ପ୍ରମୂଖ ଖବର
  • ବିହାର ଭୋଟର ତାଲିକାରୁ କଟିପାରେ ୩୪ ଲକ୍ଷ ମତଦାତାଙ୍କ ନାଁ, କାରଣ କହିଲେ ନିର୍ବାଚନ ଆୟୋଗ
  • ||
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ସୁଇମିଂ ପୁଲ୍‌ରୁ ଗାଧୋଇ ଫେରୁଥିବା ବେଳେ ଚାପି ଦେଲା ଟ୍ରକ୍, ୪ ଶିଶୁଙ୍କ ସମେତ ୫ ମୃତ

Published By : Anindita Ratha | July 3, 2025 1:01 PM

ନୂଆଦିଲ୍ଲୀ,୦୩/୦୭: ଉତ୍ତରପ୍ରଦେଶର ହାପୁଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକକୁ ଧକ୍କା ଦେଲା ଦ୍ରୁତଗତିରେ ଆସୁଥିବା ଟ୍ରକ୍ । ଫଳରେ ଗୋଟିଏ ପରବାରର ଚାଲିଗଲା ୫ ଜଣଙ୍କ ଜୀବନ । ମୃତକଙ୍କ ମଧ୍ୟରେ ୪ଜଣ ଶିଶୁ ଥିବା ଜଣାପଡ଼ିଛି । ସେପଟେ ଘଟଣାର ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। 

ସୂଚନା ମୁତାବକ, ଗତକାଲି ରାତିରେ ବୁଲନ୍ଦସହର-ହାପୁର ରାସ୍ତାରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ହାପୁରର ବାସିନ୍ଦା ଦାନିଶ ତାଙ୍କ ୨ ଝିଅ,ତାଙ୍କ ଭାଇର ପୁଅ ଏବଂ ପଡ଼ୋଶୀ ଓକିଲ ଖାନଙ୍କ ପୁଅ ସହିତ ଏକ ସୁଇମିଂ ପୁଲକୁ ଯାଇଥିଲେ। ଗାଧୋଇବା ପରେ, ଦାନିଶ ସମସ୍ତ ପିଲାଙ୍କୁ ଗୋଟିଏ ବାଇକ୍ ରେ ନେଇ ଘରକୁ ଫେରୁଥିଲେ। ସେତେବେଳେ ତାଙ୍କ ବାଇକ୍‌କୁ ଅପର ପାର୍ଶ୍ବରୁ ଦ୍ରୁତଗତିରେ ଆସୁଥିବା ଏକ ଟ୍ରକ୍ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ସମସ୍ତ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଛି । ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ପୁଙ୍ଖାନୁପୁଙ୍ଖ ଭାବେ ତଦନ୍ତ କରୁଛି । ଅନ୍ୟପଟେ ମୃତ୍ୟୁ ପୂର୍ବରୁ ମୃତକଙ୍କ ସୁଇମିଂ ପୁଲ ଭିଡିଓ ଭାଇରାଲ ହୋଇଛି ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.