ପ୍ରମୂଖ ଖବର
  • ୨୧ରେ ଛତିଶା ନିଯୋଗ ବୈଠକ, ରାଜେନ୍ଦ୍ରାଭିଷେକଠାରୁ ନୀଳାଦ୍ରିବିଜେ ନୀତିକାନ୍ତିରେ ଲାଗିବ ମୋହର
  • ||
  • ଟିମ ଇଣ୍ଡିଆର ଇଂଲଣ୍ଡ ଗସ୍ତ: ଆସନ୍ତା୨୩ରେ ହୋଇପାରେ ଦଳ ଘୋଷଣା
  • ||
  • ଧର୍ମଶାଳା ABDOଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୭ ସ୍ଥାନରେ ଚଢାଉ
  • ||
  • ଲକ୍ଷ୍ନୌ: ଚଳନ୍ତା ସ୍ଲିପର୍‌ ବସ୍ ଭୟଙ୍କର ଅଗ୍ନିକାଣ୍ଡ, ୫ ଯାତ୍ରୀଙ୍କ ଚାଲିଗଲା ଜୀବନ,ଏକାଧିକ ଗୁରୁତର, ଦିଲ୍ଳୀରୁ ବିହାରକୁ ୬୦ ଯାତ୍ରୀଙ୍କୁ ନେଇ ଯାଉଥିଲା
  • ||
  • ଘଟଗାଁରେ ବନ ବିଭାଗର ଚଢ଼ାଉ ଜାରି, ଉତ୍ତେଜନାକୁ ଦୃଷ୍ଟିରେ ରଖି ଗାଁରେ ପୋଲିସ ଫୋର୍ସ ମୁତୟନ
  • ||
  • ପ୍ରକାଶ ପାଇଲା ପ୍ରାଥମିକ, ମାଧ୍ୟମିକ ଶିକ୍ଷକ ବଦଳି କ୍ୟାଲେଣ୍ଡର: ଆଜିଠୁ ଆବେଦନ, ଜୁନ୍‌ରେ ବଦଳି ନିର୍ଦ୍ଦେଶ
  • ||
  • ଜଳେଶ୍ୱର : ଚଢାଉ ବେଳେ ପୋଲିସ ଗାଡ଼ିକୁ ପିଟିଲା ବାଲି ବୋଝେଇ ଟ୍ରାକ୍ଟର, ଅଳ୍ପକେ ବର୍ତ୍ତିଲେ ୩ ପୋଲିସ କର୍ମଚାରୀ
  • ||
  • କାଶ୍ମୀର ପୁଲୱାମାରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିପାତ
  • ||
  • ଭାରତ-ମିଆଁମାର ସୀମାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା,୧୦ ଉଗ୍ରବାଦୀ ନିପାତ
  • ||
  • ଓୟୋରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ: ରାସ୍ତାରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ପୁରୁଷ ବନ୍ଧୁଙ୍କୁ ଅଟକ ରଖିଛି ପୁଲିସ
  • ||
  • ଆଜିଠୁ ବଢ଼ିବ କାଳବୈଶାଖୀ, ୭ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ଆଲର୍ଟ: ୨୧ରୁ କମିପାରେ ତାତି
  • ||

ଧର୍ମଶାଳା ABDOଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୭ ସ୍ଥାନରେ ଚଢାଉ

Published By : Harapriya Sethi | May 15, 2025 8:57 AM

ଭୁବନେଶ୍ୱର, ୧୫/୦୫: ଧର୍ମଶାଳା ABDOଙ୍କ ଘରେ ପଶିଲା ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଧର୍ମଶାଳା ଅତିରିକ୍ତ ବ୍ଲକ୍‌ ଉନ୍ନୟନ ଅଧିକାରୀ ଅସିତ କୁମାର ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢାଉ । ଯାଜପୁର ସମେତ ୭ଟି ସ୍ଥାନରେ ଏକକାଳୀନ ଚଢାଉ କରୁଛି ଭିଜିଲାନ୍ସ ଟିମ୍‌ । କଟକ ସ୍ପେସିଆଲ ଜଜ୍‌ଙ୍କ ଦ୍ୱାରା ୱାରେଣ୍ଟ ଜାରି ହେବା ପରେ ଏହି ଚଢାଉ କରାଯାଇଛି । ଏହି ରେଡ୍‌ରେ ୮ ଜଣ DSP, ୯ ଜଣ ଇନିସ୍ପେକ୍ଟରଙ୍କ ସମେତ ଅନ୍ୟ ଅଧିକାରୀ ସାମିଲ ହୋଇଛନ୍ତି । 

ଯାଜପୁର ରୋଡ୍‌ କହ୍ନେଇପୁର ସ୍ଥିତ ୪ ମହଲା ବିଶିଷ୍ଟ ଘର, କଟକ ଚାଉଳିଆଗଞ୍ଜ ସ୍ଥିତ ମେଟ୍ରୋ ଆଭେନ୍ୟୁ ଆପାର୍ଟମେଣ୍ଟର ଏକ ଫ୍ଲାଟ୍‌, ଯାଜପୁର ଗରଡେଶ୍ୱର ସ୍ଥିତ ଘର, ଭଦ୍ରକ ସନାବନସ୍ତ ଗାଁରେ ଥିବା ସମ୍ପର୍କୀୟଙ୍କ ଘର, ଯାଜପୁର ଧର୍ମଶାଳା ସରକାରୀ ବାସଭବନ, ଧର୍ମଶାଳା ବ୍ଲକ୍‌ ସ୍ଥିତ ଅଫିସ୍‌ ଏବଂ ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ସ୍ଥିତ ଘରେ ଏହି ଚଢାଉ କରୁଛି ଭିଜିଲାନ୍ସ ଟିମ୍‌ ।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.