ପ୍ରମୂଖ ଖବର
  • ରାଜଧାନୀରେ ଧରାପଡ଼ିଲେ ନକଲି DSP, ୨ଲକ୍ଷରୁ ଅଧିକ ନକଲି ଟଙ୍କା ସହ ପୋଲିସ ୟୁନିଫର୍ମ ଜବତ
  • ||
  • ବିଧାନସଭା ବଜେଟ୍ ଅଧିବେଶନ: ଆଜି ବି ଚାଲିପାରିଲାନି ପ୍ରଶ୍ନକାଳ, ୧୨ଟା ୯ ମିନିଟ୍ ଯାଏ ଗୃହ ମଲତବୀ
  • ||
  • ଗଞ୍ଜାମ : ପାହାଡ଼ ତଳୁ ନରକଙ୍କାଳ ଉଦ୍ଧାର ଘଟଣା: ମିଳିଲା ନାବାଳିକାଙ୍କ ପରିଚୟ, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଉଦଳା : ବନ କର୍ମଚାରୀଙ୍କୁ ଶିକାରୀଙ୍କ ଗୁଳିମାଡ଼: ୪ ଶିକାରୀ ଗିରଫ
  • ||
  • ଆମେରିକାର ଏକଚାଟିଆ ନୀତିକୁ କରାଯିବନି ବରଦାସ୍ତ: ୟୁରୋପର ଦୀର୍ଘମିଆଦୀ ରଣନୀତି, ଅସ୍ତ୍ର ଭଣ୍ଡାର ୩୦% ବଢ଼ାଯିବ
  • ||
  • ଦୁଇ ଦିନର ବିରତି ପରେ ସରଗରମ ହେବ ବିଧାନସଭା, ନାରୀ ନିର୍ଯାତନା ପ୍ରସଙ୍ଗରେ କମ୍ପିବ ଗୃହ
  • ||
  • ଆଇପିଏଲ୍‌ ୨୦୨୫: ଆଜି କ୍ୟାପିଟାଲ୍ସ- ସୁପରଜାଏଣ୍ଟ୍‌ସ ଫାଇଟ୍, ପୁରୁଣା ଦଳ, ନୂଆ ପ୍ରତିଦ୍ୱନ୍ଦ୍ୱୀ ମଧ୍ୟରେ ହେବ ଟକ୍କର
  • ||
  • ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଆଜି କଣ୍ଟିଲୋରେ ମହାପ୍ରଭୁ ଶ୍ରୀନୀଳମାଧବଙ୍କୁ କରିବେ ଦର୍ଶନ
  • ||
  • ସୋମବାର ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା, ମଙ୍ଗଳବାରଠାରୁ ବଢ଼ିବ ତାତି
  • ||

​‌ଭେଣ୍ଟିଲେଟର୍‌ରେ ଅଭିନେତା ଉତ୍ତମ ମହାନ୍ତି, ଗୁରୁତର ଅବସ୍ଥାରେ ଚିକିତ୍ସା ଜାରି

Published By : Prameya | February 8, 2025 11:57 AM

ଭୁବନେଶ୍ୱର ୦୮/୦୨: ଓଲିଉଡର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଅସୁସ୍ଥ।  ଭୁବନେଶ୍ବର ଏକ ଘରୋଇ ହସ୍ପିଟାଲରେ ଗୁରୁତର ଅବସ୍ଥାରେ ଭର୍ତ୍ତି କରାଯାଇଛି। ଆଇସିୟୁରେ ଅଭିନେତା ଉତ୍ତମ ମହାନ୍ତିରେ ଚିକିତ୍ସା ଜାରି ରହିଛି। ସ୍ବାସ୍ଥାବସ୍ଥା ସଙ୍କଟପନ୍ନ ହେବାରୁ ଭେଣ୍ଟିଲେଟ୍ ରଖାଯାଇଥିବା ସୂଚନା ମିଳିଛି। ସେ ଦୀର୍ଘ ଦିନ ହେବ ଅସୁସ୍ଥଥିବା ଜଣାପଡିଛି। ତେବେ ପରିବାର ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଆସିନାହିଁ।

ସୂଚନା ମୁତାବିକ, ଆଜି ଉତ୍ତମ ମହାନ୍ତି ନିୟମିତ ସ୍ବାସ୍ଥ ଯାଞ୍ଚ ପାଇଁ ହସ୍ପିଟାଲା ଆସିଥିଲେ। ଏହି ସମୟରେ ହଠାତ୍ ସେ ଗୁରୁତର ହୋଇପଡିଥିଲେ। ତାଙ୍କୁ ତୁରନ୍ତ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥାବସ୍ଥା ଅଧିକ ବିଗିଡ଼ିବାରୁ ଭେଣ୍ଟିଲେଟ୍‌ରେ ତାଙ୍କ ଚିକିତ୍ସା କରାଯାଉଛି। ତେବେ ହସ୍ପିଟାଲ ବୁଲେନିଟ୍ ଆସିବା ପରେ ତାଙ୍କୁ କଣ ହୋଇଛି ବୋଲି ଜଣପାଡିପାରିବ।

ଉଲ୍ଲେଖ ଯୋଗ୍ୟ ଯେ, ଓଲିଉଡ୍‌ ଦଣ୍ଡା ବାଳୁଙ୍ଗା ରୂପେ ପରିଚିତ ଉତ୍ତମ ମହାନ୍ତି ୧୯୭୭ରେ ସାଧୁ ମେହେରଙ୍କ ନିର୍ଦ୍ଦେଶିତ ‘ଅଭିମାନ’ ଫିଲ୍ମ ଜରିଆରେ ଓଡିଆ ସିନେମା ଜଗତରେ ଡେବ୍ୟୁ କରିଥିଲେ । ଏହାପର ଠାରୁ ଆଉ ପଛକୁ ଫେରିନାହାନ୍ତି ଉତ୍ତମ ମହାନ୍ତି । ଗୋଟିଏ ପରେ ଗୋଟିଏ ଫିଲ୍ମ କରି ଓଲିଉଡ୍‌ରେ ଏକ ନୂଆ ଟ୍ରେଣ୍ଡ ସେଟ୍ କରିଥିଲେ ଉତ୍ତମ । ବର୍ତ୍ତମାନ ଯାଏ ୧୩୫ରୁ ଅଧିକ ଫିଲ୍ମରେ ଅଭିନୟ କରିସାରିଛନ୍ତି ଉତ୍ତମ ମହାନ୍ତି । ଯେଉଁଥିରେ ତାଙ୍କର ନିଖୁଣ ଅଭିନୟ ପାଇଁ ସବୁବେଳେ ଦର୍ଶକଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଛି । ଏପିରିକି ଉତ୍ତମ ମହାନ୍ତିଙ୍କ ନିଖୁଣ ଅଭିନୟ ଲାଗି ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର, ଜୟଦେବ ପୁରସ୍କାର ପରି ଅନେକ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ତେବେ ଉତ୍ତମଙ୍କ ଅଭିନୀତ ଦଣ୍ଡା ବାଳୁଙ୍ଗା ତାଙ୍କୁ ଘରେ ଘରେ ବେଶ୍ ପରିଚିତ କରିଥିଲା । ୧୯୮୭ ମସିହାରେ ଓଲିଉଡ୍‌ ରେ କ୍ୱିନ୍ ଅପରାଜିତଙ୍କୁ ବିବାହ କରିଥିଲେ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.