ପ୍ରମୂଖ ଖବର
  • ୬୦୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ମୁନିଗୁଡ଼ା ହସ୍ପିଟାଲର ସ୍ୱାସ୍ଥ୍ୟକର୍ମୀ, ଏକକାଳୀନ ୨ ଟି ସ୍ଥାନରେ ଭିଜିଲାନ୍ସ ଚଢାଉ
  • ||
  • କଟକ : କେନାଲରେ ଗାଧୋଇବା ବେଳେ ଅଘଟଣ; ନବମ ଶ୍ରେଣୀ ଛାତ୍ରୀ ନିଖୋଜ
  • ||
  • ଇଡ଼ି ଅଫିସ୍‌ରେ ହାଜର ହେଲେ ପୂର୍ବତନ କ୍ରିକେଟର ସୁରେଶ ରାଇନା, ବେଟିଂ ଆପ୍‌ ମାମଲାରେ ହୋଇଥିଲା ସମନ୍
  • ||
  • ସୁନ୍ଦରଗଡ଼ : ପାରିବାରିକ କଳହରୁ ଗଡ଼ିଲା ମୁଣ୍ଡ, ସ୍ୱାମୀର ତଣ୍ଟି ଚିପି ହତ୍ୟା କଲା ସ୍ତ୍ରୀ
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୧୫ ତାରିଖ ଯାଏଁ ଅତିପ୍ରବଳ ବର୍ଷା ସମ୍ଭାବନା
  • ||
  • ଗଞ୍ଜାମ : ଭାରସାମ୍ୟ ହରାଇ ଷ୍ଟପବୋର୍ଡରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ରାୟଗଡ଼ା : ଭାରସାମ୍ୟ ହରାଇ ଓଲଟିଲା OSRTC ବସ୍‌, ୧୫ ଆହତ
  • ||
  • ବିଶ୍ୱ ଅଙ୍ଗଦାନ ଦିବସ : ଓଡ଼ିଶାରେ ହେଲାଣି ୨ ହଜାର କିଡ୍‌ନୀ ପ୍ରତିରୋପଣ
  • ||
  • ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଢିଲା, ପରିକ୍ରମା କାନ୍ଥରେ ଧମକପୂର୍ଣ୍ଣ ମେସେଜ୍, ଆତଙ୍କବାଦୀ ଆକ୍ରମଣ ନେଇ ବଢିଲା ଆଶଙ୍କା
  • ||
  • ରାଜସ୍ଥାନ ଦୌସାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୧୦ ମୃତ
  • ||

ଜନ୍‌ପୁରରେ ଟ୍ରକ୍ ସହ ପିଟିହେଲା ବସ୍, ୫ ମୃତ, ୨୪ରୁ ଉର୍ଦ୍ଧ୍ୱ ଆହତ

Published By : Harapriya Sethi | August 13, 2025 10:53 AM

ଜନ୍‌ପୁର,୧୩/୦୮: ଉତ୍ତରପ୍ରଦେଶର ଜନ୍‌ପୁର ଖେତାସରାୟ ଥାନା ଗୁରୈନୀ ବଜାରରେ ମର୍ମନ୍ତୁଦ ଦୁର୍ଘଟଣା। ବାରଣାସୀରୁ ଶାହଗଞ୍ଜ ଯାଉଥିବା ଏକ ରୋଡ୍‌ୱେଜ୍‌ ବସ୍ ଏବଂ ଟ୍ରକ୍ ମଧ୍ୟରେ ଦୁର୍ଘଟଣା ଘଟିବା ଫଳରେ ୫ ଜଣଙ୍କ ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣାରେ ୨୪ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି । ଡ୍ରାଇଭର ବସ୍‌ଟିକୁ ବିପରୀତ ଦିଗରେ ଚଲାଉଥିବାରୁ ଏହି ଦୁର୍ଘଟଣା ଘଟିଥିବା ପ୍ରାରମ୍ଭିକ ତଦନ୍ତରୁ ଜଣାପଡ଼ିଛି । 

ମଙ୍ଗଳବାର ବିଳମ୍ୱିତ ରାତିରେ ଏହି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଡାକ୍ତରଖାନାରେ ଜୀବନ ହାରିଥିଲେ । ମୃତକଙ୍କ ମଧ୍ୟରେ ୩ ଜଣ ପୁରୁଷ, ଜଣେ ମହିଳା ଏବଂ ଜଣେ ଶିଶୁ ରହିଛନ୍ତି । ଏହା ସହ ବସ୍‌ରେ ଥିବା ୨୪ ଯାତ୍ରୀ ମଧ୍ୟ ଆହତ ହୋଇଛନ୍ତି । କିଛି ଆହତ ଯାତ୍ରୀଙ୍କୁ ସ୍ଥାନୀୟ ଘରୋଇ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ସେପଟେ ୬ ଜଣଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇ ଥିବା ବେଳେ ଜଣଙ୍କୁ ବାରଣାସୀ ଟ୍ରମା ସେଣ୍ଟରକୁ ସ୍ଥାନାନ୍ତର କରାଯାଇଛି । 

ଜିଲ୍ଲା ଅଧିକାରୀ ଡ. ଦିନେଶ ସିଂ ଏବଂ ପୁଲିସ ଅଧିକ୍ଷକ ଡ. କୌସ୍ତୁଭ ତୁରନ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିଛନ୍ତି । ସେଠାରେ ପହଞ୍ଚି ଆହତଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ।  ଜିଲ୍ଲା ଅଧିକାରୀ ରହିଛନ୍ତି ଯେ, ରୋଡ୍‌ୱେଜ୍‌ ବସ୍‌ର ଅବହେଳା କାରଣରୁ ଏହି ଦୁର୍ଘଟଣା ଘଟିଛି । ବସ୍ ଓଭରଟେକ୍ କରିବା ଯୋଗୁଁ ଦୁର୍ଘଟଣା ଘଟିଛି ବୋଲି ସେ କହିଛନ୍ତି । ଏହି ସହ ଆହତମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ ସେ ଡାକ୍ତମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । 

ପୁଲିସ ଅଧିକ୍ଷକ ଡ. କୌସ୍ତୁଭ କହିଛନ୍ତି ଯେ, ଏହି ଦୁର୍ଘଟଣା ଫଳରେ ୭ଜଣ ଗୁରୁତର ହୋଇଥିଲେ । ସେମାନଙ୍କ ମଧ୍ୟରୁ ଜଣଙ୍କ ମୃତ୍ୟୁ ହୋଇଥିଲା ଏବଂ ଆଉ ଜଣଙ୍କୁ ଟ୍ରମା ସେଣ୍ଟରକୁ ସ୍ଥାନାନ୍ତର କରାଯାଇଥିଲା । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୨ ଜଣଙ୍କ ଚିକିତ୍ସା ଚାଲିଛି । ସେ କହିଛନ୍ତି ଯେ, ଘଟଣାର ତଦନ୍ତ ହେବ । ଚାକ୍ତଖାନାରେ ଆହତଙ୍କୁ ଦେଖିବା ପରେ ଜିଲ୍ଲା ଅଧିକାରୀ ଓ ପୁଲିସ ଅଧିକ୍ଷକ ସେଠାକାର ଡାକ୍ତରଙ୍କ ସହ କଥା ହୋଇଥିଲେ । ଆହତଙ୍କୁ ସମସ୍ତ ପ୍ରକାରର ସାହାଯ୍ୟ କରିବାକୁ ପ୍ରତିଶ୍ରୁତି ଦେଇଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.