ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

୯ ଅଭିଯୁକ୍ତଙ୍କୁ ଫାଶୀ ବଦଳରେ ଆଜୀବନ କାରାଦଣ୍ଡ, ୩୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ

Published By : Harapriya Sethi | January 15, 2025 12:06 PM

କଟକ,୧୫/୦୧: ଦଣ୍ଡ କୋହଳ କଲେ ହାଇକୋର୍ଟ । ଫାଶୀ ବଦଳରେ ୯ ଜଣଙ୍କୁ ଆଜୀବନ ଦଣ୍ଡାଦେଶ ପାଇଁ ରାୟ ଶୁଣାଇଛନ୍ତି ମାନ୍ୟବର ହାଇକୋର୍ଟ । ଏହାସହ ମୃତକଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ହାଇକୋର୍ଟ । 

ସୂଚନା ମୁତାବକ, ୨୦୧୬ ମସିହା ସେପ୍ଟେମ୍ବର ୯ ତାରିଖରେ ରାୟଗଡା ଜିଲ୍ଲା ପୁଟାସିଂ ଥାନା କିନ୍ତୁ ଗାଁରେ ଗୋଟିଏ ପରିବାରରେ ତିନି ଜଣଙ୍କୁ ଗୁଣି ଗାରେଡି ସନ୍ଦେହରେ ହତ୍ୟା କରିଥିଲେ ଅଭିଯୁକ୍ତ । ମୃତକଙ୍କ ମଧ୍ୟରେ ଗୋଟିଏ ପରିବାରର ବାପା, ମା, ଏବଂ ବଡ଼ ଝିଅ ରହିଥିଲେ । ସେମାନଙ୍କୁ ପିଟି ପିଟି ହତ୍ୟା କରିଥିଲେ ଅଭିଯୁକ୍ତ । ଏହାପରେ ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କୁ ଗିରଫ କରିଥିଲା । କୋର୍ଟରେ ମାମଲାର ଶୁଣାଣି ହୋଇଥିଲା । ଏହି ଶୁଣାଣିରେ ମାନ୍ୟବର କୋର୍ଟ ୯ ଜଣ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡ ଶୁଣାଇଥିଲେ । କିନ୍ତୁ ପରବର୍ତ୍ତୀ ସମୟରେ ତଳ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଏତଲା ଦାୟର ହୋଇଥିଲା । ହାଇକୋର୍ଟ ଏହି ମାମଲାର ଶୁଣାଣି କରି ତଳ କୋର୍ଟଙ୍କ ରାୟରେ ରୋକ୍‌ ଲଗାଇଛନ୍ତି । ଏଥି ସହିତ ୯ ଜଣ ଅଭିଯୁକ୍ତଙ୍କୁ ଦିଆଯାଇଥିବା ଫାଶୀ ଦଣ୍ଡାଦେଶକୁ ପରବର୍ତ୍ତନ କରି ଆଜୀବନ କାରାଦଣ୍ଡାଦେଶର ରାୟ ଶୁଣାଇଛନ୍ତି ମାନ୍ୟବର ହାଇକୋର୍ଟ । କେବଳ ସେତିକି ନୁହେଁ, ପୀଡିତାଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ  ଜିଲ୍ଲା ଆଇନସେବା କମିଟିକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ହାଇକୋର୍ଟ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.