PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସାମ-ଅରୁଣାଚଳ ସୀମାରେ ଫାୟାରିଂ , ୨ ମୃତ ଓ ୩ ନିଖୋଜ
  • ||
  • ପୁରୀ : ସ୍କୁଟି ଉପରେ ମାଡିଗଲା ଟାଉନ ବସ୍, ଚାଲିଗଲା ୩ ଜୀବନ
  • ||
  • ଝଡ଼ ତୋଫାନରେ ଲକ୍ଷ୍ନୌର ଇକାନା ଷ୍ଟାଡିୟମର ଭାଙ୍ଗି ଗଲା ବୋର୍ଡ , ଜଣେ ବ୍ୟକ୍ତି ଚାପି ହୋଇ ରହିଥିବା ସୂଚନା
  • ||
  • ରେଲୱେ ଚାକିରିକୁ ଫେରିଲେ ବଜରଙ୍ଗ , ଭିନେଶ ଓ ସାକ୍ଷୀ ମଲିକ – ଆନ୍ଦୋଳନରୁ ପଛକୁ ହଟିବାକୁ କଲେ ମନା
  • ||
  • ବରଗଡ଼: ବରଗଡ଼ରେ ଲାଇନ୍‌ଚ୍ୟୁତ୍ ହେଲା ଚୂନପଥର ବୋଝେଇ ମାଲବାହୀ ଟ୍ରେନ୍, ଟ୍ରାକ୍‌ରୁ ଖସିଲା ୫ ୱାଗନ୍
  • ||
  • ବାଲେଶ୍ୱର : ଶବକୁ ନେଇ ସାଂଘାତିକ ଖେଳ: ଆଉ କାହାର ଶବକୁ ଧରି ସ୍ତ୍ରୀ କହିଲା ସ୍ୱାମୀ ମୋର, ଦିଅ ଟଙ୍କା…
  • ||
  • ଭୁବନେଶ୍ୱର : କୋଲକାତା ଓ ଆସାମ ଫେରିଲେ ଯାତ୍ରୀ, ବସ୍‌ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ
  • ||
  • ସୋର: ବାହାନଗାରେ ସ୍ଵାଭାବିକ ହେଲା ଟ୍ରେନ୍ ଚଳାଚଳ, ଗଡ଼ିଲା ୩ଟି ଟ୍ରେନ୍
  • ||
  • ବାଲେଶ୍ୱର : ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୨୮୫ ଜଣ ନେଲେଣି ୩.୨୨ କୋଟିର ଅନୁକମ୍ପା ରାଶି
  • ||
  • ଭୁବନେଶ୍ୱର: ବାହାନଗା ବିଭୀଷିକା: ପ୍ରତିଶ୍ରୁତି ପୂରଣ କରିପାରିଲାନି ସ୍ୱାମୀ, ମଙ୍ଗଳସୂତ୍ର ଦେବା ପୂର୍ବରୁ ଚାଲିଗଲା ଜୀବନ
  • ||
  • ପୁରୀ: ରଥଖଳା ହାଲ୍‌ଚାଲ୍‌…ବୁଲିଲା ଚଉଦ ନାହାକା, ଉଠିଲା ୨ୟ ଭୂଇଁ
  • ||
  • ପୁରୀ: ଅଣସର ଘରେ ମହାପ୍ରଭୁଙ୍କ ଗୁପ୍ତ ପୂଜା ଆରମ୍ଭ, ଶ୍ରୀମନ୍ଦିରକୁ ବିଜେ କଲେ ପଟିଦିଅଁ: ଆଜିଠୁ ଶ୍ରୀଅଲାରନାଥ ଦର୍ଶନ
  • ||

ଭୁବନେଶ୍ୱର-କଟକ ମଧ୍ୟରେ ପ୍ରସ୍ତାବିତ ମେଟ୍ରୋ ଟ୍ରେନ୍ ଚଳାଚଳ ପାଇଁ ପ୍ରକ୍ରିୟା ଆରମ୍ଭ, ସ୍ଥିତି ଅନୁଧ୍ୟାନ କଲେ ୫ଟି ସଚିବ

କଟକ, ୦୧/୦୪ : ଭୁବନେଶ୍ୱର ଓ କଟକ ମଧ୍ୟରେ ପ୍ରସ୍ତାବିତ ମେଟ୍ରୋ ଟ୍ରେନ୍ ପ୍ରତିଷ୍ଠା ପାଇଁ ଆରମ୍ଭ ହେଲା ପ୍ରକ୍ରିୟା। ଭୁବନେଶ୍ୱର ବିମାନ ବନ୍ଦର ଛକରୁ ଆରମ୍ଭ ହୋଇଛି ସଚିବ ସ୍ତରୀୟ କମିଟିର ଫିଲଡ ଭିଜିଟ। ୫ଟି ସଚିବ ଭି.କେ ପଣ୍ଡିଆନଙ୍କ ସମେତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ମନୋଜ ମିଶ୍ର, ଉଷା ପାଢ଼ୀ, ଅନୁ ଗର୍ଗ, ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଜି ମାଥିଭାଥନାନ, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ପ୍ରମୁଖ ଉପସ୍ଥିତ ଥିଲେ ।

ଭୋର ୪ଟା ୩୦ମିନିଟ ସମୟରେ ଭୁବନେଶ୍ୱର ବିମାନବନ୍ଦର ଛକରୁ ଶିଶୁଭବନ ଛକ, ରାଜମହଲ ଛକ, ମାଷ୍ଟର କ୍ୟାଣ୍ଟିନ, ବାଣୀବିହାର ଛକ, ଜୟଦେବ ବିହାର ଦେଇ କଳିଙ୍ଗ ହସ୍ପିଟାଲ ଛକ, ପଟିଆ, ନନ୍ଦନକାନନ ଛକ ଦେଇ ତ୍ରିଶୂଳିଆ ଛକରେ ବରିଷ୍ଠ ଅଧିକାରୀମାନେ ପହଞ୍ଚିଥିଲେ। ରାସ୍ତାରେ ବିଭିନ୍ନ ସ୍ଥାନରେ ଟିମ୍ ସଦସ୍ୟ ସରଜମିନ ସ୍ଥିତି ଅନୁଧ୍ୟାନ କରିଥିଲେ। ଦ୍ୱୈତ ନଗରୀ ଭୁବନେଶ୍ୱର ଓ କଟକ ମଧ୍ୟରେ ମେଟ୍ରୋ ଟ୍ରେନ୍ ଚଳାଚଳ ହେଲେ କେଉଁଠି କି ପ୍ରକାର ସମସ୍ୟା ରହିବ ତାହାର କିଭଳି ସ୍ଥାୟୀ ପ୍ରତିକାର କରାଯିବ, ସରକାରୀ ଜମି କେତେ ଅଛି, କେତେ ଜମି ଅଧିଗ୍ରହଣ କରିବାକୁ ହେବ, ଟ୍ରାଫିକ ସମସ୍ୟା କିଭଳି ଉପୁଜିବ ନାହିଁ ସେଥିପାଇଁ କେଉଁ କେଉଁ ସ୍ଥାନରେ ଭୂତଳ ବା ଅଣ୍ଡର ଗ୍ରାଉଣ୍ଡ ବ୍ୟବସ୍ଥା କରିବାକୁ ହେବ। ସମ୍ପୂର୍ଣ୍ଣ ମେଟ୍ରୋ ବ୍ୟବସ୍ଥା କେତେ ଦୂରତା ବିଶିଷ୍ଟ ହେବ ସେ ସମସ୍ତ ଦିଗକୁ ନେଇ ଗ୍ରାଉଣ୍ଡ ଜିରୋରେ ମ୍ୟାପ ସହ ଆଲୋଚନା କରାଯାଇଛି। ତ୍ରିଶୂଳିଆ ଛକରେ କଟକ ଜିଲ୍ଲାପାଳ ଓ ସିଏମସି କମିଶନର ସାମିଲ ହୋଇଥିଲେ। ପରେ ଟିମ ମଧୁପୁର ଓ ସତ୍ୟଭାମାପୁର ଗସ୍ତ କରିଥିଲେ।