ପ୍ରମୂଖ ଖବର
  • ଏପ୍ରିଲ ୨୨ରୁ ଜୁନ୍‌ ୧୭ ମଧ୍ୟରେ କଥା ହୋଇନଥିଲେ ମୋଦୀ-ଟ୍ରମ୍ପ, ମଧ୍ୟସ୍ଥତା ଦାବିକୁ ଖଣ୍ଡନ କଲେ ଏସ୍‌. ଜୟଶଙ୍କର
  • ||
  • ଏମ୍ସରେ ନର୍ସଙ୍କୁ ଅସଦାଚାରଣ ଅଭିଯୋଗ, କାର୍ଯ୍ୟାନୁଷ୍ଠାନ ଦାବିରେ ଠିକା କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
  • ||
  • ସାକ୍ଷୀଗୋପାଳ ମାଳତିପାଟପୁର ଷ୍ଟେସନ ନିକଟରେ ପୁରୀ-ବଦ୍ରୀନାଥ ଏକ୍ସପ୍ରେସ ଟ୍ରେନ ଧକ୍କାରେ ଟ୍ରାକ୍ଟର ଚୁରମାର
  • ||
  • ଭାରତକୁ ହରାଇ ଭାରତ ଚାମ୍ପିଅନ; ଚେସ୍ ବିଶ୍ବକପରେ ଇତିହାସ, ଦିବ୍ୟା ଦେଶମୁଖ ଜିତିଲେ ଟାଇଟଲ୍
  • ||
  • ଜାମ୍ମୁ-କାଶ୍ମୀରରେ ସେନାର ଅପରେସନ୍ ମହାଦେବକୁ ବଡ଼ ସଫଳତା, ଯବାନଙ୍କ ଗୁଳିରେ ୩ ଆତଙ୍କୀ ସଫା
  • ||
  • ଭୁବନେଶ୍ବର: ସତ୍ୟବିହାର ଅଞ୍ଚଳରେ ମହିଳା ହଷ୍ଟେଲରେ ଅଗ୍ନିକାଣ୍ଡ,ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ରାଉରକେଲା : ଠିକା କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • କେନ୍ଦ୍ରାପଡ଼ା: ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ; ବିଜ୍ଞାନ ଶିକ୍ଷକକୁ ନିଲମ୍ବନ କଲେ ଜିଲ୍ଲା ଶିକ୍ଷାଧିକାରୀ
  • ||
  • ବଳଙ୍ଗା ନାବାଳିକା ପୋଡ଼ି ମାମଲା: ବଢ଼ିଲା ସୁରକ୍ଷା, ପୀଡ଼ିତାଙ୍କ ଘରେ ପୁଲିସ ମୁତୟନ
  • ||
  • ବାଲେଶ୍ୱର : ଧାମରାରେ ମିସାଇଲ୍‌ ପ୍ରଳୟ-୬ର ସଫଳ ପରୀକ୍ଷଣ, ୧୫୦ ରୁ ୫୦୦ କିମି ଯାଏଁ କରିପାରିବ ଲକ୍ଷ୍ୟଭେଦ
  • ||
  • ନାଇଜେରିଆର ଡଙ୍ଗା ବୁଡ଼ି ୨୫ ମୃତ; ଅନେକ ନିଖୋଜ, ଡଙ୍ଗାରେ ଥିଲେ ମୋଟ୍ ୧୦୦ ଯାତ୍ରୀ
  • ||
  • ଭଦ୍ରକରେ ବନ୍ୟା ବିତ୍ପାତ; ୪ ପଞ୍ଚାୟତରେ ୨ ଦିନ ସ୍କୁଲ୍‌ ଛୁଟି
  • ||
  • ଜର୍ମାନୀରେ ଲାଇନଚ୍ୟୁତ ହେଲା ଟ୍ରେନ; ୩ ମୃତ, ୩୪ ଆହତ
  • ||
  • ଉତ୍ତର ଓଡ଼ିଶାରେ ବନ୍ୟା: ୬ ଜିଲ୍ଲାରେ ୧୧ ହଜାର ଲୋକ ପ୍ରଭାବିତ, ପାଣିଘେରରେ ଯାଜପୁରର ୧୧ ପଞ୍ଚାୟତ
  • ||
  • ଜଗତସିଂହପୁର : ବାଇକ୍‌କୁ ପିଟିଲା ବସ୍‌; ଜଣେ ମୃତ, ଜଣେ ଗୁରୁତର
  • ||
  • ବାରାବାଙ୍କୀ ଅବସାନେଶ୍ୱର ଶିବ ମନ୍ଦିରରେ ଦଳାଚକଟା, ୨ ଶ୍ରଦ୍ଧାଳୁ ମୃତ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ଆଜି ଅପରାହ୍ନ ୬ଟାରୁ ରାତି ୧୦ ଦର୍ଶନ ମନା
  • ||
  • ଶ୍ରାବଣ ମାସର ତୃତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଗୟାଜୀରେ ଗ୍ୟାଙ୍ଗରେପ୍‌ ! ହୋମଗାର୍ଡ ଆଶାୟୀଙ୍କୁ ଆମ୍ବୁଲାନ୍ସରେ ଗଣଦୁଷ୍କର୍ମ ଅଭିଯୋଗ

Published By : Tapas Panda | July 26, 2025 4:08 PM

ପାଟନା: ବିହାରର ଗୟାଜୀ ଜିଲ୍ଲାରୁ ଏକ ଅତ୍ୟନ୍ତ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଗୁରୁବାର ଦିନ ହୋମଗାର୍ଡ ନିଯୁକ୍ତି ଲାଗି ଦୌଡ଼ ସମୟରେ ଜଣେ ମହିଳା ଆଶାୟୀ ଚେତାଶୂନ୍ୟ ହୋଇଯାଇଥିଲେ । ଏହା ପରେ, ତାଙ୍କୁ ହସ୍ପିଟାଲ ନେବା ସମୟରେ ଆମ୍ବୁଲାନ୍ସ ଡ୍ରାଇଭର ଏବଂ ଟେକ୍ନିସିଆନ୍ ମିଶି ମହିଳାଙ୍କୁ ଦୁଷ୍କର୍ମ କରିଥିଲେ। ଏହି ଘଟଣା ଜଣାପଡ଼ିବା ପରେ ହଇଚଇ ସୃଷ୍ଟି ହୋଇଛି । ଆମ୍ବୁଲାନ୍ସ ଡ୍ରାଇଭର ଏବଂ ଟେକ୍ନିସିଆନଙ୍କୁ ଗିରଫ କରିଛି ପୁଲିସ । 

ଯୁବତୀ BMP-3 ରେ ହୋମଗାର୍ଡ ନିଯୁକ୍ତି ପାଇଁ ଦୌଡ଼ ପରୀକ୍ଷା ଦେବା ପାଇଁ ଗୟାଜୀ ଆସିଥିଲେ । ଏହି ସମୟରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ତୁରନ୍ତ ହସ୍ପିଟାଲକୁ ନିଆଯାଇଥିଲା । ସେହି ସମୟରେ ଦୁଇ ଜଣ ଯୁବକ ଆମ୍ବୁଲାନ୍ସରେ ତାଙ୍କ ସହିତ ଗଣଦୁଷ୍କର୍ମ କରିଥିଲେ । ହସ୍ପିଟାଲରେ ପହଞ୍ଚିବା ପରେ ଯୁବତୀଙ୍କ ଚେତା ଫେରିଥିଲା ଏବଂ ସେ ଡାକ୍ତରଙ୍କୁ ଦୁଷ୍କର୍ମ ବିଷୟରେ ଜଣାଇଥିଲେ ।

ଆମ୍ବୁଲାନ୍ସ ଡ୍ରାଇଭର ଏବଂ ଟେକ୍ନିସିଆନ ବାଟରେ ତାଙ୍କୁ ଦୁଷ୍କର୍ମ କରିଥିଲେ ବୋଲି ଡାକ୍ତରଙ୍କୁ କହିଥିଲେ ପୀଡ଼ିତା । ଏହା ପରେ ଏକ ଡାକ୍ତରୀ ଦଳ ଗଠନ କରାଯିବା ସହ ଯୁବତୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା । ଦୁଷ୍କର୍ମ ନେଇ ଜଣାପଡ଼ିବା ପରେ ଘଟଣା ବିଷୟରେ ପୁଲିସକୁ ସୂଚନା ଦିଆଯାଇଥିଲା । ୨୬ ବର୍ଷୀୟ ପୀଡିତା ଇମାମଗଞ୍ଜ ଥାନା ଅଞ୍ଚଳର ବାସିନ୍ଦା । ସେ ପୁଲିସକୁ କହିଥିଲେ,  ଆମ୍ବୁଲାନ୍ସରେ ୩ ରୁ ୪ ଜଣ ଲୋକ ଥିଲେ, ସେମାନେ ମୋତେ ଅଚେତ ଅବସ୍ଥାରେ ଗଣଦୁଷ୍କର୍ମ କରିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.