ପ୍ରମୂଖ ଖବର
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ଭିଜିଲାନ୍ସ ଜାଲରେ ଏସିଏଫ୍, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ରେଡ୍

Published By : Rasmita Pradhan | December 6, 2024 8:53 AM

ସମ୍ବଲପୁର, ୦୬/୧୨ : ଭିଜିଲାନ୍ସ ଜାଲରେ ଏସିଏଫ୍। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍। ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ଏସିଏଫ୍ ରେବତୀ ରମଣ ଯୋଶୀଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ସମ୍ବଲପୁର ଏବଂ ବରଗଡ଼ର ୯ଟି ସ୍ଥାନରେ ରେଡ୍ କରାଯାଉଛି।

ସୂଚନାନୁଯାୟୀ, ଏହି ଚଢାଉରେ ୩ ଜଣ ଡିଏସପି, ୧୦ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ ଅଧିକାରୀମାନେ ସାମିଲ ଅଛନ୍ତି। ଏସିଏଫ୍‌ଙ୍କ ସମ୍ଵଲପୁର ଡିଅର୍ ପାର୍କ ସ୍ଥିତ ସରକାରୀ ବାସଭବନ, କାର୍ଯ୍ୟାଳୟ, ଅଁଇଠାପାଲି ସ୍ଥିତ ୩ ମହଲା କୋଠା, ଚର୍ଚ୍ଚ ଛକ ସ୍ଥିତ ବ୍ରିଜଧାମ ହାଉସିଂ ସୋସାଇଟିର ୨ଟି ଫ୍ଲାଟ୍, ଫାର୍ମ ରୋଡ୍‌ରେ ଥିବା ସିଟି ପ୍ରାଇଡ୍ ଆପାର୍ଟମେଣ୍ଟର ଗୋଟିଏ ଫ୍ଲାଟ୍, ପଲ୍ଲିପାଲିରେ ଥିବା କୋଠା, ବରଗଡ଼ ପଦ୍ମପୁରରେ ଥିବା କୋଠା ଏବଂ ବିଜେପୁର ସ୍ଥିତ ପୈତୃକ ଘରେ ରେଡ୍ ଚାଲିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.