ପ୍ରମୂଖ ଖବର
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ବର୍ଷା ଅନୁଭବ ପାରିବାରିକ ବିବାଦ ମାମଲା, ବର୍ଷାଙ୍କୁ ଭରଣ ପୋଷଣ ଦେବେ ନି ଅନୁଭବ

Published By : Gurupada Nath | April 25, 2025 9:22 PM

କଟକ, ୨୫/୪ :  ଘରୋଇ ହିଂସା ଅଭିଯୋଗ ମାମଲାରୁ ମୁକ୍ତ ହେଲେ ସିନେ ଷ୍ଟାର ଅନୁଭବ ମହାନ୍ତି। ବର୍ଷା ପ୍ରିୟଦର୍ଶନୀଙ୍କୁ ଭରଣ ପୋଷଣ ଦେବେ ନି ପୂର୍ବତନ କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି । କଟକ ଜେଏମଏଫସି କୋର୍ଟ ଆଜି ଏହି ରାୟ ଶୁଣାଇଛନ୍ତି । ଘରୋଇ ହିଂସା ବାବଦୀୟ ଅଭିଯୋଗର ଶୁଣାଣି କରି କୋର୍ଟ ଏହି ରାୟ ଦେଇଛନ୍ତି । ଅନୁଭବ ଓ ତାଙ୍କ ପରିବାର ଲୋକଙ୍କ ନାଁରେ ବର୍ଷା ମାମଲା କରିଥିଲେ । ଅଭିଯୋଗ ସମ୍ପର୍କିତ ପ୍ରମାଣ ଦେଇ ପାରିଲେ ନାହିଁ ବର୍ଷା । ଏଥିଯୋଗୁଁ ଆଜି କୋର୍ଟ ଏହି ରାୟ ଦେଇଛନ୍ତି କି ବର୍ଷାଙ୍କୁ ଭରଣ ପୋଷଣ କିମ୍ବା କ୍ଷତିପୂରଣ ଦେବେ ନାହିଁ ଅନୁଭବ ମହାନ୍ତି।

ପ୍ରକାଶ ଯେ, ୨୦୨୨ମସିହାରେ ବର୍ଷା ଅନୁଭବ ଏବଂ ତାଙ୍କ ପରିବାର ବିରୁଦ୍ଧରେ ଆଣିଥିଲେ ସଂଗୀନ ଅଭିଯୋଗ। ଶାଶୁ ଘରେ ତାଙ୍କୁ ପାରିବାରିକ ହିଂସାର ଶିକାର ହେବାକୁ ପଡୁଛି ବୋଲି ବର୍ଷା ଅଭିଯୋଗ କରି jmfc କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ତାଙ୍କୁ ମାନସିକ ଏବଂ ଶାରୀରିକ ନିର୍ଯାତନା ଦିଆଯାଉଛି, ତେଣୁ କ୍ଷତିପୂରଣ ବାବଦରେ ଏକ ନିର୍ଦ୍ଦିଷ୍ଟ ଅର୍ଥ ରାଶି ଦେବା ସହିତ ଭରଣ ପୋଷଣ ଲାଗି ଦାବି କରିଥିଲେ ବର୍ଷା । ଯାହାର ରାୟ ଆଜି ପ୍ରକାଶ କରିବା ସହିତ ବର୍ଷାଙ୍କ ଆବେଦନକୁ ଖାରଜ କରିଛନ୍ତି କୋର୍ଟ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.