର୍ଜାତୀୟ ରାଜନୀତି ପାଇଁ ଏକ ସକାରାତ୍ମକ ସଙ୍କେତ ଭାବରେ ମଧ୍ୟ ଦେଖାଯାଉଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.