ଭୁବନେଶ୍ବର,୪।୧୨ : ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ଛାତ୍ରୀ ନିର୍ଯାତନା ଘଟଣା । ଅଭିଯୁକ୍ତ ଅଧ୍ୟାପକ ଶତ୍ରୁଘ୍ନ ସାମଲ ବହିଷ୍କୃତ । ରାଜ୍ୟ ସଂସ୍କୃତି ବିଭାଗ କାର୍ଯ୍ୟାନୁଷ୍ଠାନ ନେଇଛି। ଶତ୍ରୁଘ୍ନଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି । ସେ ନାଟକ ବିଭାଗରେ ଅତି ଅଧ୍ୟାପକ ଥିଲେ। ତାଙ୍କ ବିରୋଧରେ ୧୦ରୁ ୧୨ ଜଣ ଛାତ୍ରୀ ଅଭିଯୋଗ ଆଣିଥିଲେ। ଶତ୍ରୁଘ୍ନଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରାଯାଉଛି।
ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ଅଧ୍ୟାପକ ଶତ୍ରୁଘ୍ନ ନିର୍ଯାତନା ଦେଉଥିବା ଛାତ୍ରୀମାନେ ଅଭିଯୋଗ କରିଥିଲେ। ଏହି ଘଟଣାରେ ଗୁରୁବାର ମହାବିଦ୍ୟାଳୟ ପରିସରରେ ଉତ୍ତେଜନା ଦେଖା ଦେଇଥିଲା। ଛାତ୍ରଛାତ୍ରୀମାନେ ମହାବିଦ୍ୟାଳୟ ସାମ୍ନା ରାସ୍ତା ଅବରୋଧ କରିଥିଲେ। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ। ତେବେ ଆନ୍ଦୋଳନ ସମୟରେ ଜଣେ ଛାତ୍ରୀ ଅସୁସ୍ଥ ହୋଇ ପଡିଥିଲା। ତାଙ୍କୁ ତୁରନ୍ତ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।