ପ୍ରମୂଖ ଖବର
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ

Published By : Rasmita Pradhan | December 3, 2024 8:14 AM

ଜୟପୁର, ୦୩/୧୨ : ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ। ଜୟପୁର ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ବନାଥ ପାତ୍ରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ଚାଲିଛି। ବିଶ୍ଵନାଥଙ୍କ ଭଡ଼ାଘର ସମେତ ବିଭିନ୍ନ ସ୍ଥାନରେ ରେଡ୍ କରାଯାଉଛି। ବିଶ୍ବନାଥ ପାତ୍ର ଜୟପୁର ବ୍ଳକର ସହକାରୀ ନିର୍ବାହୀ ଯନ୍ତ୍ରୀ ସହ ପୌରପାଳିକାର ଯନ୍ତ୍ରୀ ଦାୟିତ୍ୱରେ ମଧ୍ୟ ଅଛନ୍ତି।  

ସୂଚନାନୁଯାୟୀ, ଏହି ଚଢାଉରେ ଜଣେ ଅତିରିକ୍ତ ଏସପି, ୨ ଜଣ ଡିଏସପି, ୮ ଜଣ ଇନ୍ସପେକ୍ଟର, ୬ ଜଣ ଏଏସଆଇ ଏବଂ ଅନ୍ୟ ଅଧିକାରୀମାନେ ସାମିଲ ଅଛନ୍ତି। ଗଞ୍ଜାମ ଏବଂ ଭୁବନେଶ୍ଵରର ୬ଟି ସ୍ଥାନରେ ରେଡ୍ ଚାଲିଛି। ବିଶ୍ଵନାଥଙ୍କ ଜୟପୁର ସ୍ଥିତ ତିନି ମହଲା ଘର, ବେଲଗୁଣ୍ଠା ସ୍ଥିତ ପୈତୃକ ଘର, ଜୟପୁର ବ୍ଲକରେ ଥିବା କାର୍ଯ୍ୟାଳୟ, ଜୟପୁର ମୁନିସିପାଲିଟିରେ ଥିବା କାର୍ଯ୍ୟାଳୟ, ବିଶ୍ଵନାଥଙ୍କ ପତ୍ନୀଙ୍କ ଜୟପୁରସ୍ଥିତ କାର୍ଯ୍ୟାଳୟ, ନିଳାଦ୍ରୀବିହାରରେ ଥିବା ସମ୍ପର୍କୀୟଙ୍କ ଘରେ ଭିଜିଲାନ୍ସ ଚଢାଉ କରୁଛି।  

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.