ପ୍ରମୂଖ ଖବର
  • ଶେଖ୍ ହସିନା ଦେଇଥିଲେ ନରସଂହାର ଆଦେଶ ! ବାଂଲାଦେଶୀ ଟ୍ରିବ୍ୟୁନାଲରେ ଶୁଣାଣି, ହୋଇପାରେ ମୃତ୍ୟୁ ଦଣ୍ଡାଦେଶ
  • ||
  • ସମ୍ବଲପୁର: ସମ୍ବଲପୁର ‘କୃଷି ଭବନ’ର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ, କୃଷି କ୍ଷେତ୍ରକୁ ନୂଆ ପରିଚୟ ଦେବ କୃଷି ଭବନ
  • ||
  • ଶ୍ରୀମନ୍ଦିରର ଡ୍ରୋନ୍ ଭିଡିଓ ପୁଣି ଭାଇରାଲ୍‌, ଚୁନରା ସେବକଙ୍କ ସମ୍ପୃକ୍ତି ନେଇ ସନ୍ଦେହ
  • ||
  • ଭୁବନେଶ୍ୱର: ରାଜ୍ୟରେ ପୁଣି ବ୍ୟାପିଲାଣି କରୋନା, ୧୧ରେ ପହଞ୍ଚିଲା ଆକ୍ରାନ୍ତ ସଂଖ୍ୟା
  • ||
  • ସୁନ୍ଦରଗଡ଼ : ଆଇଇଡି ବିସ୍ଫୋରଣରେ ଯୁବକ ଆହତ
  • ||
  • ଭୁବନେଶ୍ୱର : ରାଜଧାନୀରେ ସିରିଜ୍‌ ଦୁର୍ଘଟଣା: ପଛକୁ ପଛ ପିଟିହେଲା ୪ ଗାଡ଼ି, ଏକାଧିକ ଆହତ
  • ||
  • ପାକ୍ ଗୁପ୍ତଚର ମାମଲାରେ NIAର ବଡ଼ କାର୍ଯ୍ୟାନୁଷ୍ଠାନ, ୮ଟି ରାଜ୍ୟର ୧୫ଟି ସ୍ଥାନରେ ରେଡ୍
  • ||
  • ଅନୁଗୁଳ : ମସୁଣିହତା ଗାଁରେ ଯୁବକଙ୍କୁ ଗଳା କାଟି ହତ୍ୟା, ଅଭିଯୁକ୍ତ ଗିରଫ
  • ||
  • ସୁପର୍ ସନ୍‌ଡେ'ରେ ଦ୍ୱିତୀୟ କ୍ୱାଲିଫାୟର: ପ୍ରତିଶୋଧ ପାଇଁ ପ୍ରସ୍ତୁତ ମୁମ୍ବାଇ ଇଣ୍ଡିଆନ୍ସ, ଫାଇନାଲ୍‌ ଲକ୍ଷ୍ୟରେ ପଞ୍ଜାବ କିଙ୍ଗ୍‌ସ
  • ||
  • ନୟାଗଡ଼ : ଡାକ୍ତରଙ୍କ ଅବହେଳାରୁ ପ୍ରସୂତିଙ୍କ ମୃତ୍ୟୁ, ଡାକ୍ତରଖାନାରେ ଚାପା ଉତ୍ତେଜନା
  • ||
  • ଭୟଙ୍କର ଟ୍ରେନ ଦୁର୍ଘଟଣା; ପୋଲ ଭାଙ୍ଗି ଟ୍ରାକରୁ ଖସିଲା ଟ୍ରେନ, ୭ ମୃୃତ ୩୦ ଆହତ
  • ||
  • କଳାହାଣ୍ଡି : ବନମାଳୀପୁର ରାସ୍ତାରୁ ବାଇକ୍‌ ସହ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ରୁଷ-ୟୁକ୍ରେନ୍ ସୀମା ନିକଟରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା, ୭ ମୃତ, ୩୦ ଆହତ,ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା
  • ||
  • ରାଜ୍ୟରେ ପ୍ରଥମ କୋଭିଡ୍‌ ମୃତ୍ୟୁ ଅଭିଯୋଗ, କୋଭିଡ୍‌ ସହ ବହୁବିଧ ରୋଗରେ ଆକ୍ରାନ୍ତ ଥିଲେ ମୃତକ ବୃଦ୍ଧ
  • ||
  • Miss World 2025: ବିଶ୍ୱ ସୁନ୍ଦରୀ ମୁକୁଟ ପିନ୍ଧିଲେ ଥାଇଲାଣ୍ଡର ଓପଲ ସୁଚାତା, ଭାଙ୍ଗିଲା ଭାରତର ନନ୍ଦିନୀ ଗୁପ୍ତାଙ୍କ ସ୍ୱପ୍ନ
  • ||
  • ଲୁଚକାଳି ଖେଳୁଛି ମୌସୁମୀ ! ରାଜ୍ୟରେ କମିଛି ବର୍ଷା, ୨ରୁ ୪ ଡିଗ୍ରୀ ବଢ଼ିପାରେ ତାତି
  • ||

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୪ ଟି ସ୍ଥାନରେ ଚଢାଉ

Published By : Harapriya Sethi | May 31, 2025 10:26 AM

ବ୍ରହ୍ମପୁର, ୩୧/୦୫: ପୂର୍ତ୍ତ ବିଭାଗ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ । ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଏନ. ଦିଲ୍ଲୀପ କୁମାର ଚୌଧୁରୀଙ୍କ ଘରେ ଚଢାଉ କରୁଛି ଭିଜିଲାନ୍ସ ଟିମ୍‌ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ କରାଯାଉଛି । ଏକକାଳୀନ ୪ ଟି ସ୍ଥାନରେ ରେଡ୍‌ କରୁଛି ଭିଜିଲାନ୍ସ ଟିମ୍‌ । 

ଶନିବାର ଆର୍‌ ଆଣ୍ଡ ବି ଡିଭିଜନ୍‌ ୧ର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ କରାଯାଉଛି । ଏନେଇ ବ୍ରହ୍ମପୁର ସ୍ପେସାଲ ଜଜ୍‌ଙ୍କ ଦ୍ୱାରା ୱାରେଣ୍ଟ ଜାରି ହେବା ପରେ ଆରମ୍ଭ ହୋଇଛି ରେଡ୍‌ । ୩ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ସହ ୧୫ ଜଣିଆ ଟିମ୍‌ ଶନିବାର ଭୋରୁ ଚଢାଉ କରୁଛନ୍ତି । ବ୍ରହ୍ମପୁରର ଧର୍ମନଗର ସ୍ଥିତ ସ୍ପେକ୍ଟ୍ରମ୍ ରୟାଲ୍ ଠାରେ ଥିବା ଏକ ୨ ବିଏଚକେ ଫ୍ଲାଟ୍, ବ୍ରହ୍ମପୁରର ମୟୁରୀ ବିହାରରେ ଗୋଟିଏ ଦୁଇ ମହଲା ଘର, ବ୍ରହ୍ମପୁରର ଆର୍ ଆଣ୍ଡ୍ ବି ଡିଭିଜନ-୧ରେ ଥିବା ଅଫିସ୍‌ ଏବଂ ଭୁବନେଶ୍ୱରର ସହିଦ ନଗରରେ ଥିବା ଇଭୋସ୍ ଏକ୍ସୋଟିକା ଆପାର୍ଟମେଣ୍ଟର ଗୋଟିଏ ୩ ବିଏଚକେ ଫ୍ଲାଟ୍‌ରେ ଏକକାଳୀନ ଚଢାଉ କରୁଛି ଭିଜିଲାନ୍ସ ଟିମ୍‌ ଚଢାଉ କରୁଛି । 

ଏନ. ଦିଲ୍ଲୀପ କୁମାର ଚୌଧୁରୀ ଦୀର୍ଘ ବର୍ଷ ଧରି ବ୍ରହ୍ମପୁରରେ କାର୍ଯ୍ୟରତ ରହିଥିବା ବେଳେ ଆଜି ଅଫିସରେ ତାଙ୍କର ଶେଷ ଦିନ ରହିଥିଲା। ଆସନ୍ତାକାଲି ସେ ଅବସର ଗ୍ରହଣ କରିବେ। ଅବସର ନେବା ପୂର୍ବରୁ ଭିଜିଲାନ୍ସ ଟିମ୍‌ ଚଢାଉ କରି ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ସେହିପରି ବ୍ରହ୍ମପୁର ସମେତ ଭୁବନେଶ୍ୱରର କିଛି ସ୍ଥାନରେ ଏନ. ଦିଲ୍ଲୀପ କୁମାର ଚୌଧୁରୀଙ୍କ ନାମରେ ପ୍ଲଟ ରହିଥିବା ସୂଚନା ମିଳିଛି।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.