PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ-ଦୁର୍ଗ ଏକ୍ସପ୍ରେସରେ ନିଆଁ , ସ୍ଥାନୀୟ ଦମକଳ ବାହୀନୀ ଆସି ନିଆଁକୁ ଆୟତ୍ତ କଲେ
  • ||
  • କେନ୍ଦ୍ରୀୟ ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣଙ୍କର ଝିଅ ବିବାହ ବନ୍ଧନରେ ବାନ୍ଧି ହେଲେ
  • ||
  • ଭୁବନେଶ୍ବର: ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ରେଜଲ୍ଟ। ସିଏଚ୍‌ଏସ୍‌ସି କାର୍ଯ୍ୟାଳୟରେ ଫଳାଫଳ ଘୋଷଣା କଲେ ଗଣଶିକ୍ଷା ସଚିବ।
  • ||
  • ସୁପ୍ରିମକୋର୍ଟରେ ପହଞ୍ଚିଲେ ମୃତ ଗ୍ୟାଙ୍ଗଷ୍ଟାର ସଂଜୀବ୍ ଜୀବାର ପତ୍ନୀ; କହିଲେ ମୋ ଜୀବନ ପ୍ରତି ବିପଦ ଅଛି, ସୁରକ୍ଷା ଯୋଗାଇ ଦିଆଯାଉ…
  • ||
  • ପୁରୀ : ଚାଲିଛି ଶ୍ରୀଜିଉଙ୍କ ଅନବସର ନୀତି: ଗୁରୁବାର ଶ୍ରୀଅଙ୍ଗ ଫିଟିବ, ୯ରେ ଫୁଲୁରୀ ତେଲ ଲାଗି ନୀତି
  • ||
  • ଅସ୍ତରଙ୍ଗ : ଗୁଟଖା ଖାଇବାକୁ ମନା କରିବାରୁ ଆତ୍ମହତ୍ୟା; ସାଇଣ୍ଟିଫିକି ଟିମ୍ ଓ ପୁଲିସର ତଦନ୍ତ ଜାରି
  • ||

ଆଜିଠୁ ସ୍ୱାଭାବିକ ଭାବେ ଚାଲିବ ପୁରୀ-ହାଓଡା ବନ୍ଦେ ଭାରତ ଏକ୍ସପ୍ରେସ୍

ଭୁବନେଶ୍ୱର,୨୩/୦୫: ମଙ୍ଗଳବାରଠୁ ସ୍ୱାଭାବିକ ଭାବେ ଚାଲିବ ପୁରୀ-ହାଓଡା ବନ୍ଦେ ଭାରତ ଏକ୍ସପ୍ରେସ୍‌ । ରବିବାର କାଳବୈଶାଖୀ ଯୋଗୁଁ ରେଳ ଧାରଣାରେ ବିଦ୍ୟୁତ ତାର ଉପରେ ଗଛ ଡାଳ ପଡି ବିଦ୍ୟୁତ ସରବରାହ ପ୍ରଭାବିତ ହୋଇଥିଲା । ଫଳରେ, ଘଣ୍ଟାପ୍ରତି ୧୩୦ କିମି ବେଗରେ ଯାଉଥିବା ପୁରୀ-ହାଓଡା ବନ୍ଦେ ଭାରତ ଏକ୍ସପ୍ରେସ ମଧ୍ୟ ପ୍ରଭାବିତ ହୋଇଥିଲା । ବିଦ୍ୟୁତ ନଥିବା ଯୋଗୁଁ ଏହା ବିଳମ୍ୱିତ ହୋଇଥିଲା । ତେବେ ବର୍ତ୍ତମାନ ହାଓଡ଼ା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ ସେବା ପ୍ରଦାନ କରିବା ପାଇଁ ପ୍ରସ୍ତୁତ ହୋଇ ରହିଛି ବୋଲି ପୂର୍ବତଟ ରେଳପଥର ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି ।