ପ୍ରମୂଖ ଖବର
  • ବରମୁଣ୍ଡା ସମାବେଶରେ ରାହୁଲଙ୍କ ରଣହୁଙ୍କାର : 'ସମ୍ବିଧାନକୁ ଆକ୍ରମଣ କରୁଛି ଡବଲ ଇଞ୍ଜିନ, ଓଡ଼ିଶା ବଞ୍ଚାଇବା ଆମ ଦାୟିତ୍ଵ'
  • ||
  • ବାଲେଶ୍ୱର : ରକ୍ତ ସମ୍ପର୍କରେ ରକ୍ତ ଛିଟା; ପୂର୍ବ ଶତ୍ରୁତାରୁ ସାନଭାଇକୁ ହାଣିଲା ବଡ଼ଭାଇ
  • ||
  • ଅନୁଗୁଳ : ଟ୍ରେଲରକୁ ପିଟିଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଷଣ୍ଢ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର
  • ||
  • ପାକିସ୍ତାନର ବେଲୁଚିସ୍ତାନରେ ଆତଙ୍କୀ ହମଲା, ବସ୍‌କୁ ଅଟକାଇ ୯ ଜଣଙ୍କୁ ହତ୍ୟା କଲେ ଆତଙ୍କୀ
  • ||
  • ସୁବର୍ଣ୍ଣପୁର : ସରପଞ୍ଚଙ୍କ ସ୍ୱାମୀଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ରାହୁଲ ଗାନ୍ଧିଙ୍କ ଓଡ଼ିଶା ଗସ୍ତ, ବରମୁଣ୍ଡାରେ ସମ୍ବିଧାନ ବଞ୍ଚାଅ ସମାବେଶ, ଉତ୍ସାହରେ ଉଚ୍ଛୁଳୁଛି କଂଗ୍ରେସ
  • ||
  • ଗୁଜରାଟ ପୋଲ ଦୁର୍ଘଟଣା, ମିଳିଲାଣି ୧୭ ମୃତଦେହ, ୩ ନିଖୋଜ, ୪ ଅଧିକାରୀଙ୍କ ଉପରେ ଆକ୍ସନ
  • ||
  • ୧୫ ପରେ କମିବ ବର୍ଷା ପରିମାଣ, ୨୦ରୁ ୨୨ ଯାଏ ଖରା ଆଶଙ୍କା, ୨୩ରେ ଲଘୁଚାପ ସମ୍ଭାବନା
  • ||
  • ୪ ଦିନ ବଢିଲା ଆକ୍ସିଓମ୍‌-୪ ମିଶନ୍ ଅବଧି , ଜୁଲାଇ୧୪ରେ ମହାକାଶରୁ ଫେରିବେ ଶୁଭାଂଶୁ ଶୁକ୍ଳା
  • ||

ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍

Published By : Rasmita Pradhan | June 28, 2025 9:23 AM

ଭୁବନେଶ୍ଵର, ୨୮/୬ : ଭିଜିଲାନ୍ସ ଜାଲରେ ଆଉ ଜଣେ ବାବୁ। ଗଞ୍ଜାମ ବ୍ଲକ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସୁଶିଲ କୁମାର ପଣ୍ଡାଙ୍କ ଘରେ ରେଡ୍। ସୁଶିଲଙ୍କ ଅଙ୍କୁଲିସ୍ଥିତ ବାସଭବନ ଓ ଗଞ୍ଜାମ ବ୍ଲକ ଅଫିସରେ ଚଢାଉ ଚାଲିଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ କରୁଛି। ଗଞ୍ଜାମର ୭ଟି ସ୍ଥାନ ସମେତ ପୁରୀରେ ଚଢାଉ ଚାଲିଛି। ଏହି ରେଡ୍‌ରେ ୬ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ ଅଧିକାରୀ ସାମିଲ ଅଛନ୍ତି। 

ସୂଚନାନୁଯାୟୀ, ଭିଜିଲାନ୍ସ ଟିମ୍ ସୁଶିଲଙ୍କ ବ୍ରହ୍ମପୁର ରାମ ହରି ନଗରରେ ଥିବା ଏକ ତିନି ମହଲା ଘର, ଅଙ୍କୁଲିରେ ଏକ ଫ୍ଲାଟ୍ ଏବଂ ତାଙ୍କ ଭାଇଙ୍କ ନାମରେ ଥିବା ଫ୍ଲାଟ୍, କବିସୂର୍ଯ୍ୟନଗରରେ ଥିବା ପୈତୃକ ଘର, ପୁରୀ ଚୁଡ଼ଙ୍ଗ ସାହିରେ ଥିବା ଫ୍ଲାଟ୍, ପୁରୁଷୋତ୍ତମପୁରରେ ଥିବା ଶ୍ଵଶୁର ଘର, ଏବଂ ଗଞ୍ଜାମ ବ୍ଲକ ଅଫିସରେ ଚଢାଉ କରୁଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.