ପ୍ରମୂଖ ଖବର
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ଭିଜିଲାନ୍ସ ଜାଲରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍

ଛତ୍ରପୁର, ୩୧/୦୮ : ଭିଜିଲାନ୍ସ ଜାଲରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଇଓ ସୀତାରାମ ପାତ୍ରଙ୍କ ଘରେ ଭିଜିଲାନ୍ସ ରେଡ୍। ବ୍ରହ୍ମପୁର ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୬ଟି ସ୍ଥାନରେ ଚଢାଉ କରାଯାଇଛି। ଛତ୍ରପୁର କାର୍ଯ୍ୟାଳୟ, ବ୍ରହ୍ମପୁରର ୩ଟି ଓ ପୋଲସରାର ୨ଟି ସ୍ଥାନରେ ରେଡ୍ ଚାଲିଛି। ଏହି ଚଢାଉରେ ୫ ଜଣ ଡିଏସପି, ୪ ଜଣ ଇନ୍ସପେକ୍ଟର, ୫ ଜଣ ଏସଆଇ ଏବଂ ଅନ୍ୟ ଅଧିକାରୀମାନେ ସାମିଲ ଅଛନ୍ତି। 

ସୂଚନାନୁଯାୟୀ, ବ୍ରହ୍ମପୁର ଖୋଡ଼ାସିଙ୍ଗି ନିକଟ ରାମକୃଷ୍ଣ ନଗର ସପ୍ତମ ଲାଇନ ଦୁଇ ମହଲା ବାସଭବନ, ଖୋଡାସିଙ୍ଗି ନିକଟ, ଶରଧାବାଲି ପ୍ରଥମ ଲାଇନ ବିଜୟ ଟାୱାର ୨, ପୋଲସରା କୋଳିସାହି ଦୁଇମହଲା କୋଠା, ବ୍ରହ୍ମପୁର କଳିଙ୍ଗ ନଗର ରେ ଥିବା ତାଙ୍କ ସମ୍ପର୍କୀୟଙ୍କ ଘର, ଛତ୍ରପୁର ବିଇଓ କାର୍ଯ୍ୟାଳୟରେ ଚଢ଼ାଉ ଜାରି ରହିଥିବା ଭିଜିଲାନ୍ସ ସୂଚନା ଦେଇଛି। ସମ୍ପୃକ୍ତ ବିଇଓଙ୍କ ନାମରେ ଭିଜିଲାନ୍ସରେ ମାଳ ମାଳ ଦୁର୍ନୀତିର ଲିଖିତ ଅଭିଯୋଗ ବହୁ ପୂର୍ବରୁ ରହିଥିଲା। ବିଭାଗୀୟ ତଦନ୍ତ ହୋଇଥିଲା। ଜାଲ ଜାତିଗତ ପ୍ରମାଣ ପତ୍ର ଦେଇ ଛତ୍ରପୁର ବିଇଙ୍କ ଅଧୀନରେ ଚାକିରି କରୁଥିବା ଏବଂ ୧୨ଜଣ ଶିକ୍ଷକଙ୍କ ବିରୁଦ୍ଧରେ ଚାଲିଥିବା ବିଭାଗୀୟ କାର୍ଯ୍ୟାନୁଷ୍ଠାନକୁ ବିଇଓ ନିକଟରେ ବନ୍ଦ କରିଥିବା ନେଇ ଭିଜିଲାନ୍ସରେ ମଧ୍ୟ ଅଭିଯୋଗ ହୋଇଥିଲା।



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.