ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଉତ୍କଳ ଦିବସ; 'ଅନେକ ବିନ୍ଧାଣିଙ୍କୁ ଜନ୍ମ ଦେଇଛି ଓଡ଼ିଶା', ଛୁଟିଲା ଶୁଭେଚ୍ଛା ସୁଅ

Published By : Ankita S | April 1, 2025 10:19 AM

ନୂଆଦିଲ୍ଲୀ,୦୧/୦୪ : ପ୍ରତିଟି ଓଡ଼ିଆଙ୍କ ପାଇଁ ଆଜି ଗର୍ବ ଓ ଗୌରବର ଦିନ । ୧୯୩୬ ମସିହା ଆଜିର ଦିନରେ ଗଠିତ ହୋଇଥିଲା ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ । ଜନ୍ମଦିନ ପାଳୁଛି ଆମ ରାଜ୍ୟ ଓଡ଼ିଶା । ୮୯ ବର୍ଷରେ ପାଦ ଥାପିଛି ଓଡ଼ିଶା । ଯେବେ ଯେବେ କ୍ୟାଲେଣ୍ଡରରେ ଏପ୍ରିଲ ୧ ତାରିଖ ଆସେ ଓଡ଼ିଆ ଭାବେ ଅଧିକ ଗର୍ବ ଅନୁଭବ ହୁଏ । ପବିତ୍ର ଉତ୍କଳ ଦିବସକୁ ନେଇ ସବୁଠି ଉତ୍ସାହ ସ୍ବତନ୍ତ୍ର କାର୍ଯ୍ୟକ୍ରମ । ଏ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ । ସ୍ବତନ୍ତ୍ର ପ୍ରଦେଶ ଗଠନରେ ଭୂମିକା ତୁଲାଇଥିବା ବରପୁତ୍ରଙ୍କୁ ଶ୍ରଦ୍ଧାଞ୍ଚଳି ଜଣାଇଛନ୍ତି ।

ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି, ''ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ଏବଂ ଓଡ଼ିଶାବାସୀଙ୍କ ଅବଦାନକୁ ମନେ ପକାଇବାର ଏକ ସୁନ୍ଦର ଅବକାଶ । ଭାରତୀୟ ସ୍ଵାଧୀନତା ସଂଗ୍ରାମରେ ଓଡ଼ିଶାର ଭୂମିକା ଗୁରୁତ୍ୱପୂର୍ଣ୍ଣ । ଆଧୁନିକ ଭାରତର ଅନେକ ବିନ୍ଧାଣିଙ୍କୁ ଜନ୍ମ ଦେଇଛି ଏହି ରାଜ୍ୟ  । ଓଡ଼ିଶାର ଶାନ୍ତି ଓ ସମୃଦ୍ଧି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଅଛି 

ସେହିପରି ଉତ୍କଳ ଦିବସ ଅବସରର ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ''ଏହି ଦିବସ ଓଡ଼ିଶାର ସମୃଦ୍ଧ ସଂସ୍କୃତି ପ୍ରତି ଏକ ଉପଯୁକ୍ତ ସମ୍ମାନ । ଓଡ଼ିଶାର ଇତିହାସ, ସାହିତ୍ୟ ଓ ସଂଗୀତକୁ ନେଇ ଭାରତ ଗର୍ବିତ । ଓଡ଼ିଶାବାସୀ କଠିନ ପରିଶ୍ରମୀ ଏବଂ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ହାସଲ କରିଛନ୍ତି । କେନ୍ଦ୍ର ଏବଂ ଓଡ଼ିଶା ସରକାର ରାଜ୍ୟର ପ୍ରଗତି ପାଇଁ ବ୍ୟାପକ ଭାବେ କାର୍ଯ୍ୟ କରୁଛନ୍ତି  ।

ପବିତ୍ର ଉତ୍କଳ  ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ''ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ନିଜର ଅସୀମ ତ୍ୟାଗ ତଥା ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବୃଦ୍ଧି କରିଥିବା ମହାପୁରୁଷମାନଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି। ଆଜିର ଦିନରେ ଆସନ୍ତୁ ଏକ ସୁସ୍ଥ ଓ ବିକଶିତ ଓଡ଼ିଶା ଗଠନ କରିବାର ସଂକଳ୍ପକୁ ଆହୁରି ଦୃଢ଼ କରିବା ।''

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.