ପ୍ରମୁଖ ଖବର
  • କଂଗ୍ରେସ ସ୍କ୍ରିନିଂ କମିଟି ବୈଠକ, ୧୫ ସୁଦ୍ଧା ଘୋଷେଣା ହେବ ପ୍ରାର୍ଥୀ ତାଲିକା
  • ||
  • କ୍ୟାପିଟାଲ ହସ୍ପିଟାଲରେ ମହିଳାଙ୍କୁ ଦୁର୍ବ୍ୟବହାର, ଧାରଣାରେ ବସିଲେ ସିକ୍କ୍ୟୁରିଟ୍ ଓ ସଫୋଇ କର୍ମୀ
  • ||
  • ବିଜେଡି ଛାଡିଲେ ପୂର୍ବତନ ରାଜ୍ୟ ଯୁବ ଉପସଭାପତି ରାକେଶ ନାୟକ
  • ||
  • ଆଜି ଆସିବ ବିଜେପି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଘୋଷଣା ହୋଇପାରେ ୨୫ ପ୍ରାର୍ଥୀଙ୍କ ନା
  • ||
  • ରୋଷେୟାକୁ ହାଣିଲା ହୋଟେଲ ମାଲିକ, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବକାରୀ ବିଭାଗ ହାଜତରେ ଥାର୍ଡ ଡିଗ୍ରୀ ! ମଦ ବ୍ୟବସାୟୀ ଗୁରୁତର, ହତ୍ୟା ଉଦ୍ୟମ ଅଭିଯୋଗ
  • ||
  • ବେଲଗାମ ବୟାନ ଉପରେ ଲାଗିବ ଅଙ୍କୁଶ, ନିର୍ବାଚନ କମିଶନ ଆଣିବେ ନୂଆ ମାର୍ଗଦର୍ଶିକା
  • ||
  • ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର ଇସ୍ରାଏଲ, ଇରାନକୁ ଯାତ୍ରା ବାରଣ
  • ||
  • ୭୭ବର୍ଷରେ ପାଦ ଦେଲା ସ୍ୱପ୍ନର ସହର ଭୁବନେଶ୍ୱର, ୧୯୪୮ ମସିହାରେ ହୋଇଥିଲା ଗଠନ
  • ||
  • IPL 2024: ପଞ୍ଜାବ କିଙ୍ଗ୍‌ସ- ରାଜସ୍ଥାନ ରୟାଲ୍ସ ମୁକାବିଲା, ମୁଲନପୁରରେ ହେବ ପେସ୍‌ ଟେଷ୍ଟ୍‌
  • ||
  • ଶନିବାରଠୁ ୬ ଦିନ ଜଳାଇବ ତାତି, ୬ରୁ ୮ ଡିଗ୍ରୀ ବଢ଼ିଯିବ ତାପମାତ୍ରା;୧୪ରୁ ପୁଣି ନିର୍ଘାତ ଖରା
  • ||

ଉତ୍ତରାଖଣ୍ଡ : ନିୟନ୍ତ୍ରଣ ହରାଇ ୮ ଶହ ମିଟର ପାହାଡ ତଳକୁ ଖସିଲା କାର୍, ୬ ମୃତ, ଜଣେ ଗୁରୁତର…

ନୂଆଦିଲ୍ଲୀ: ଦେଶର ପାହାଡୀ ରାଜ୍ୟ ଉତ୍ତରାଖଣ୍ଡରୁ ଏକ ବଡ ଖବର ଏବେ ସାମ୍ନାକୁ ଆସିଛି । ଏଠାରେ ଏକ ଭୟଙ୍କର କାର୍ ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ କାରଟି ସୀମାନ୍ତ ଟ୍ୟୁନି ପାଣ୍ଡ୍ରାନୁ ଅଞ୍ଚଳରୁ ଜୌନସରର ଦସଉ ଅଭିମୁଖେ ଯାଉଥିଲା । ଏହି ସମୟରେ କାର ଡ୍ରାଇଭର ନିଜର ନିୟନ୍ତ୍ରଣ ହରାଇ ବସିଥିଲେ । ଏହା ପରେ କାରଟି ନିୟନ୍ତ୍ରଣ ବାହାରକୁ ଯାଇ ୮ ଶହ ମିଟର ତଳେ ଥିବା ଏକ ଖାଲରେ ପଡ଼ିଯାଇଥିଲା । ଏହି ଦୁର୍ଘଟଣାରେ ଅତି କମରେ ୬ ଜଣଙ୍କର ମୃତ୍ୟୁ ଘଟିଛି । କୁହାଯାଉଛି ଯେ କାରରେ ସମୁଦାୟ ୭ ଜଣ ଯାତ୍ରୀ ଥିଲେ । ଏମାନଙ୍କ ମଧ୍ୟରେ ଦୁଇଜଣ ମହିଳା ମଧ୍ୟ ସାମିଲ ରହିଥିଲେ।

ମିଳିଥିବା ସୂଚନା ଅନୁଯାୟୀ, ଏହି ଭୟଙ୍କର ଦୁର୍ଘଟଣାରେ ପ୍ରାଣ ହରାଇଥିବା ସମସ୍ତ ଲୋକ ହିମାଚଳ ପ୍ରଦେଶର ବାସିନ୍ଦା । ଏହି ସମସ୍ତ ଲୋକ ଚଲାଣ୍ଡା ମହାରାଜଙ୍କୁ ଦେଖା କରିବାକୁ ଉତ୍ତରାଖଣ୍ଡ ଯାଉଥିଲେ । କିନ୍ତୁ ଏହି ସମୟ ମଧ୍ୟରେ ତାଙ୍କ କାର ନିୟନ୍ତ୍ରଣ ହରାଇ ସିଧା ଖାଲରେ ଖସିପଡିଥିଲା।

ପୋଲିସ କହିଛି ଯେ ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କୁ ଚିହ୍ନଟ କରାଯାଇଛି । ଦୁର୍ଘଟଣାରେ ଜିତ ବାହାଦୁର ନାମକ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଥିବା କୁହାଯାଉଛି। ଏହି ବ୍ୟକ୍ତିଙ୍କୁ ବର୍ତ୍ତମାନ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । 



 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.