ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍-୨୦୨୫ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ, ୫ ଲକ୍ଷ କୋଟିର ନିବେଶ ଆସିବା ଲକ୍ଷ୍ୟ

Published By : Rasmita Pradhan | January 28, 2025 11:36 AM

ଭୁବନେଶ୍ଵର, ୨୮/୦୧ : ଭୁବନେଶ୍ଵର ଜନତା ମଇଦାନରେ ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍-୨୦୨୫ ଉଦଘାଟିତ। ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି କାର୍ଯ୍ୟକ୍ରମରେ କୁମାର ମଙ୍ଗଳମ ବିର୍ଲା, ନବୀନ ଜିନ୍ଦଲ, ଅନୀଲ ଅଗ୍ରୱାଲ, କରନ ଅଦାନୀ, ଦେବେଶ ଜୈନ, ଶୁଭ୍ରକାନ୍ତ ପଣ୍ଡା, ଟି.ଭି ନରେନ୍ଦ୍ରନ, ସଜ୍ଜନ ଜିନ୍ଦଲ ପ୍ରମୁଖ ଉପସ୍ଥିତ ଅଛନ୍ତି। ଦେଶ ବିଦେଶର ନିବେଶକ ଓ ପ୍ରତିନିଧିମାନେ ଉପସ୍ଥିତ ଅଛନ୍ତି। ଏକାଧିକ MOU ନେଇ ରାଜ୍ୟ ସରକାର ଆଶାବାଦୀ ଅଛନ୍ତି। ୫ ଲକ୍ଷ କୋଟିର ନିବେଶ ଆସିବା ଲକ୍ଷ୍ୟ ରହିଛି। 

କନକ୍ଲେଭ୍‌ରେ ପ୍ରଧାନମନ୍ତ୍ରୀ ଏବଂ ନିବେଶକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସ୍ଵାଗତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରି କହିଛନ୍ତି ଯେ, ଆଜି ଆମ ପାଇଁ ଗର୍ବ ଓ ଗୌରବର ଦିନ। ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଉତ୍କର୍ଷ ଓଡ଼ିଶାର ଶୁଭାରମ୍ଭ ହେଉଛି। ୭ ମାସ ମଧ୍ୟରେ ପ୍ରଧାନମନ୍ତ୍ରୀ ୫ ଥର ଓଡ଼ିଶା ଗସ୍ତ କରିଛନ୍ତି। ଏହା ହିଁ ଓଡ଼ିଶା ପ୍ରତି ତାଙ୍କର ଭଲପାଇବା। ସବୁ ଗସ୍ତରେ ଆପଣ ଓଡ଼ିଶାକୁ କିଛି ନା କିଛି ଉପହାର ଆଣି ଆସିଥାନ୍ତି ଏବଂ ଆଜି ଆମ ପାଇଁ ବିଶେଷ ମୁହୂର୍ତ୍ତ । ଆଜି ଯେଉଁ ଉପହାର ଆଣି ଆସିଛନ୍ତି ତାହା ଆମ ଓଡ଼ିଶାର ଦିଶା ବଦଳାଇ ଦେବ। ପୂର୍ବୋଦୟ ଢାଞ୍ଚାର ଆଜି ଶୁଭାରମ୍ଭ ହେବ। ଆପଣଙ୍କ ଉପସ୍ଥିତି ପୁଞ୍ଜି ନିବେଶକାରୀଙ୍କ ମନୋବଳ ବଢାଇବ।

ଶିଳ୍ପ କ୍ଷେତ୍ରରେ ଓଡ଼ିଶା ଦେଶର ଡ୍ରାଇଭିଂ ଇଞ୍ଜିନ । ସିଙ୍ଗାପୁର ରାଷ୍ଟ୍ରପତି ଓଡ଼ିଶା ଆସିବା ଏବଂ ୮ ଟି ଏମୟୁ ସ୍ବାକ୍ଷର କରିବା ଆମ ପାଇଁ ବହୁତ ବଡ଼ କଥା। ସମସ୍ତ ଶିଳ୍ପପତିଙ୍କ ପାଇଁ ଓଡ଼ିଶାର ଦ୍ୱାର ସବୁବେଳେ ଖୋଲା ରହିଛି । ସମସ୍ତେ ଆସନ୍ତୁ ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା କରନ୍ତୁ। ମାଲକାନଗିରି, ରାୟଗଡା, କେନ୍ଦୁଝରରେ ଫୁଡ଼ ପ୍ରୋସେସିଂ ପାଇଁ ସମ୍ଭାବନା ରହିଛି। କେମିକାଲ ଓ ପେଟ୍ରୋ କେମିକାଲ, ଫାର୍ମା , ସେମିକଣ୍ଡକ୍ଟର, ଆଇଟି ଭଳି ସେକ୍ଟର ଗୁରୁତ୍ୱ ରହିଛି। ସ୍କିଲଡ୍ ଇନ୍ ଓଡ଼ିଶା ଭଳି ପଦକ୍ଷେପ ଆମେ ନେଇଛୁ। ସମସ୍ତେ ଆସନ୍ତୁ ଓଡ଼ିଶାରେ ପୁଞ୍ଜି ନିବେଶ କରନ୍ତୁ। ମୁଁ ସମସ୍ତଙ୍କୁ ସ୍ୱାଗତ କରୁଛି। ଏହା ପ୍ରକୃଷ୍ଠ ସମୟ। ଆପଣଙ୍କୁ ଓଡ଼ିଶା ସ୍ୱାଗତ କରୁଛି। 

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି। ଶିଳ୍ପ ବିକାଶ ପାଇଁ ଏଠାରେ ଅପାର ସୁଯୋଗ ରହିଛି। ବିଦେଶ ଗସ୍ତ କରି ନିବେଶକଙ୍କୁ ଆକୃଷ୍ଟ କରିବାକୁ ଉଦୟମ କରିଛି। ଏହାର ସୁଫଳ ଆଜି ମିଳିବାକୁ ଯାଉଛି। ସିଙ୍ଗଲ ୱିଣ୍ଡୋ ମଞ୍ଜୁରୀ ଜରିଆରେ ପ୍ରତିବନ୍ଧକ ଦୂର କରିଛୁ। ଆପଣଙ୍କୁ ପୁଞ୍ଜି ନିବେଶ ପାଇଁ ଆମନ୍ତ୍ରଣ କରୁଛି। ଭାରତକୁ ୩ୟ ଅର୍ଥନୀତି ସମୃଦ୍ଧ ରାଷ୍ଟ୍ର ଆହ୍ଵାନରେ ସାମିଲ ହେବୁ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.